ସୁନ୍ଦରଗଡ ଜିଲା ସ୍ତରୀୟ ସ୍ବାଧୀନତା ଦିବସ:  ସ୍ବାସ୍ଥ୍ୟମନ୍ତ୍ରୀ  କଲେ ପତାକା ଉତ୍ତୋଳନ   

 ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମାମଲା ମେଣ୍ଡୁଳି): ୭୯ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ସମାରୋହ  ସ୍ଥାନୀୟ ସରକାରୀ କଲେଜ ନିକଟ ଯତରା ପଡିଆଠାରେ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏହି ସମାରୋହରେ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲକ୍ଟୋଟ୍ରିନ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ସମ୍ମିଳିତ ପ୍ୟାରେଡରେ ଅଭିଭାଦନ ଗ୍ରହଣ କରିଥିଲେ। ଉପସ୍ଥିତ ଜନତାଙ୍କୁ  ଉଦ୍‌ବୋଧନ ଦେଇ ମନ୍ତ୍ରୀ ଡ.ମହାଲିଙ୍ଗ ଦେଶ ସ୍ବାଧୀନତା ଆନ୍ଦୋଳନରେ ମହାନ ସଗ୍ରାମୀମାନଙ୍କ  ତ୍ୟାଗ ଓ ବଳିଦାନକୁ ମନେ ପକାଇ ରାଜ୍ୟ ତଥା  ବିକାଶର ତାଳରେ ଜିଲାର ବିକାଶକୁ ଆଗେଇ ନେବାପାଇଁ  ସମ୍ମିଳିତ ଉଦ୍ୟମ ପାଇଁ ଆହ୍ବାନ ଦେଇଥିଲେ। ରାଜରେ ଚାଲିଥିବା ଡବଲ ଇଞିନ ସରକାର ଓଡିଶାର ବିକାଶ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ବିଶେଷକରି କୃଷକ, ମହିଳା ଓ ଯୁବକ ମାନଙ୍କ ଉନ୍ନତି ପାଇଁ ସରକାର ବିଶେଷ ଅଗ୍ରାଧିକାର ଦେଉଥିବା କହିଥିଲେ। ଏହି ଅବସରରେ ସୁନ୍ଦରଗଡର ବିଭିନ୍ନ ଶିକ୍ଷାନୁଷ୍ଠାନର ୩୩ ଗୋଟିଦଳ ଚିତାକର୍ଷକ ପ୍ୟାରେଡ ପ୍ରଦର୍ଶନ କରିଥିଲେ।
ସେହିପରି ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରମାନେ ଆକର୍ଷଣୀୟ ସାସ୍କୃଂତିକ କାର୍ଯ୍ୟକ୍ରମ  ପରିବେଷଣ କରିଥିଲେ। ପରିଶେଷରେ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ଓ ଶ୍ରେଷ୍ଠ ପ୍ୟାରେଡ ଦଳକୁ ପୁରସ୍କାର ବିତରଣ କରାଯାଇଥିଲା। ଏହି ସମାରୋହରେ ଜିଲାପାଳ ଡା.ଶୁଭଙ୍କର ମହାପାତ୍ର,ଅତିରିକ୍ତ ଜିଲାପାଳ ସୁରଜ ପଟ୍ଟନାୟକ, ଅଭିମନ୍ୟୁ ମାଝି, ଜିଲା ମୁଖ୍ୟ ଆକର୍ଷଣ ଉନ୍ନୟନ ଅଧିକାରୀ ସୁରଞନ ସାହୁ, ସଦର ଉପଜିଲାପାଳ  ବେହେରାଙ୍କ  ସମେତ ବିଭିନ୍ନ ବିଭାଗ ଅଧିକାରୀ ଉପସ୍ଥିତ ଥିଲେ। ଜିଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ନନ୍ଦିନୀ ମୁଣ୍ଡାରୀ ଓ ଶିକ୍ଷୟିତ୍ରୀ ସ୍ବାଗତିକା ପଣ୍ଡା ପରିଚାଳନା କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri