Posted inଜାତୀୟ

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ ଡକ୍ଟରେଟ୍‌ ଉପାଧି ଲାଭ କରିଛନ୍ତି । ସାନ୍‌ ଫ୍ରାନ୍ସିକୋରେ ଆୟୋଜିତ କାର୍ଯ୍ୟକ୍ରମରେ ତାଙ୍କୁ ଏହା ପ୍ରଦାନ କରାଯାଇଛି । ଏଥି ସହିତ ତାଙ୍କ ସ୍ତ୍ରୀ ଅଞ୍ଜଳୀ ପିଚାଇଙ୍କୁ କେମିକାଲ୍‌ ଇଞ୍ଜିନିୟରିଂ ପାଇଁ ଆଲୁମିନସ୍‌ ଆୱାର୍ଡ ମିଳିଛି ।

ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରି ଗୁଗୁଲ ସିଇଓ ଏହି ସୂଚନା ଦେଇଛନ୍ତି । ସେ ଏଥିରେ ଲେଖଛନ୍ତି, ତାଙ୍କ ମାଆ-ବାପା ସର୍ବଦା ଚାହୁଁଥିଲେ ଯେ ସେ ପିଏଚ୍‌ଡି କରନ୍ତୁ । ସେ ଏ ପର୍ଯ୍ୟନ୍ତ ପହଞ୍ଚିବା ପାଇଁ ସହଯୋଗ କରିଥିବାରୁ ଏଥିପାଇଁ ତାଙ୍କ ଅନୁଷ୍ଠାନକୁ ଧନ୍ୟବାଦ ଦେଇଛନ୍ତି । ତେବେ ଏହି କାର୍ଯ୍ୟକ୍ରମରେ ଆଇଆଇଟି ଖଡ଼ଗପୁରର ନିର୍ଦ୍ଦେଶକ ଭିକେ ତାୱାରି ମଧ୍ୟ ଯୋଗଦେଇଥିଲେ ବୋଲି ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

ବାଂଲାଦେଶର ନୂଆ ରାଷ୍ଟ୍ରପତି ମିର୍ଜା ଫକରୁଲ୍: ଜାଣନ୍ତୁ ତାଙ୍କ ପତ୍ନୀଙ୍କ ଭାରତ କନେକ୍ସନ୍

ଢାକା,୨୦।୮: ବାଂଲାଦେଶ ନେସନାଲିଷ୍ଟ ପାର୍ଟି (BNP) ର ପ୍ରାର୍ଥୀ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର ସଂସଦୀୟ ନିର୍ବାଚନରେ ୨୫୫ଟି ଭୋଟ୍ ପାଇବା ପରେ ବାଂଲାଦେଶର ୨୩ତମ ରାଷ୍ଟ୍ରପତି…

SRCଙ୍କ କଡ଼ା ନିର୍ଦ୍ଦେଶ, ବନ୍ୟା ପ୍ରଭାବିତ ଏହି ୪ ଜିଲାକୁ ମିଳିବ ଚାଉଳ…

ଭୁବନେଶ୍ବର ୨୦।୮: ପ୍ରବଳ ବର୍ଷା ଓ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ…

ସ୍ବାସ୍ଥ୍ୟକେନ୍ଦ୍ରର ପାଚେରୀ ନିର୍ମାଣ କାର୍ଯ୍ୟରେ ଅନିୟମିତତା

କର୍ଲାମୁଣ୍ଡା;୨୦।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୧ କୋଟି ଅର୍ଥ…

କଂଗ୍ରେସ ଉପରେ ବର୍ଷିଲେ ଧର୍ମେନ୍ଦ୍ର, ତୁଷ୍ଟୀକରଣ ରାଜନୀତିକୁ ନେଇ….

ନୂଆଦିଲ୍ଲୀ,୨୦ା୮: କଂଗ୍ରେସ ମୁଖ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ‘ବନ୍ଦେ ମାତରମ୍’ ଗାନକୁ ନେଇ ଦେଖାଦେଇଥିବା ବିବାଦ ଏବେ ତୀବ୍ର ହୋଇଛି । ଏହାକୁ ନେଇ କଂଗ୍ରେସକୁ…

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

ରାଜ୍ୟ ସରକାର ବଢାଇଲେ ପେନଶନ ଲିମିଟ୍‌, ଜାଣନ୍ତୁ କାହାକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୦ା୮: ସରକାରୀ କର୍ମଚାରୀମାନଙ୍କୁ ଅବସର ପରେ ପେନ୍‌ସନ୍ ସୁବିଧା ମିଳିଥାଏ। ପ୍ରତ୍ୟେକ ରାଜ୍ୟ ସରକାର ନିଜ ରାଜ୍ୟର ପେନ୍‌ସନ୍‌ଭୋଗୀଙ୍କ ପେନ୍‌ସନ୍‌ରେ ସମୟ ସମୟରେ ବୃଦ୍ଧି କିମ୍ବା ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri