ଶ୍ରୀହୀନ ହେଉଛି ସୁନାମୁହିଁ ପାର୍କ

ଖଣ୍ଡପଡ଼ା,୧୫ା୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡା ସହରାଞ୍ଚଳ ନିକଟ ଖଣ୍ଡପଡା-ନୟାଗଡ ମୁଖ୍ୟ ପୂର୍ତ୍ତ ବିଭାଗ ପାର୍ଶ୍ୱରେ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ଥିବା ସୁନାମୁହିଁ ପର୍ଯ୍ୟଟନ ସ୍ଥଳଟି ଉପଯୁକ୍ତ ରକ୍ଷଣା ବେକ୍ଷଣ ଅଭାବରୁ ଏବେ ଶ୍ରୀହୀନ ହେବାରେ ଲାଗିଛି। ଏକ ତ୍ରିକୋଣ ପାହାଡକୁ ବନ୍ଧ ପକାଯାଇ ସୃଷ୍ଟି କରାଯାଇଥିବା ସୁନାମୁହିଁ ଡ୍ୟାମକୁ ପରବର୍ତ୍ତୀ ସମୟରେ ରାଜ୍ୟ ସରକାରଙ୍କ ଦ୍ୱାରା ସୁନାମୁହିଁ ପର୍ଯ୍ୟଟନ ସ୍ଥଳର ମାନ୍ୟତା ପ୍ରଦାନ କରାଯାଇଛି। ରାଜ୍ୟ ଓ ରାଜ୍ୟ ବାହାରରୁ ପର୍ଯ୍ୟଟକମାନେ ବର୍ଷ ତମାମ ସୁନାମୁହିଁ ପାର୍କକୁ ବୁଲିବାକୁ ଆସୁଥିବା ବେଳେ ବଣଭୋଜି ପାଇଁ ଏହାର ପରିବେଶ ବେଶ ଅନୁକୂଳ ଅଟେ। ସୁନାମୁହିଁ ଜଳ ଭଣ୍ଡାରର ଗୋଟିଏ ପାର୍ଶ୍ୱରେ ରହିଛି ଘଞ୍ଚ ସଂରକ୍ଷିତ ଜଙ୍ଗଲ ଓ ପାହାଡ। ସଂରକ୍ଷିତ ଜଙ୍ଗଲରେ ବାସ କରୁଥିବା ବନ୍ୟଜନ୍ତୁ ବିଭିନ୍ନ ସମୟରେ ଜଳ ଭଣ୍ଡାରକୁ ପାଣି ପିଇବାକୁ ଆସୁଥିବା ଦୃଶ୍ୟକୁ ପର୍ଯ୍ୟଟକମାନେ ମନ ଭରି ଉପଭୋଗ କରିଥାନ୍ତି। ଖାଲି ସେତିକି ନୁହେଁ ପର୍ଯ୍ୟଟକମାନଙ୍କୁ ମଧ୍ୟ ସୁନାମୁହିଁ ଜଳ ଭଣ୍ଡାରରେ ସ୍ନାନ କରି ମଜା ଉଠାଇଥାନ୍ତି। ଖଣ୍ଡପଡା କ୍ଷୁଦ୍ର ଜଳସେଚନ ବିଭାଗ ଅଧୀନରେ ଥିବା ସୁନାମୁହିଁ ପରିବେଶ ପର୍ଯ୍ୟଟନ ସ୍ଥଳ ପରିସରରେ ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ନିମନ୍ତେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ଅନେକ ଉନ୍ନୟନମୂଳକ କାର୍ଯ୍ୟ କରାଯାଇଥିଲା। କୋମଳମତୀ ପିଲାମାନଙ୍କ ମନୋରଞ୍ଜନ ନିମନ୍ତେ ଖେଳ ଉପକରଣ ସ୍ଥାପନ କରାଯାଇଥିଲା। ସେହିପରି ଯୁବକ ଓ ବୟସ୍କ ବ୍ୟକ୍ତିମାନଙ୍କ ନିମନ୍ତେ ବ୍ୟାୟାମ ଉପକରଣଗୁଡିକ ପର୍ଯ୍ୟଟନସ୍ଥଳ ପରିସରରେ ସ୍ଥାନ ପାଇଥିଲା। ମାତ୍ର ଦୁର୍ବୃତ୍ତମାନେ ପର୍ଯ୍ୟଟନ ସ୍ଥଳ ପରିସରରୁ ବହୁ କିଛି ମୂଲ୍ୟବାନ ସାମଗ୍ରୀ ଲୁଟି ନେବା ସହ ଏଠାରେ ଥିବା ଅଶୋକ ଚକ୍ର ପରି କୀର୍ତ୍ତରାଜିଗୁଡିକ ଭଙ୍ଗାରୁଜା କରିବା ଯୋଗୁ ପର୍ଯ୍ୟଟନ ସ୍ଥଳଟି ଶ୍ରୀହୀନ ହେବାରେ ଲାଗିଛି। ପର୍ଯ୍ୟଟନସ୍ଥଳ ପରିସରରେ ଉଜ୍ୱଳ ଆଲୋକୀକରଣ ବ୍ୟବସ୍ଥା କରାଯାଇଛି। ମାତ୍ର କେତେକ ବିଦ୍ୟୁତ ଖୁଣ୍ଟର ଏଲଇଡି ବଲବଗୁଡିକ ଜଳୁ ନ ଥିବାରୁ ରାତିରେ ଅନ୍ଧାର ହୋଇଯାଉଛି। ସେହିପରି ପାନୀୟ ଜଳର ବ୍ୟବସ୍ଥା ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ତତ୍କାଳୀନ ବିଧାୟକ ଅନୁଭବ ପଟ୍ଟନାୟକଙ୍କ ସମୟରେ ସୁନାମୁହିଁ ପାର୍କ ପରିସରର ଉନ୍ନୟନ ମୂଳକ କାର୍ଯ୍ୟ କରାଯାଇଥିଲେ ହେଁ ଏହାର ସୁରକ୍ଷା ଦିଗରେ କୌଣସି ଉପଯୁକ୍ତ ବ୍ୟବସ୍ଥା କରାଯାଇ ନ ଥିବାରୁ ସାଧରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏବେ ପର୍ଯ୍ୟଟନ ଋତୁ ଆରମ୍ଭ ହୋଇଥିବାରୁ ଅନେକ ପର୍ଯ୍ୟଟକ, ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରମାନେ ସୁନାମୁହିଁ ପାର୍କକୁ ପରିଦର୍ଶନରେ ଆସୁଛନ୍ତି। ଏଠରେ ବିଭିନ୍ନ ଅବ୍ୟବସ୍ଥାକୁ ନେଇ ସେମାନେ ଅସନ୍ତୋଷ ପ୍ରକାଶ କରୁଛନ୍ତି। ସୁନାମୁହିଁ ପରିବେଶ ପର୍ଯ୍ୟଟନ ସ୍ଥଳ ପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ, ଜିଲା ପ୍ରଶାସନ, ଖଣ୍ଡପଡ଼ା ଏନ୍‌ଏସି କର୍ତ୍ତୃପକ୍ଷ, ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?