ସୁନ୍ଦରଗଡ଼ ଖଣି ଦୁର୍ନୀତି ମାମଲା: ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୫(ସୁନିତ୍‌ ମିଶ୍ର):ସୁନ୍ଦରଗଡ଼ ଜିଲାର ହେମଗିର ଓ କୋଇଡ଼ା ତହସିଲରେ ହୋଇଥିବା ବ୍ୟାପକ ବେଆଇନ ଖଣି ଉତ୍ତୋଳନ ଏବଂ କାରବାରର ତଦନ୍ତ ଭିଜିଲାନ୍ସ ଦ୍ୱାରା କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିଲାଗି ଭିଜିଲାନ୍ସ ପକ୍ଷରୁ ଏକ ଏସ୍‌ଆଇଟି ଗଠନ କରାଯାଇଛି। ପୂର୍ବରୁ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ବିଭାଗୀୟ ଅଧିକାରୀମାନଙ୍କ ସହ ଉକ୍ତ ବେଆଇନ ଖଣି ଉତ୍ତୋଳନ ସ୍ଥାନକୁ ଗସ୍ତକରି ରିପୋର୍ଟ ସଂଗ୍ରହକରିବା ସହ ଏଥିନେଇ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିଥିଲେ। ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରି ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ର ଏହି ଖଣି ଦୁର୍ନୀତିର ପର୍ଦ୍ଦାଫାଶ କରିବା ପାଇଁ ଭିଜିଲାନ୍ସକୁ ନିର୍ଦ୍ଦେଶ ଦେଇଛନ୍ତି।
ମନ୍ତ୍ରୀ ଜେନା ମଧ୍ୟ ଏହି ଘଟଣାକୁ ଗୁରୁତର ସହ ଗ୍ରହଣ କରିବା ସାଙ୍ଗକୁ ଦୋଷୀ ଯିଏ ହୋଇଥାଆନ୍ତୁ ନା କାହିଁକି ସମସ୍ତଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁସାରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ସୁନ୍ଦରଗଡ଼ ଜିଲା ହେମଗିର ତହସିଲରେ ୨୨ଟି ଖଣିରୁ ବେଆଇନ ଭାବେ ୯୮୪୩ ମେଟ୍ରିକ୍‌ ଟନ୍‌ରୁ ଊର୍ଦ୍ଧ୍ୱ ପରିମାଣର କୋଇଲା ଉତ୍ତୋଳନ କରାଯାଇଥିବା ନଜରକୁ ଆସିଛି। ଏହାର ଆନୁମାନିକ ମୂଲ୍ୟ ୨ କୋଟି ଟଙ୍କାରୁ ଅଧିକ ହେବ। ଏହି ଖଣିଗୁଡ଼ିକ ମଧ୍ୟରୁ ୧୪ଟି ଖଣି ଗୋପାଳପୁର ଗ୍ରାମରେ, ୩ଟି ରତ୍ନସୋରା ଗ୍ରାମରେ ଏବଂ ୫ଟି ଭୋଗରାକଚର ଗ୍ରାମରେ ଅବସ୍ଥିତ। ଏଗୁଡ଼ିକ ମୁଖ୍ୟତଃ ଜଙ୍ଗଲ କିସମର ଜମି। ଏହାସହ ହେମଗିରର ଜାମକାନି ସଂରକ୍ଷିତ ଜଙ୍ଗଲ ଏବଂ ଭୋଗରାକଚର ଗ୍ରାମରେ ବେଆଇନ ଭାବେ କୋଇଲା ଗଚ୍ଛିତ କରାଯିବାର ସୂଚନା ମିଳିଛି। ସେହିପରି କୋଇଡ଼ା ତହସିଲ ଅନ୍ତର୍ଗତ ମାଲଦା, ପଟାବେଡ଼ା ସାନପୁଟୁଳି, କୋଲମଙ୍ଗ ଏବଂ ରୁସିବେଣୁଆଠାରେ ୫୦ଟି ମାଙ୍ଗାନିଜ୍‌ ଏବଂ ଲୌହ ଉତ୍ତୋଳନ ଖଣିରୁ ବେଆଇନ ଭାବେ ମାଙ୍ଗାନିଜ୍‌ ଓ ଲୁହାପଥର ଉତ୍ତୋଳନ କରାଯାଉଥିବାର ନଜରକୁ ଆସିଛି। ଏହି ୫୦ଟି ଖଣି ମଧ୍ୟରୁ ୧୬ଟି ପଟାବେଡ଼ା ଗ୍ରାମରେ, ୧୦ଟି ମାଲଦା ଗ୍ରାମରେ, ୨୦ଟି କୋଲମଙ୍ଗ ଗ୍ରାମରେ ଏବଂ ଅବଶିଷ୍ଟ ୪ଟି ସାନପୁଟୁଳି ଓ ରୁସିବେଣୁଆ ଗ୍ରାମରେ ରହିଛି। ଏସବୁ ଖଣିରୁ ୨୦ ହଜାର ମେଟ୍ରିକ୍‌ ଟନ୍‌ରୁ ଉର୍ଦ୍ଧ୍ୱ ମାଙ୍ଗାନିଜ ଓର୍‌ ଏବଂ ୧୨୦୦ ମେଟ୍ରିକ ଟନ୍‌ରୁ ଊର୍ଦ୍ଧ୍ୱ ପରିମାଣର ଆଇରନ ଓର୍‌ ବେଆଇନ ଭାବେ ଉତ୍ତୋଳନ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୩୭ କୋଟିରୁ ଅଧିକ ଟଙ୍କା ହେବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?