ହୃଦୟବିଦାରକ ଘଟଣା: ସ୍ବାମୀ ସହ ଝଗଡା ପରେ ୨ ଝିଅଙ୍କୁ ବିଷ ଦେଇ ନିଜେ ବିଷ ପିଇଲା ମାଆ

ବଣାଇ,୧୭।୭(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲାର ଲହୁଣୀପଡ଼ା ଥାନା ଅନ୍ତର୍ଗତ ବନ୍ଧବେର୍ଣ୍ଣା ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀର ମଦ ପିଇବା ଅଭ୍ୟାସ ଓ ନୀତି ଦିନିଆ ଝଗଡ଼ାରୁ ବିରକ୍ତ ହୋଇ ତାରିଣୀ ମୁଣ୍ଡା ନାମକ ଜଣେ ମହିଳା ନିଜର ଦୁଇ ଝିଅ ସୋନାଲୀ (୧୪) ଓ ଜ୍ୟୋସ୍ନାମୟୀ (୧୨)ଙ୍କୁ ବିଷମିଶ୍ରିତ ଥଣ୍ଡା ପାନୀୟ ପିଆଇବାକୁ ଦେଇ ନିଜେ ମଧ୍ୟ ବିଷ ପିଇଛନ୍ତି।

ଘଟଣା ଅନୁଯାୟୀ, ତାରିଣୀଙ୍କ ସ୍ୱାମୀ ପ୍ରତିଦିନ ମଦ ପିଇ ତାଙ୍କ ସହ ଝଗଡ଼ା କରୁଥିଲେ। ଏହାକୁ ଦୀର୍ଘଦିନ ସହ୍ୟ କରିବା ପରେ ତାରିଣୀଙ୍କ ଧୈର୍ଯ୍ୟର ବନ୍ଧ ଭାଙ୍ଗିଯାଇଥିଲା। ଗୁରୁବାର ସନ୍ଧ୍ୟାରେ ପୁନର୍ବାର ସ୍ୱାମୀ ସହ ଝଗଡ଼ା ହେବା ପରେ ଉତ୍ୟକ୍ତ ହୋଇ ତାରିଣୀ ଘରେ ଥିବା କୀଟନାଶକକୁ ଥଣ୍ଡା ପାନୀୟରେ ମିଶାଇ ଦୁଇ ଝିଅଙ୍କୁ ପିଆଇବାକୁ ଦେଇଥିଲେ ଏବଂ ନିଜେ ମଧ୍ୟ ସେହି ବିଷ ପିଇଥିଲେ।

ଘରର ଅନ୍ୟ ସଦସ୍ୟମାନେ ଏହା ଦେଖି ତୁରନ୍ତ ତାରିଣୀ ଓ ତାଙ୍କ ଦୁଇ ଝିଅଙ୍କୁ ଏକ ଅଟୋ ଯୋଗେ ବଣାଇ ଉପଖଣ୍ଡ ଡାକ୍ତରଖାନାକୁ ନେଇଥିଲେ। ପ୍ରାଥମିକ ଚିକିତ୍ସା ପରେ ତିନିଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ରାଉରକେଲା ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି।

ଲହୁଣୀପଡ଼ା ଥାନା ପୋଲିସ ଏହି ଘଟଣାର ତଦନ୍ତ ଜାରି ରଖିଛି। ଏହି ଦୁଃଖଦ ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri