ହୃଦୟବିଦାରକ ଘଟଣା: ସ୍ବାମୀ ସହ ଝଗଡା ପରେ ୨ ଝିଅଙ୍କୁ ବିଷ ଦେଇ ନିଜେ ବିଷ ପିଇଲା ମାଆ

ବଣାଇ,୧୭।୭(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲାର ଲହୁଣୀପଡ଼ା ଥାନା ଅନ୍ତର୍ଗତ ବନ୍ଧବେର୍ଣ୍ଣା ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀର ମଦ ପିଇବା ଅଭ୍ୟାସ ଓ ନୀତି ଦିନିଆ ଝଗଡ଼ାରୁ ବିରକ୍ତ ହୋଇ ତାରିଣୀ ମୁଣ୍ଡା ନାମକ ଜଣେ ମହିଳା ନିଜର ଦୁଇ ଝିଅ ସୋନାଲୀ (୧୪) ଓ ଜ୍ୟୋସ୍ନାମୟୀ (୧୨)ଙ୍କୁ ବିଷମିଶ୍ରିତ ଥଣ୍ଡା ପାନୀୟ ପିଆଇବାକୁ ଦେଇ ନିଜେ ମଧ୍ୟ ବିଷ ପିଇଛନ୍ତି।

ଘଟଣା ଅନୁଯାୟୀ, ତାରିଣୀଙ୍କ ସ୍ୱାମୀ ପ୍ରତିଦିନ ମଦ ପିଇ ତାଙ୍କ ସହ ଝଗଡ଼ା କରୁଥିଲେ। ଏହାକୁ ଦୀର୍ଘଦିନ ସହ୍ୟ କରିବା ପରେ ତାରିଣୀଙ୍କ ଧୈର୍ଯ୍ୟର ବନ୍ଧ ଭାଙ୍ଗିଯାଇଥିଲା। ଗୁରୁବାର ସନ୍ଧ୍ୟାରେ ପୁନର୍ବାର ସ୍ୱାମୀ ସହ ଝଗଡ଼ା ହେବା ପରେ ଉତ୍ୟକ୍ତ ହୋଇ ତାରିଣୀ ଘରେ ଥିବା କୀଟନାଶକକୁ ଥଣ୍ଡା ପାନୀୟରେ ମିଶାଇ ଦୁଇ ଝିଅଙ୍କୁ ପିଆଇବାକୁ ଦେଇଥିଲେ ଏବଂ ନିଜେ ମଧ୍ୟ ସେହି ବିଷ ପିଇଥିଲେ।

ଘରର ଅନ୍ୟ ସଦସ୍ୟମାନେ ଏହା ଦେଖି ତୁରନ୍ତ ତାରିଣୀ ଓ ତାଙ୍କ ଦୁଇ ଝିଅଙ୍କୁ ଏକ ଅଟୋ ଯୋଗେ ବଣାଇ ଉପଖଣ୍ଡ ଡାକ୍ତରଖାନାକୁ ନେଇଥିଲେ। ପ୍ରାଥମିକ ଚିକିତ୍ସା ପରେ ତିନିଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ରାଉରକେଲା ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି।

ଲହୁଣୀପଡ଼ା ଥାନା ପୋଲିସ ଏହି ଘଟଣାର ତଦନ୍ତ ଜାରି ରଖିଛି। ଏହି ଦୁଃଖଦ ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲିଭ୍‌ ଇନ୍‌ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…

ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍‌ ଇନ୍‌ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ…

ମାଓବାଦୀ ନେତା ଶୁକ୍ରୁ ବିପଦରେ

ଭୁବନେଶ୍ୱର,୨୦।୩: ଡିଜିପି ଓ୍ବାଇ.ବି ଖୁରାନିଆଙ୍କ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ରାଜ୍ୟରୁ ମାଓବାଦୀ ନିପାତ ଲକ୍ଷ୍ୟରେ ଶେଷ ଲଢ଼େଇ ଜାରି…

ଇରାନ ବିବାଦ: ଟ୍ରମ୍ପଙ୍କ ନାଁ ନନେଇ ଏମିତି କହିଦେଲେ ମୋହନ ଭାଗବତ, ବିଶ୍ବକୁ ଦେଲେ ଶାନ୍ତିର ମନ୍ତ୍ର

ନୂଆଦିଲ୍ଲୀ,୨୦।୩: ଇରାନ-ଆମେରିକା ବିବାଦ ଭିତରେ ଆରଏସଏସ ମୁଖ୍ୟ ମୋହନ ଭାଗବତ ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଛନ୍ତି । ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ: ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୦।୩: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଗୃହରେ ଏକ ବଡ଼ ବୟାନ ଦେଇଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୯୩୦ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ…

ରାଜ୍ୟ ସରକାରଙ୍କ ବଡ଼ ଆକ୍ସନ: ୨୫ ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର,୨୦ା୩: ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ…

ସରକାରଙ୍କ ନୂଆ ନିର୍ଦ୍ଦେଶ: ତେଲ-ଗ୍ୟାସ ବ୍ୟବହାର କରୁଥିବା କମ୍ପାନୀଗୁଡ଼ିକୁ କରିବାକୁ ପଡିବ ଏହି କାମ

ନୂଆଦିଲୀ,୨୦।୩: ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ଶକ୍ତି ସଙ୍କଟ ମଧ୍ୟରେ, ସରକାର ଦେଶ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛନ୍ତି। ଏହି…

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବେ ଛଅଟି ଦେଶ; ବିଶ୍ୱ ସାରାରେ ଖାଦ୍ୟ ସଙ୍କଟ ତୀବ୍ର ହୋଇପାରେ

ତେହାରାନ,୨୦।୩: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଆମେରିକା ଏବଂ ଇସ୍ରାଏଲର ଭୟଙ୍କର ଆକ୍ରମଣରୁ ପୂର୍ବରୁ ଜଳୁଥିବା ଏକ ମୋର୍ଚ୍ଚାରେ, ଇରାନ…

ଯୁଦ୍ଧ ଭିତରେ ଖସିଲା ସୁନାଦର; ଦେଢଲକ୍ଷରୁ ତଳକୁ ଖସିଲା ଭରିଏ ସୁନାର ମୂଲ୍ୟ!

ନୂଆଦିଲ୍‌ଲୀ,୨୦।୩: ଖସିଲା ସୁନା, ରୁପା ଦର । ସପ୍ତାହକ ମଧ୍ୟରେ ୨୦ ହଜାର ଟଙ୍କା ଖସିଲାଣି ସୁନା ଦର । ଦେଢ଼ ଲକ୍ଷରୁ ତଳକୁ ଖସିଲା ଭରିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri