ଆଜି ସୁନାବେଶ: ରାତି ୧୨ ଯାଏ ଦର୍ଶନ

ପୁରୀ ଅଫିସ,୧୦।୭:  ଆଜି ମହାପ୍ରଭୁଙ୍କ ସୁନାବେଶ। ରଥ ଉପରେ ମହଣ ମହଣ ସୁନାରେ ସଜେଇ ହେବେ ଚତୁର୍ଦ୍ଧାମୂର୍ତ୍ତି। ନିର୍ଦ୍ଧାରିତ ନୀତିକାନ୍ତି ଅନୁଯାୟୀ ଠାକୁରମାନଙ୍କ ସୁନାବେଶ ସମ୍ପାଦନ ହେବ। ରଥ ଉପରେ ମଙ୍ଗଳଆଳତି, ମଇଲମ, ତଡ଼ପଲାଗି, ଅବକାଶ, ବେଶ ଓ ଗୋପାଳବଲ୍ଲଭ ପରେ ସକାଳଧୂପ ନୀତି ସମ୍ପାଦିତ ହେବ। ଏହାପରେ ଅନ୍ୟାନ୍ୟ ନୀତି କରାଯାଇ ସନ୍ଧ୍ୟା ୫ଟାରୁ ସାଢ଼େ ୬ଟା ମଧ୍ୟରେ ସୁନାବେଶ ଅନୁଷ୍ଠିତ ହେବ। ଭକ୍ତମାନେ ବିଳମ୍ବିତ ରାତ୍ର ପର୍ଯ୍ୟନ୍ତ ମହାପ୍ରଭୁଙ୍କର ଦୁର୍ଲଭ ସୁନାବେଶ ଦର୍ଶନ କରିପାରିବେ। ଶ୍ରୀଗୁଣ୍ଡିଚା ଓ ବାହୁଡ଼ା ଭଳି ସୁନାବେଶ ପାଇଁ ପୁରୀକୁ ଲକ୍ଷାଧିକ ଭକ୍ତଙ୍କ ଆଗମନ ହେବ। ତେଣୁ ଶୃଙ୍ଖଳିତ ଦର୍ଶନ ଓ ଟ୍ରାଫିକ୍‌ ବ୍ୟବସ୍ଥା ପରିଚାଳନା ପାଇଁ ବ୍ୟାପକ ବନ୍ଦୋବସ୍ତ ହୋଇଛି। ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ କହିଛନ୍ତି ଯେ, ସୁନାବେଶରେ ବ୍ୟାପକ ଜନସମାଗମ ହେବା ନେଇ ଆକଳନ କରାଯାଉଛି। ତଦନୁଯାୟୀ ଫୋର୍ସ ମହଜୁଦ ରଖିଛୁ। ଶ୍ରଦ୍ଧାଳୁଙ୍କ ଯାନବାହନ ପାର୍କିଂ ଉପରେ ସ୍ବତନ୍ତ୍ର ଧ୍ୟାନ ଦିଆଯାଇଛି। ସେହିଭଳି ରଥଯାତ୍ରା ଓ ବାହୁଡ଼ାଯାତ୍ରାରେ ଥିବା ପୋଲିସ ମୁତୟନ ସୁନାବେଶରେ ମଧ୍ୟ କାର୍ଯ୍ୟକ୍ଷମ ରହିବ ବୋଲି ପୁରୀ ଏସ୍‌ପି କନୱର ବିଶାଲ ସିଂ କହିଛନ୍ତି। ନିଷ୍ପତ୍ତି ଅନୁସାରେ ରବିବାର ମଧ୍ୟାହ୍ନ ୧୨ଟାରୁ ସାଢ଼େ ୧୨ଟା ସୁଦ୍ଧା ନୀତି ଶେଷ କରିବା ପାଇଁ ଚେଷ୍ଟା କରାଯିବ। ଏହାପରେ ମହାପ୍ରଭୁଙ୍କ ସୁନାବେଶ ଆରମ୍ଭ ହେବ। ରାତ୍ର ୧୨ଟା ପର୍ଯ୍ୟନ୍ତ ସୁନାବେଶ ଦର୍ଶନ ମିଳିବ। ସେବାୟତମାନେ ରଥ ଉପରକୁ କ୍ୟାମେରା ନେବେ ମାତ୍ର ଫଟୋ ଉଠାଇପାରିବେ ନାହିଁ। ସେବାୟତ ଫଟୋ ଉଠାଉଥିବା ଦେଖିବାକୁ ମିଳିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ରଥ ଉପରେ ଦଇତାପତି କିମ୍ବା ସେବାୟତମାନେ ଠାକୁରଙ୍କ ଆଗରେ ଠିଆ ହୋଇ ଦର୍ଶନରେ ବାଧକ ସାଜିବେ ନାହିଁ। ଜିଲା ପ୍ରଶାସନ ଏହା ଉପରେ ଜୋର ଦେଉଛି। ଦଇତାପତିମାନେ ନିର୍ଦ୍ଦେଶନାମାକୁ ପାଳନ କରିବେ। ପାଳିଆ ସେବକ ଓ ଦଇତାପତିଙ୍କୁ ଛାଡ଼ି ସୁନାବେଶରେ କେହି ରଥ ଉପରେ ରହିବେ ନାହିଁ। ଦଇତାପତିଙ୍କ ସହ ହୋଇଥିବା ବୈଠକରେ ଜିଲାପାଳ ରଥଯାତ୍ରା ଭଳି ସବୁ ନୀତିକାନ୍ତିଙ୍କୁ ସଅଳ କରିବା ଉପରେ ଗୁରୁତ୍ୱ ଦିଆଯାଉଛି ବୋଲି ଦଇତାପତି ନିଯୋଗର ସଭାପତି ଜଗନ୍ନାଥ ଦାସ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri