ଆଜି ସୁନାବେଶରେ ଭକ୍ତଙ୍କୁ ଦର୍ଶନଦେବେ ଚତୂର୍ଦ୍ଧାମୂର୍ତ୍ତି

ଭୁବନେଶ୍ୱର,୧୩।୧୦: ପବିତ୍ର ବିଜୟା ଦଶମୀ ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି। ଏହି ଅବସରରେ ଚତୂର୍ଦ୍ଧାମୂର୍ତ୍ତି ସୁନାବେଶରେ ଶ୍ରଦ୍ଧାଳୁଙ୍କ ଦର୍ଶନ ଦେବେ । କିରିଟି, ଚୂଳ, ଚନ୍ଦ୍ରିକା, ଆଡକାନି, ଚନ୍ଦ୍ରସୂର୍ୟ୍ୟ, ଶ୍ରୀଭୁଜ, ଶ୍ରୀପୟର, ଘାଗଡା ମାଳି ଆଦିରେ ବିଭୁଷିତ ହେବେ ମହାପ୍ରଭୁ। ବିଜୟା ଦଶମୀ ତିଥିରେ ପ୍ରଭୁ ଶ୍ରୀରାମ ରାବଣକୁ ବଦ୍ଧ କରି ଅସତ୍ୟ ଉପରେ ସତ୍ୟର ବିଜୟ ଆଣିଥିଲେ ।

ତେଣୁ ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ସୁନାବେଶ ଅନୁଷ୍ଠିତ ହେବ। ଆଜିର ଦିନରେ ଚତୂର୍ଧାମୂର୍ତ୍ତିଙ୍କୁ ସୁନାବେଶରେ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ଲାଭ ହୁଏ ବୋଲି ବିଶ୍ବାସ ରହିଛି । ଆଜିର ଦିନରେ ମହାପ୍ରଭୁ ଆୟୁଧ ପୂଜାର ପରମ୍ପରା ରହିଛି । ସକାଳ ଧୂପ ନୀତି ଶେଷ ହେବାପରେ ଚକ୍ର ମାଜଣା ହେବା ସହ ଆୟୁଧ ପୂଜା କରାଯିବ । ତାପରେ ଭିତର ବେଢ଼ା ପରିକ୍ରମା ପରେ ମହାପ୍ରଭୁ ଆୟୁଧ ହସ୍ତରେ ଧାରଣ କରିବେ । ଆସନ୍ତା କାଲି ଏକାଦଶୀ ତିଥିରୁ ଶ୍ରୀ ମନ୍ଦିର ରେ ମହାପ୍ରଭୁଙ୍କ ରାଧାଦାମୋଦର ବେଶ ଓ କାର୍ତ୍ତିକ ନୀତି ଆରମ୍ଭ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?