ଲୁଟେରାଙ୍କ କବ୍‌ଜାରେ ସୁନାମୁହିଁ ପର୍ଯ୍ୟଟନସ୍ଥଳୀ

ଖଣ୍ଡପଡ଼ା,୧୨।୧୦(ସ୍ବ.ପ୍ର.): ଖଣ୍ଡପଡ଼ା ସହର ଉପକଣ୍ଠରେ ଅବସ୍ଥିତ ସୁନାମୁହିଁ ପରିବେଶ ପର୍ଯ୍ୟଟନସ୍ଥଳୀ ଏବେ ଲୁଟେରାଙ୍କ କବ୍‌ଜାରେ ଥିବା ଦେଖିବାକୁ ମିଳିଛି। ୨ ବର୍ଷ ତଳେ ଉକ୍ତ ସ୍ଥାନରେ ଅନେକ ଉନ୍ନୟନମୂଳକ କାର୍ଯ୍ୟ କରାଯାଇଥିଲା। ଶାରୀରିକ ବ୍ୟାୟାମ ନିମନ୍ତେ ଅନେକ ଉପକରଣ ସ୍ଥାପନ କରାଯାଇଥିଲା। ମାତ୍ର ସେହିସବୁ ଉପକରଣଗୁଡିକ ଏବେ ଆଉ ସେଠାରେ ଦେଖିବାକୁ ମିଳୁନାହିଁ। ଉକ୍ତ ପର୍ଯ୍ୟଟନସ୍ଥଳୀ ପରିସରରୁ ବହୁ ମୂଲ୍ୟବାନ ସାମଗ୍ରୀ ଦୁର୍ବୃତ୍ତ ଲୁଟି ନେଇଥିବା ଅଭିଯୋଗ ହେଉଛି। ରକ୍ଷଣାବେକ୍ଷଣ ଅଭାବ ସାଙ୍ଗକୁ ସୁରକ୍ଷା ଢିଲା ଯୋଗୁ ଏଭଳି ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି।
କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଅଧୀନରେ ଥିବା ଏହି ପର୍ଯ୍ୟଟନସ୍ଥଳୀର ସୁରକ୍ଷା ଦିଗରେ ବିଭାଗୀୟ କର୍ତ୍ତୃପକ୍ଷ ଯେତିକି ଧ୍ୟାନ ଦେବା କଥା ତାହା ଦେଉନାହାନ୍ତି। ଯେଉଁଥି ପାଇଁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଆଲୋଚନା ହେଉଛି। ତେଣୁ ଏଥିପ୍ରତି ଦାୟୀ କିଏ ପ୍ରଶାସନ ନା ବିଭାଗୀୟ କର୍ତ୍ତୃପକ୍ଷ ବୋଲି ସହରବାସୀଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଖଣ୍ଡପଡ଼ାର ତତ୍କାଳୀନ ବିଧାୟକ ଅନୁଭବ ପଟ୍ଟନାୟକଙ୍କ ସମୟରେ ଉକ୍ତ ପର୍ଯ୍ୟଟନସ୍ଥଳୀର ବିକାଶ ନିମନ୍ତେ ବିଭିନ୍ନ ପର୍ଯ୍ୟାୟରେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ହୋଇଥିବା ବିଭାଗୀୟ ସୂତ୍ରରୁ ଜଣାପଡିଛି। ତେବେ ଏତେ ଟଙ୍କା ବ୍ୟୟ ସତ୍ତ୍ୱେ ଏହାର ସୁରକ୍ଷା ନିମନ୍ତେ ପ୍ରଶାସନ ପକ୍ଷରୁ କର୍ମଚାରୀ ନିଯୁକ୍ତି ନ ହେବା ଏକ ବିଡମ୍ବନା ବୋଲି ଚର୍ଚ୍ଚା ହେଉଛି। ଏ ସମ୍ପର୍କରେ କୌଣସି ଅଧିକାରୀଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ। ତେବେ ଜିଲା ପ୍ରଶାସନ ଏ ଦିଗରେ ଦୃଷ୍ଟି ଦେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri