Posted inଖେଳ

ସୁନ୍ଦରଗଡ଼, ଇକୋର୍ସା, କଟକ-ବି ବିଜୟୀ

ଭୁବନେଶ୍ୱର, ୧୨ା୪ (ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ କଟକର ବିଭିନ୍ନ ଗ୍ରାଉଣ୍ଡରେ ଚାଲିଥିବା କଳାହାଣ୍ଡି କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଡାଇମଣ୍ଡ-ଏ ଓ ସିଲ୍‌ଭର-ଏ ଗ୍ରୁପ୍‌ର ୩ଟି ମ୍ୟାଚ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଇକୋର୍ସା, ସୁନ୍ଦରଗଡ ଓ କଟକ-ବି ବିଜୟୀ ହୋଇଛି। ଇକୋର୍ସାର ସମୀର ଆର. ସଫଳ ବ୍ୟାଟର ଭାବରେ ଶତକ ହାସଲ କରିଥିବା ବେଳେ ସ୍ବୟମ୍‌ ରାଉତରାୟ, ଜୟନ୍ତ ବେହେରା ଓ ଜାମଳା ମହାପାତ୍ର ୫ ଉଇକେଟ ସଫଳତା ଅର୍ଜନ କରିଛନ୍ତି।
ରେଭେନ୍ସା ଗ୍ରାଉଣ୍ଡ-୨: ଏଠାରେ ଖେଳାଯାଇଥିବା ମ୍ୟାଚରେ ସୁନ୍ଦରଗଡ ୧୫ ରନ୍‌ରେ ଭୁବନେଶ୍ୱର-ଏ’କୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ସୁନ୍ଦରଗଡ ୪୮.୫ ଓଭରରେ ୨୩୬ ରନ୍‌ରେ ଅଲଆଉଟ ହୋଇଥିଲା। ଅଙ୍କିତ ସିଂ ୬୭ ଓ ସୌମ୍ୟ ଲେଙ୍କା ୫୧ ରନ୍‌ କରିଥିବା ବେଳେ ସ୍ବୟମ୍‌ ୩୦ ରନରେ ୫ ଉଇକେଟ ନେଇଥିଲେ। ଜବାବରେ ଭୁବନେଶ୍ୱର-ଏ ୪୮.୨ ଓଭରରେ ୨୨୧ ରନ୍‌ରେ ଅଲଆଉଟ ହୋଇଥିଲା। ବିଶ୍ୱ ମୁଦୁଲି ୭୯ ରନ୍‌ କରିଥିଲେ।
ସନ୍‌ସାଇନ୍‌ ଗ୍ରାଉଣ୍ଡ: ଏଠାରେ ଖୋର୍ଦ୍ଧାକୁ ୯ ଉଇକେଟରେ ହରାଇଥିଲା ଇକୋର୍ସା। ପ୍ରଥମେ ବ୍ୟାଟିଂ କରି ଖୋର୍ଦ୍ଧା ୧୭୦ ରନ୍‌ରେ ସମସ୍ତ ଉଇକେଟ ହରାଇଥିଲା। ଆର୍ଯ୍ୟଶ୍ରୀ ୯୩ ରନ୍‌ କରିଥିବା ବେଳେ ଜୟନ୍ତ ବେହେରା ୧୧ ରନ୍‌ରେ ୬ ଉଇକେଟ ନେଇଥିଲେ। ଜବାବରେ ସମୀରଙ୍କ ୧୦୭ ରନ୍‌ ବଳରେ ୨୮ ଓଭରରେ ଏକ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା ଇକୋର୍ସା।
ଅଡଶପୁର ଗ୍ରାଉଣ୍ଡ: ଏଠାରେ କଟକ-ବି ୧୦ ଉଇକେଟରେ ଭଦ୍ରକ ଦଳକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ଭଦ୍ରକ ୮୯ ରନ୍‌ରେ ସମସ୍ତ ଉଇକେଟ ହରାଇଥିବା ବେଳେ କଟକ କୌଣସି ଉଇକେଟ ନ ହରାଇ ମ୍ୟାଚ୍‌ ଜିତି ନେଇଥିଲା। କଟକ ପକ୍ଷରୁ ଜାମଳ ମହାପାତ୍ର ସଫଳ ବୋଲର ଭାବରେ ୨୪ ରନରେ ୫ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?