ସମ୍ବଲପୁର ହିଂସା ପ୍ରତିବାଦ: ସୁନ୍ଦରଗଡ଼ରେ ବନ୍ଦ ପାଳନ

ସୁନ୍ଦରଗଡ଼,୧୯ା୪(ଡି.ଏନ୍‌): ହନୁମାନ ଜୟନ୍ତୀରେ ଶୋଭାଯାତ୍ରା ସମୟରେ ସମ୍ବଲପୁରରେ ଘଟିଥିବା ହିଂସା ଘଟଣାର ପ୍ରତିବାଦରେ ବୁଧବାର ବିଶ୍ବହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ୧୨ଘଣ୍ଟିଆ ‘ଓଡ଼ିଶା ବନ୍ଦ’ ଡାକରା ଯୋଗୁ ସୁନ୍ଦରଗଡ଼ରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଆଜି ବିଶ୍ୱ ହିନ୍ଦୁ ପରିଷଦ,ବଜରଙ୍ଗ ଦଳ ସମତେ ଅନେକ ହିନ୍ଦୁ ସଂଗଠନ ପଶ୍ଚିମ ଓଡ଼ିଶାର ୧୪ଟି ଜିଲାରେ ଏହି ୧୨ଘଣ୍ଟିଆ ବନ୍ଦ ପାଳନ କରୁଛି। ଏହି କ୍ରମରେ ଆଜି ସୁନ୍ଦରଗଡ଼ଠାରେ ବଜରଙ୍ଗ ଦଳ କାର୍ଯ୍ୟକର୍ତ୍ତାମାନେ ୧୦ ନଂ ରାଜ୍ୟ ରାଜପଥ ବିଜୁ ଏକ୍ସପ୍ରେସ ଓ୍ବେର ରାଣୀ ବଗିଚା ଛକ, କିରେଇ ଛକ ଏବଂ ସରକାରୀ କଲେଜ ବାଇପାସ ଛକ ଠାରେ ଚକାଜାମ କରି ରାସ୍ତାରୋକ କରିଛନ୍ତି। ଫଳରେ ରାସ୍ତା ଉପରେ ଶହ ଶହ ସଖ୍ୟାରେ ଯାନବାହନ ଅଟକି ରହିଛି। ଆନ୍ଦୋଳନ ଡାକରା ଯୋଗୁ ଘରୋଇ ଓ ସରକାରୀ ବସସେବା ବନ୍ଦ ରହିଛି। ଫଳରେ ଅନେକ ଯାତ୍ରୀ ନାହିଁ ନ ଥିବା ହଇରାଣ ହୋଇଥିବାର ଦେଖିବାକୁ ମିଳିଛି। ସେହିପରି ସହରରେ ସମସ୍ତ ଦୋକାନ ବଜାର ବ୍ୟବସାୟିକ ପ୍ରତିଷ୍ଠାନ, ପେଟ୍ରୋଲ ପମ୍ପ ଆଦି ବନ୍ଦ ରହିଛି। କାଁ ଭାଁ କେତେକ ଅତ୍ୟଆବଶ୍ୟକ ଦୋକାନ ଖୋଲା ରହିଥିବା ବେଳେ, ସକାଳୁ ଡେଲିମାର୍କେଟ ପରିବା ମାର୍କେଟଠାରେ ବନ୍ଦଡାକରା ସମ୍ପର୍କରେ ଅଜଣା ଥିବା କିଛି ଚାଷୀ ବଜାରକୁ ଆସି ଯାଇଥିବାରୁ, ବଜରଙ୍ଗ ଦଳ କର୍ମୀମାନେ ତାଙ୍କୁ ଶୀଘ୍ର ପରିବା ବିକ୍ରି କରି ବନ୍ଦ ପାଇଁ କହିଥିଲେ। ସେଥିପାଇଁ କିଛି ଘଣ୍ଟା ପରିବା ମାର୍କେଟ ଖୋଲା ରହିଥିଲା। ସକାଳୁ କୋର୍ଟ ଖୋଲା ରହିଥିବା ଦେଖିବାକୁ ମିଳିଥିଲା ବେଳେ ପୋଷ୍ଟ ଅଫିସ, ସରକାରୀ ମହାବିଦ୍ୟାଳୟ ଓ ଅନ୍ୟାନ୍ୟ ଅଫିସଗୁଡ଼ିକୁ ବଜରଙ୍ଗ ଦଳ କର୍ମୀମାନେ ପିକେଟିଂ କରି ବନ୍ଦ କରିଥିଲେ। କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସହରର ବିଭିନ୍ନ ଛକରେ ପୋଲିସ ମୁତୟନ ରହିଛି। ସେହିପରି ଜିଲାର ରାଜଗାଙ୍ଗପୁର ଲହୁଣୀପଡ଼ା ଓ ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ବନ୍ଦର ପ୍ରଭାବ ଦେଖବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri