ରୁଷିଆ ସୈନ୍ୟଙ୍କ କବଳରୁ ମୁକ୍ତ ହେଲା ସୁମି ଅଞ୍ଚଳ

କ୍ୱିଭ୍‌,୮।୪: ରୁଷିଆ ଓ ୟୁକ୍ରେନ ମଧ୍ୟରେ ୪୪ଦିନ ହେଲାଣି ଯୁଦ୍ଧ ଜାରି ରହିଛି। ରୁଷିଆର ଆକ୍ରମଣରେ ୟୁକ୍ରେନର ଅନେକ ସହର ଧ୍ୱଂସ ହୋଇଯାଇଛି। ଇତିମଧ୍ୟରେ, ୟୁକ୍ରେନ ଗଣମାଧ୍ୟମ ଦାବି କରିଛି ଯେ, ୟୁକ୍ରେନର ସୁମି ଅଞ୍ଚଳରୁ ରୁଷିଆ ସୈନ୍ୟ ପଳାୟନ କରିଛନ୍ତି। ସୁମି ସେହି ସ୍ଥାନ ଯେଉଁଠାରୁ ପ୍ରାୟ ୮୦୦ ଭାରତୀୟ ଛାତ୍ରଙ୍କୁ ସ୍ଥାନାନ୍ତର କରାଯାଇଥିଲା। ସୁମି ଓବ୍ଲାଷ୍ଟର ରାଜ୍ୟପାଳ ଏକ ଫେସବୁକ ପୋଷ୍ଟ ଜରିଆରେ ଏନେଇ ସୂଚନା ଦେଇଛନ୍ତି। ବର୍ତ୍ତମାନ ରୁଷିଆ ସୈନ୍ୟମାନେ ସୁମି ଅଞ୍ଚଳ ଛାଡିଛନ୍ତି ଏବଂ ୟୁକ୍ରେନ ସୈନ୍ୟମାନେ ଏହାକୁ ଦଖଲ କରିଛନ୍ତି ବୋଲି ସୁମି ଓବ୍ଲାଷ୍ଟର ରାଜ୍ୟପାଳ ଡିମିଟ୍ରୋ ଜିଭିଟସ୍କି ଦାବି କରିଛନ୍ତି। ଏହି ସମୟରେ କେଉଁଠି ନା କେଉଁଠି ବିସ୍ଫୋରଣର ଶବ୍ଦ ମଧ୍ୟ ଆସୁଛି। ତେବେ ବିସ୍ଫୋରଣର ଶବ୍ଦକୁ ନେଇ ସୁମି ଓବ୍ଲାଷ୍ଟର ରାଜ୍ୟପାଳ ଡିମିଟ୍ରୋ ସ୍ପଷ୍ଟ କରିଛନ୍ତି ଯେ, ଉଦ୍ଧାରକାରୀ ଦଳର କର୍ମୀମାନେ ରୁଷିଆ ସୈନ୍ୟଙ୍କ ଦ୍ୱାରା ଛଡାଯାଇଥିବା ଗୁଳିଗୋଳାକୁ ବାହାର କରୁଥିବାରୁ ସେଠାରେ ବିସ୍ଫୋରଣ ଶବ୍ଦ ଶୁଣିବାକୁ ମିଳୁଛି। ଏବେ ସୁଦ୍ଧା ବି ଉକ୍ତ ଅଞ୍ଚଳ ସୁରକ୍ଷିତ ନୁହେଁ। ଡ୍ରାଇଭରମାନେ ରାସ୍ତା କଡ଼ରେ କିମ୍ବା ଜଙ୍ଗଲ ପଛରେ ଥିବା ରାସ୍ତାରେ ଗାଡି ଚଳାଇବା ଉଚିତ ନୁହେଁ ବୋଲି ରାଜ୍ୟପାଳ ଡିମିଟ୍ରୋ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri