Posted inଖେଳ

ପୁରୀକୁ ୧୫-୧ରେ ହରାଇଲା ସୁନ୍ଦରଗଡ଼

ଭୁବନେଶ୍ୱର, ୨୬।୪(କ୍ରୀଡ଼ା ପ୍ରତିନିଧି): ସିନିୟର ପୁରୁଷ ଆନ୍ତଃ ଜିଲା ଫୁଟବଲ ଚାମ୍ପିୟନଶିପ୍‌ ସାହାଣୀ କପ୍‌ରେ ମଙ୍ଗଳବାର ୪ଟି ମ୍ୟାଚ ଅନୁଷ୍ଠିତ ହୋଇଛି। ସ୍ଥାନୀୟ ୭ମ ବାଟାଲିୟନ ଗ୍ରାଉଣ୍ଡରେ ଅନୁଷ୍ଠିତ ମ୍ୟାଚରେ ସୁନ୍ଦରଗଡ଼ ୧୫-୧ ଗୋଲରେ ପୁରୀକୁ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ ଆକାଶ ବେକ୍‌ ୧୭, ୨୧, ୩୯, ୫୧ ଓ ୬୩ତମ ମିନିଟରେ ୫ଟି, କିଶୋର ଖାଡିଆ ୫, ୬୭, ୮୭ ଓ ୯୦ତମ ମିନିଟରେ ୪ଟି, ସ୍ବାଧୀନ ବଢ଼େଇ ୫୩ ଓ ୫୬ତମ ମିନିଟରେ ୨ଟି ଏବଂ ଶକ୍ତି କିଶାନ ୨୦, ମହେଶ ପ୍ରଧାନ ୪୩, ଜମିର ଓରାମ ୭୫ ଓ ପ୍ରଶାନ୍ତ ଓରାମ ୬୭ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ପୁରୀ ପକ୍ଷରୁ ବି. ଶିବା ୬୭ତମ ମିନିଟରେ ଗୋଟିଏ ଗୋଲ ପରିଶୋଧ କରିଥିଲେ।

ଭୁବନେଶ୍ୱର ୧୧, ନୟାଗଡ଼ ୨

କ୍ୟାପିଟାଲ ଫୁଟବଲ ଆରେନାରେ ଅନୁଷ୍ଠିତ ମ୍ୟାଚରେ ଭୁବନେଶ୍ୱର ୧୧-୨ ଗୋଲରେ ନୟାଗଡ଼କୁ ପରାସ୍ତ କରିଛି। ଭୁବନେଶ୍ୱର ପକ୍ଷରୁ ଭାବଗ୍ରାହୀ ପଡ଼ିହାରୀ ୩୩, ୩୪, ୪୫+୧ ଓ ୪୬ତମ ମିନିଟରେ ୪ଟି, ପପୁ ମାଝି ୭, ୯ ଓ ୫୬ତମ ମିନିଟରେ ୩ଟି, ରାଜେଶ ନାୟକ ୨୫ ଓ ୪୫ତମ ମିନିଟରେ ୨ଟି ଏବଂ ସେକ୍‌ ଜାହିଦ ୬୦ ଓ ସମିତ ପାନା ୭୦ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ନୟାଗଡ଼ ପକ୍ଷରୁ ବସନ୍ତ ହେମ୍ବ୍ରମ ୪୯ ଓ ମୁନୁ ଗଗରାଇ ୯୦ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ।

ବୌଦ୍ଧ ୬, ବାଲେଶ୍ୱର ୦

କଟକର ବିଡ଼ାନାସୀ ପଡ଼ିଆରେ ଆୟୋଜିତ ମ୍ୟାଚରେ ବୌଦ୍ଧ ୬-୦ ଗୋଲରେ ବାଲେଶ୍ୱରକୁ ହରାଇ ଦେଇଛି। ବୌଦ୍ଧ ପକ୍ଷରୁ ଅନୁରାଗ ସାହୁ ୨୯ ଓ ୪୫+୨ ମିନିଟରେ ୨ଟି, ବିକ୍ରମ ନାଏକ ୭୨ ଓ ୮୩ତମ ମିନିଟରେ ୨ଟି ଏବଂ ଓଁକାର ଦେହୁରୀ ୫୧ ଓ ଦେବାଶିଷ ବେହେରା ୫୪ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ।

ଜଗତ୍‌ସିଂହପୁର ୨, ଅନୁଗୋଳ ୦

କଟକ ଚୌଦ୍ୱାରସ୍ଥିତ ଓଟିଏମ୍‌ ଗ୍ରାଉଣ୍ଡରେ ଅନୁଷ୍ଠିତ ମ୍ୟାଚରେ ଜଗତ୍‌ସିଂହପୁର ୨-୦ ଗୋଲରେ ଅନୁଗୋଳକୁ ହରାଇ ଦେଇଛି। ବିଜୟୀ ଦଳ ପକ୍ଷରୁ ଯଦୁନାଥ ହାଁସଦା ୮୫ ଓ ଚତୁରଞ୍ଜନ ମାରାଣ୍ଡି ୯୦+୧ ମିନିଟରେ ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri