Posted inଜାତୀୟ

ସୂର୍ଯ୍ୟଙ୍କ ଫଟୋ ଉଠାଇଲା ଆଦିତ୍ୟ ଏଲ୍‌-୧

ବେଙ୍ଗାଲୁରୁ,୯ା୧୨: ସୂର୍ଯ୍ୟ ମିଶନରେ ଯାଇଥିବା ମହାକାଶ ଯାନ ଆଦିତ୍ୟ ଏଲ୍‌-୧ ସୂର୍ଯ୍ୟଙ୍କର ପ୍ରଥମ ସମ୍ପୂର୍ଣ୍ଣ ଫଟୋ ଉତ୍ତୋଳନ କରିଛି। ଏହି ଫଟୋ ୨୦୦ରୁ ୪୦୦ ନାନୋମିଟର ଓ୍ବେଭ୍‌ଲେଙ୍ଗ୍‌ଥକୁ କଭର କରିଛି। ଫଟୋ ଉତ୍ତୋଳନ ପାଇଁ ବ୍ୟବହାର କରାଯାଇଥିବା ଟେଲିସ୍କୋପ୍‌ରେ ସୂର୍ଯ୍ୟ ଉପରିଭାଗର ସବିଶେଷ ଦୃଶ୍ୟ ଆସିବା ପାଇଁ ୧୧ଟି ଭିନ୍ନ ଭିନ୍ନ ଫିଲ୍ଟର ବ୍ୟବହାର କରାଯାଇଥିଲା। ଉକ୍ତ ଫଟୋରୁ ସନ୍‌ସ୍ପଟ୍‌ ଆଦି ବିଭିନ୍ନ ବୈଶିଷ୍ଟ୍ୟ ଜଣାପଡ଼ିଛି।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ଆଦିତ୍ୟ-ଏଲ୍‌୧ ମହାକାଶ ଯାନରେ ଲାଗିଥିବା ସୋଲାର ଅଲ୍‌ଟ୍ରାଭାଇଲେଟ୍‌ ଇମେଜିଂ ଟେଲିସ୍କୋପ୍‌ (ଏସ୍‌ୟୁଆଇଟି) ଅଲ୍‌ଟ୍ରାଭାଓଲେଟ୍‌ ଓ୍ବେଭ୍‌ଲେଙ୍ଗ୍‌ଥ ନିକଟରେ ସୂର୍ଯ୍ୟଙ୍କ ପ୍ରଥମ ପୂର୍ଣ୍ଣ ଡିସ୍କ ଫଟୋ ଉତ୍ତୋଳନ କରିଥିବାରୁ ଏହା ଏକ ଉଲ୍ଲେଖନୀୟ ସଫଳତା ବୋଲି ଶୁକ୍ରବାର ଘୋଷଣା କରାଯାଇଛି। ସୂର୍ଯ୍ୟର ଫଟୋସ୍ପିୟର ଏବଂ କ୍ରୋମୋସ୍ପିୟର ମଧ୍ୟରେ ଥିବା ଅଭୂତପୂର୍ବ ଦୃଶ୍ୟ ସହ ଏହାର ଠିକ୍‌ ଉପରକୁ ଥିବା ସ୍ବଚ୍ଛ ସ୍ତରକୁ ଫଟୋରେ ଅଣାଯାଇପାରିଛି। ସନ୍‌ସ୍ପଟ୍‌, ସୌରପୃଷ୍ଠରେ ବିଦ୍ୟୁତ୍‌ ଚୁମ୍ବକୀୟ ଝଡ଼ ଆଦି ସୂର୍ଯ୍ୟରେ ଘଟୁଥିବା ଘଟଣା ଓ ମହାକାଶ ପାଗ ତଥା ପୃଥିବୀର ଜଳବାୟୁ ଉପରେ ଏହାର ପ୍ରଭାବ ସମ୍ପର୍କରେ ବୁଝିବାରେ ଉକ୍ତ ସ୍ତର ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଗତ ମାସ ୨୦ରେ ଏସ୍‌ୟୁଆଇଟିକୁ କ୍ରିୟାଶୀଳ କରାଯାଇଥିଲା ଏବଂ ଗତ ୬ ତାରିଖରେ ଏହା ପ୍ରଥମ ଫଟୋ ଉତ୍ତୋଳନ କରିଛି। ସୂର୍ଯ୍ୟ ଅଭିଯାନ ଉଦ୍ଦେଶ୍ୟରେ ଇସ୍ରୋ ଆଦିତ୍ୟ-ଏଲ୍‌୧କୁ ଗତ ସେପ୍ଟେମ୍ବର ୨ରେ ମହାକାଶକୁ ପଠାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri