ଆଜି ସୁନାବେଶ: ରାତି ୧୨ ଯାଏ ଦର୍ଶନ

ପୁରୀ ଅଫିସ,୧୦।୭:  ଆଜି ମହାପ୍ରଭୁଙ୍କ ସୁନାବେଶ। ରଥ ଉପରେ ମହଣ ମହଣ ସୁନାରେ ସଜେଇ ହେବେ ଚତୁର୍ଦ୍ଧାମୂର୍ତ୍ତି। ନିର୍ଦ୍ଧାରିତ ନୀତିକାନ୍ତି ଅନୁଯାୟୀ ଠାକୁରମାନଙ୍କ ସୁନାବେଶ ସମ୍ପାଦନ ହେବ। ରଥ ଉପରେ ମଙ୍ଗଳଆଳତି, ମଇଲମ, ତଡ଼ପଲାଗି, ଅବକାଶ, ବେଶ ଓ ଗୋପାଳବଲ୍ଲଭ ପରେ ସକାଳଧୂପ ନୀତି ସମ୍ପାଦିତ ହେବ। ଏହାପରେ ଅନ୍ୟାନ୍ୟ ନୀତି କରାଯାଇ ସନ୍ଧ୍ୟା ୫ଟାରୁ ସାଢ଼େ ୬ଟା ମଧ୍ୟରେ ସୁନାବେଶ ଅନୁଷ୍ଠିତ ହେବ। ଭକ୍ତମାନେ ବିଳମ୍ବିତ ରାତ୍ର ପର୍ଯ୍ୟନ୍ତ ମହାପ୍ରଭୁଙ୍କର ଦୁର୍ଲଭ ସୁନାବେଶ ଦର୍ଶନ କରିପାରିବେ। ଶ୍ରୀଗୁଣ୍ଡିଚା ଓ ବାହୁଡ଼ା ଭଳି ସୁନାବେଶ ପାଇଁ ପୁରୀକୁ ଲକ୍ଷାଧିକ ଭକ୍ତଙ୍କ ଆଗମନ ହେବ। ତେଣୁ ଶୃଙ୍ଖଳିତ ଦର୍ଶନ ଓ ଟ୍ରାଫିକ୍‌ ବ୍ୟବସ୍ଥା ପରିଚାଳନା ପାଇଁ ବ୍ୟାପକ ବନ୍ଦୋବସ୍ତ ହୋଇଛି। ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ କହିଛନ୍ତି ଯେ, ସୁନାବେଶରେ ବ୍ୟାପକ ଜନସମାଗମ ହେବା ନେଇ ଆକଳନ କରାଯାଉଛି। ତଦନୁଯାୟୀ ଫୋର୍ସ ମହଜୁଦ ରଖିଛୁ। ଶ୍ରଦ୍ଧାଳୁଙ୍କ ଯାନବାହନ ପାର୍କିଂ ଉପରେ ସ୍ବତନ୍ତ୍ର ଧ୍ୟାନ ଦିଆଯାଇଛି। ସେହିଭଳି ରଥଯାତ୍ରା ଓ ବାହୁଡ଼ାଯାତ୍ରାରେ ଥିବା ପୋଲିସ ମୁତୟନ ସୁନାବେଶରେ ମଧ୍ୟ କାର୍ଯ୍ୟକ୍ଷମ ରହିବ ବୋଲି ପୁରୀ ଏସ୍‌ପି କନୱର ବିଶାଲ ସିଂ କହିଛନ୍ତି। ନିଷ୍ପତ୍ତି ଅନୁସାରେ ରବିବାର ମଧ୍ୟାହ୍ନ ୧୨ଟାରୁ ସାଢ଼େ ୧୨ଟା ସୁଦ୍ଧା ନୀତି ଶେଷ କରିବା ପାଇଁ ଚେଷ୍ଟା କରାଯିବ। ଏହାପରେ ମହାପ୍ରଭୁଙ୍କ ସୁନାବେଶ ଆରମ୍ଭ ହେବ। ରାତ୍ର ୧୨ଟା ପର୍ଯ୍ୟନ୍ତ ସୁନାବେଶ ଦର୍ଶନ ମିଳିବ। ସେବାୟତମାନେ ରଥ ଉପରକୁ କ୍ୟାମେରା ନେବେ ମାତ୍ର ଫଟୋ ଉଠାଇପାରିବେ ନାହିଁ। ସେବାୟତ ଫଟୋ ଉଠାଉଥିବା ଦେଖିବାକୁ ମିଳିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ରଥ ଉପରେ ଦଇତାପତି କିମ୍ବା ସେବାୟତମାନେ ଠାକୁରଙ୍କ ଆଗରେ ଠିଆ ହୋଇ ଦର୍ଶନରେ ବାଧକ ସାଜିବେ ନାହିଁ। ଜିଲା ପ୍ରଶାସନ ଏହା ଉପରେ ଜୋର ଦେଉଛି। ଦଇତାପତିମାନେ ନିର୍ଦ୍ଦେଶନାମାକୁ ପାଳନ କରିବେ। ପାଳିଆ ସେବକ ଓ ଦଇତାପତିଙ୍କୁ ଛାଡ଼ି ସୁନାବେଶରେ କେହି ରଥ ଉପରେ ରହିବେ ନାହିଁ। ଦଇତାପତିଙ୍କ ସହ ହୋଇଥିବା ବୈଠକରେ ଜିଲାପାଳ ରଥଯାତ୍ରା ଭଳି ସବୁ ନୀତିକାନ୍ତିଙ୍କୁ ସଅଳ କରିବା ଉପରେ ଗୁରୁତ୍ୱ ଦିଆଯାଉଛି ବୋଲି ଦଇତାପତି ନିଯୋଗର ସଭାପତି ଜଗନ୍ନାଥ ଦାସ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri