ବ୍ରିଟେନରେ ଦୀପାବଳି ପାର୍ଟି ଦେଲେ ସୁନକ, ଯୋଗଦେଲେ ବଲିଉଡ୍‌ର ଏହି ଷ୍ଟାର୍‌

ଲଣ୍ଡନ,୧୧ା୧୧: ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ଏବଂ ତାଙ୍କ ସ୍ତ୍ରୀ ଅକ୍ଷତା ମୂର୍ତ୍ତି ୧୦ ଡାଉନିଂ ଷ୍ଟ୍ରିଟ୍‌ରେ ଏକ ଦୀପାବଳି ପାର୍ଟିର ଆୟୋଜନ କରିଥିଲେ। ଏହି ପାର୍ଟିରେ ଭାରତର ବହୁ ପ୍ରସିଦ୍ଧ ବ୍ୟକ୍ତିବିଶେଷ ଯୋଗ ଦେଇଥିଲେ। ଏଥିରେ ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର, ଟ୍ବିଙ୍କିଲ ଖାନ୍ନା, ପ୍ରୀତି ଜିଣ୍ଟା ଏବଂ ଅନ୍ୟାନ୍ୟ ସେଲିବ୍ରିଟି ମଧ୍ୟ ଯୋଗ ଦେଇଥିଲେ।

Rishi Sunak Akshata Murty Diwali reception

ଦୀପାବଳି ପାଇଁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ବାସଭବନକୁ ଫୁଲ ଏବଂ ଆଲୋକରେ ସଜାଯାଇଛି। ଏଥିସହ ସୁନକ ଦାୟିତ୍ୱ ଗ୍ରହଣ କରିବାର ଏକ ବର୍ଷ ପୂରଣ ହୋଇଛି। ସେଥିପାଇଁ ଏଥି ଦୀପାବଳିର ଉତ୍ସବ ଟିକେ ନିଆରା ହୋଇଛି।

ଏହି ଅବସରରେ ସେ ଦେଶବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ଦୀପାବଳି ପର୍ବ ଆସନ୍ତାକାଲି ଏକ ଉଜ୍ଜ୍ୱଳ ପ୍ରତିନିଧିତ୍ୱ କରେ ଯେପରି ଅନ୍ଧାର ଉପରେ ଆଲୋକର ବିଜୟ। ସେ କହିଛନ୍ତି, ପ୍ରଥମେ ବ୍ରିଟେନ ଏସୀୟ ପ୍ରଧାନମନ୍ତ୍ରୀ ତଥା ଜଣେ ଦୃଢ଼ ହିନ୍ଦୁ ଭାବରେ ମୁଁ ଆଶା କରୁଛି ଯେ ଦୀପାବଳି ପର୍ବ ହେଉଛି ଜାତି ଓ ସାଂସ୍କୃତିକ ବିବିଧତାର ପର୍ବ, ଯାହା ବ୍ରିଟେନକୁ ସ୍ବତନ୍ତ୍ର କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri