Posted inଜାତୀୟ

ଅଧିକ ପ୍ରଖର ହେବ ଗ୍ରୀଷ୍ମଲହର:ସତର୍କ କଲେ ଆଇଏମ୍‌ଡି ଡିଜି

ନୂଆଦିଲ୍ଲୀ,୧୧ା୬:ଜଳବାୟୁରେ ପରିବର୍ତ୍ତନ ଯୋଗୁ ଭାରତରେ ଗ୍ରୀଷ୍ମଲହର ଅଧିକ ପ୍ରଖର ହେବା ସହ ଦୀର୍ଘଦିନ ଅନୁଭୂତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ଜନସାଧାରଣ ଆଗାମୀ ଦିନରେ ଅଧିକ ଯନ୍ତ୍ରଣାଦାୟକ ତାପମାତ୍ରାର ସମ୍ମୁଖୀନ ହେବେ ବୋଲି ସେ ସତର୍କ କରାଇଦେଇଛନ୍ତି। ମେ’ ମାସ ମଧ୍ୟଭାଗରୁ ଉତ୍ତର ଭାରତର ଅଧିକାଂଶ ଅଞ୍ଚଳରେ ତାପମାତ୍ର ୪୫ ଡିଗ୍ରୀ ସେଲ୍‌ସିୟସ୍‌ରୁ ଅଧିକ ରହିଛି। ପ୍ରାୟ ୨୪ ଦିନ ହେଲା ଏଭଳି ଗ୍ରୀଷ୍ମଲହର ଜାରି ରହିଛି, ଯାହା କି ସର୍ବାଧିକ। ଚଳିତ ମାସରେ ଉତ୍ତର ଭାରତରେ ମୌସୁମୀ ବର୍ଷା ହେଲେ ତାପମାତ୍ରା କମିବା ଆଶା କରାଯାଉଛି। ତେବେ ପ୍ରତିକାର ବ୍ୟବସ୍ଥା ଗ୍ରହଣ କରା ନ ଗଲେ ହିଟ୍‌ଓ୍ବେଭ୍‌ ବାରମ୍ବାର ଏବଂ ଅଧିକ ଅବଧି ପର୍ଯ୍ୟନ୍ତ ଜାରି ରହିବ ବୋଲି ମୃତ୍ୟୁଞ୍ଜୟ କହିଛନ୍ତି। ତାଙ୍କ କହିବା ଅନୁଯାୟୀ, ବାୟୁମଣ୍ଡଳକୁ ସବୁଜ ଗୃହ ବାଷ୍ପ ନିର୍ଗତ କରିବାରେ ଭାରତ ବିଶ୍ୱର ତୃତୀୟ ବୃହତ୍‌ ଦେଶ। ୨୦୭୦ ସୁଦ୍ଧା ସବୁଜ ଗୃହ ବାଷ୍ପ ନିର୍ଗମନକୁ ଶୂନରେ ପହଞ୍ଚାଇବାକୁ ଭାରତ ପ୍ରତିଶ୍ରୁତିବଦ୍ଧ ରହିଛି। ବିଦ୍ୟୁତ୍‌ ଉତ୍ପାଦନ ପାଇଁ କୋଇଲା ଉପରେ ଅତ୍ୟଧିକ ନିର୍ଭରଶୀଳତା ସବୁଠୁ ଚିନ୍ତାଜନକ। ମାନବୀୟ କାର୍ଯ୍ୟକଳାପ, ଲୋକସଂଖ୍ୟା ବୃଦ୍ଧି, ଦ୍ରୁତ ଶିଳ୍ପାୟନ ଏବଂ ପରିବହନ ବ୍ୟବସ୍ଥା ବାୟୁମଣ୍ଡଳରେ କାର୍ବନ ମନୋକ୍ସାଇଡ୍‌, ମିଥେନ୍‌ ଓ କ୍ଲୋରୋକାର୍ବନ ବୃଦ୍ଧିର ମୁଖ୍ୟ କାରଣ। ଆମେ କେବଳ ଆମକୁ ବିପଦରେ ପକାଉଛୁ, ତାହା ନୁହେଁ, ଭବିଷ୍ୟତ ପିଢ଼ିକୁ ମଧ୍ୟ ବିପଦ ମଧ୍ୟକୁ ଠେଲିଦେଉଛୁ ବୋଲି ଆଇଏମ୍‌ଡି ଡିଜି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri