ସମ୍ବଲପୁର ହିଂସା ପ୍ରତିବାଦ: ସୁନ୍ଦରଗଡ଼ରେ ବନ୍ଦ ପାଳନ

ସୁନ୍ଦରଗଡ଼,୧୯ା୪(ଡି.ଏନ୍‌): ହନୁମାନ ଜୟନ୍ତୀରେ ଶୋଭାଯାତ୍ରା ସମୟରେ ସମ୍ବଲପୁରରେ ଘଟିଥିବା ହିଂସା ଘଟଣାର ପ୍ରତିବାଦରେ ବୁଧବାର ବିଶ୍ବହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ୧୨ଘଣ୍ଟିଆ ‘ଓଡ଼ିଶା ବନ୍ଦ’ ଡାକରା ଯୋଗୁ ସୁନ୍ଦରଗଡ଼ରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଆଜି ବିଶ୍ୱ ହିନ୍ଦୁ ପରିଷଦ,ବଜରଙ୍ଗ ଦଳ ସମତେ ଅନେକ ହିନ୍ଦୁ ସଂଗଠନ ପଶ୍ଚିମ ଓଡ଼ିଶାର ୧୪ଟି ଜିଲାରେ ଏହି ୧୨ଘଣ୍ଟିଆ ବନ୍ଦ ପାଳନ କରୁଛି। ଏହି କ୍ରମରେ ଆଜି ସୁନ୍ଦରଗଡ଼ଠାରେ ବଜରଙ୍ଗ ଦଳ କାର୍ଯ୍ୟକର୍ତ୍ତାମାନେ ୧୦ ନଂ ରାଜ୍ୟ ରାଜପଥ ବିଜୁ ଏକ୍ସପ୍ରେସ ଓ୍ବେର ରାଣୀ ବଗିଚା ଛକ, କିରେଇ ଛକ ଏବଂ ସରକାରୀ କଲେଜ ବାଇପାସ ଛକ ଠାରେ ଚକାଜାମ କରି ରାସ୍ତାରୋକ କରିଛନ୍ତି। ଫଳରେ ରାସ୍ତା ଉପରେ ଶହ ଶହ ସଖ୍ୟାରେ ଯାନବାହନ ଅଟକି ରହିଛି। ଆନ୍ଦୋଳନ ଡାକରା ଯୋଗୁ ଘରୋଇ ଓ ସରକାରୀ ବସସେବା ବନ୍ଦ ରହିଛି। ଫଳରେ ଅନେକ ଯାତ୍ରୀ ନାହିଁ ନ ଥିବା ହଇରାଣ ହୋଇଥିବାର ଦେଖିବାକୁ ମିଳିଛି। ସେହିପରି ସହରରେ ସମସ୍ତ ଦୋକାନ ବଜାର ବ୍ୟବସାୟିକ ପ୍ରତିଷ୍ଠାନ, ପେଟ୍ରୋଲ ପମ୍ପ ଆଦି ବନ୍ଦ ରହିଛି। କାଁ ଭାଁ କେତେକ ଅତ୍ୟଆବଶ୍ୟକ ଦୋକାନ ଖୋଲା ରହିଥିବା ବେଳେ, ସକାଳୁ ଡେଲିମାର୍କେଟ ପରିବା ମାର୍କେଟଠାରେ ବନ୍ଦଡାକରା ସମ୍ପର୍କରେ ଅଜଣା ଥିବା କିଛି ଚାଷୀ ବଜାରକୁ ଆସି ଯାଇଥିବାରୁ, ବଜରଙ୍ଗ ଦଳ କର୍ମୀମାନେ ତାଙ୍କୁ ଶୀଘ୍ର ପରିବା ବିକ୍ରି କରି ବନ୍ଦ ପାଇଁ କହିଥିଲେ। ସେଥିପାଇଁ କିଛି ଘଣ୍ଟା ପରିବା ମାର୍କେଟ ଖୋଲା ରହିଥିଲା। ସକାଳୁ କୋର୍ଟ ଖୋଲା ରହିଥିବା ଦେଖିବାକୁ ମିଳିଥିଲା ବେଳେ ପୋଷ୍ଟ ଅଫିସ, ସରକାରୀ ମହାବିଦ୍ୟାଳୟ ଓ ଅନ୍ୟାନ୍ୟ ଅଫିସଗୁଡ଼ିକୁ ବଜରଙ୍ଗ ଦଳ କର୍ମୀମାନେ ପିକେଟିଂ କରି ବନ୍ଦ କରିଥିଲେ। କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସହରର ବିଭିନ୍ନ ଛକରେ ପୋଲିସ ମୁତୟନ ରହିଛି। ସେହିପରି ଜିଲାର ରାଜଗାଙ୍ଗପୁର ଲହୁଣୀପଡ଼ା ଓ ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ବନ୍ଦର ପ୍ରଭାବ ଦେଖବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?