ସୁନାବେଶରେ ଦର୍ଶନ ଦେଲେ ଦାରୁଦିଅଁ: ବଡ଼ଦାଣ୍ଡ ପାଲଟିଲା ଜନସମୁଦ୍ର

ପୁରୀ,୬ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରା ଆଷାଢ଼ ଶୁକ୍ଳ ଦଶମୀ ତିଥିରେ ଶନିବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବା ପରେ ଏକାଦଶୀ ତିଥିରେ ରବିବାର ରଥ ଉପରେ ସୁନାବେଶରେ ଦର୍ଶନ ଦେଇଛନ୍ତି। ଭକ୍ତମାନେ ଦାରୁବିଗ୍ରହଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିଛନ୍ତି। ଶ୍ରୀବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ଝଟକିଥିଲେ। ବିଶ୍ୱନିୟନ୍ତାଙ୍କ ଏହି ଅନନ୍ୟ ବେଶକୁ ସୁନାବେଶ, ରାଜରାଜେଶ୍ୱର ଓ ବଡ଼ତଢ଼ାଉ ବେଶ ବୋଲି କୁହାଯାଏ।
ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁଯାୟୀ, ରଥ ଉପରେ ମହାପ୍ରଭୁଙ୍କ ବିଭିନ୍ନ ନୀତି ସମ୍ପନ୍ନ କରାଯାଇଥିଲା। ମଇଲମ ଓ ଏକାଦଶୀ ସର୍ବାଙ୍ଗ ନୀତି ବଢ଼ିବା ପରେ ଅପରାହ୍ନ ୧ଟା ୪୫ରୁ ୨ଟା ୪୫ ମଧ୍ୟରେ ମଧ୍ୟାହ୍ନ ଧୂପ ସମ୍ପନ୍ନ ହୋଇଥିଲା। ପରେ ମଇଲମ ଓ ଶାଢ଼ି ଖଣ୍ଡୁଆ ଲାଗି ଶେଷହୋଇ ୪ଟା ୧୫ରେ ସନ୍ଧ୍ୟା ଆଳତି ସରିଥିଲା। ସର୍ବାଙ୍ଗ ନୀତି ସରିବା ପରେ ୪ଟା ୪୫ରୁ ଠାକୁରଙ୍କ ସୁନାବେଶ ପାଇଁ ପ୍ରସ୍ତୁତିି ଆରମ୍ଭ ହୋଇଥିଲା। ପରେ ୧୩୮ ପ୍ରକାର ବହୁବିଧ ରତ୍ନଅଳଙ୍କାରରେ ସଜେଇ ହୋଇଥିଲେ ବିଶ୍ୱନିୟନ୍ତା।
ଭକ୍ତମାନେ ମାର୍କେଟ ଛକଠାରୁ ବ୍ୟାରିକେଡ୍‌ ଦେଇ ଧାଡ଼ିରେ ଆସି ନନ୍ଦିଘୋଷ ରଥ ବାମପାର୍ଶ୍ୱ ଦେଇ ତିନିରଥ ସମ୍ମୁଖକୁ ଆସି ଶ୍ରୀବିଗ୍ରହମାନଙ୍କ ସୁନାବେଶ ଦର୍ଶନ କରିବା ପରେ ତାଳଧ୍ୱଜ ରଥର ଡାହାଣ ପାର୍ଶ୍ୱ ଦେଇ ପ୍ରସ୍ଥାନ କରିଥିଲେ।
ପ୍ରାୟ ୧୫ ଲକ୍ଷ ଭକ୍ତଙ୍କ ସମାଗମ ହୋଇଥିବା ଅନୁମାନ କରାଯାଉଛି। ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଥିବାବେଳେ ୨୦୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ସେହିପରି ଡ୍ରୋନ ଏବଂ ଏଆଇ କ୍ୟାମେରା ମାଧ୍ୟମରେ ଟ୍ରାଫିକ ବ୍ୟବସ୍ଥା ପରିଚାଳନା କରାଯାଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri