୨୦୨୪ ନିର୍ବାଚନରେ ସୁନକଙ୍କର ପରାଜୟ ଆଶଙ୍କା ଘନେଇଲା…

ଲଣ୍ଡନ,୯।୧ : ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ସମ୍ପର୍କରେ ଗଣମାଧ୍ୟମ ରିପୋର୍ଟରେ ଏକ ବଡ଼ ଦାବି କରାଯାଇଛି। କୁହାଯାଇଛି ଯେ ୨୦୨୪ ମସିହାରେ ବ୍ରିଟେନରେ ହେବାକୁ ଥିବା ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସୁନକ ଏବଂ ତାଙ୍କ ଦଳର ୧୫ ଜଣ ମନ୍ତ୍ରୀ ପରାଜୟର ବିପଦରେ ଅଛନ୍ତି।

ନୂତନ ବର୍ଷ ୨୦୨୩ ଆରମ୍ଭରୁ ପ୍ରଧାନମନ୍ତ୍ରୀ ସୁନକ ଟୋରୀ ଦଳର ଭାଗ୍ୟକୁ ପରିବର୍ତ୍ତନ କରିବାକୁ ଚେଷ୍ଟା କରୁଛନ୍ତି। କିନ୍ତୁ ନିକଟରେ ହୋଇଥିବା ସର୍ଭେରୁ ଜଣାପଡିଛି ଯେ ବିରୋଧୀ ଲେବର ପାର୍ଟି ପାଖାପାଖି ୨୦ ପଏଣ୍ଟ ହାସଲ କରିଛି। ନିର୍ବାଚନ ବିଶେଷଜ୍ଞମାନେ କହିଛନ୍ତି ଯେ ଲିଜ ଟ୍ରସଙ୍କ ପରେ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ସୁନକଙ୍କ ଯୋଗୁ ସ୍ଥିତିରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହୋଇଥିଲା। କିନ୍ତୁ ବର୍ତ୍ତମାନ ଏହା ପୁଣି ମାନ୍ଦା ହୋଇଯାଇଛି ।

ଫୋକାଲ ଡାଟାପୋଲିଙ୍ଗ ଅନୁଯାୟୀ ‘ବେଷ୍ଟ ଫର ବ୍ରିଟେନ’ ଅନୁଯାୟୀ ବୈଦେଶିକ ମନ୍ତ୍ରୀ ଜେମ୍ସ କ୍ଲିଭର୍ଲି, ପ୍ରତିରକ୍ଷା ମନ୍ତ୍ରୀ ବେନ ୱାଲେସ, ବ୍ୟବସାୟ ମନ୍ତ୍ରୀ ଗ୍ରାଣ୍ଟ ଶାପ୍ସ, ହାଉସ ଅଫ କମନ୍ସ ନେତା ପେନି ମର୍ଡାଉଣ୍ଟ ଏବଂ ପରିବେଶ ସଚିବ ଥେରେସ କଫି ପ୍ରମୁଖ ସୁନକଙ୍କ ଟିମର ନେତା ମଧ୍ୟ ୨୦୨୪ ନିର୍ବାଚନରେ ହାରିପାରନ୍ତି।

ବ୍ରିଟିଶ ସର୍ଭେ ଅନୁଯାୟୀ ସୁନକଙ୍କ କ୍ୟାବିନେଟର କେବଳ ପାଞ୍ଚଜଣ କ୍ୟାବିନେଟ ମନ୍ତ୍ରୀ ଜେରେମି ହଣ୍ଟ, ଭାରତୀୟ ମୂଳ ସୁଏଲା ବ୍ରାଭରମ୍ୟାନ, ମାଇକେଲ ଗୋଭ, ନାଡିମ ଭାଭି ଏବଂ କେମି ବାଡେନୋଚ ୨୦୨୪ ସାଧାରଣ ନିର୍ବାଚନରେ ଜିତିବାର ଆଶା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?