ମାସେ ତଳେ ଫୁଲ ତୋଳିବାକୁ ଯାଉ ଆଉ ଫେରି ନ ଥିଲେ ସୁନ୍ଦରୀ: କେନାଲରୁ ମିଳିଲା…

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡୁମାକୁମ୍ପା ପଞ୍ଚାୟତ ଗୁଡିପଦର ଗ୍ରାମ ନିକଟ ଏକ କେନାଲ ପାଖରୁ ଏକ ନରକଙ୍କାଳ ଉଦ୍ଧାର ହୋଇଛି। ଖବର ପାଇ ଭଞ୍ଜନଗର ଏସ୍‌ଡିପିଓ ଡ.ଦୀପକ କୁମାର ମିଶ୍ର, ଥାନା ଅଧିକାରୀ ଜୀବନାନନ୍ଦ ଜେନା ପୋଲିସ ଟିମ ସହ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିଛନ୍ତି। କଙ୍କାଳକୁ ସ୍ଥାନୀୟ ଲୋକଙ୍କ ଉପସ୍ଥିତିରେ ଉଦ୍ଧାର କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ଏଫଏମ୍‌ଟିକୁ ପଠାଯିବା ସହ ଏନେଇ କେସ ନମ୍ବର ୧୫ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିବା ଜଣାପଡିଛି। ତେବେ ଉଦ୍ଧାର ହୋଇଥିବା ନରକଙ୍କାଳଟି ସମ୍ପୃକ୍ତ ଅଞ୍ଚଳର ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ଗୁଡ଼ିପଦର ଗ୍ରାମର ଜଣେ ବୟସ୍କ ମହିଳା ସୁନ୍ଦରୀ ନାୟକ ଗତ ମାସରେ ଘରୁ ଫୁଲ ତୋଳିବାକୁ ଯାଇଥିଲେ। ଏହାପରେ ସେ ଘରକୁ ଫେରି ନ ଥିଲେ। ଏହାପରେ ଘର ଲୋକ ବହୁ ଖୋଜାଖୋଜି କରିବା ପରେ ତାଙ୍କର କୌଣସି ପତ୍ତା ମିଳି ନ ଥିଲା। ଗତକାଲି ସୁନ୍ଦରୀଙ୍କ ନରକଙ୍କାଳ ଗ୍ରାମ କେନାଲ ନିକଟରୁ ମିଳିଛି ବୋଲି ଥାନା ଅଧିକାରୀ ଜୀବନାନନ୍ଦ ଜେନା ଏଠାରେ ସୂଚନା ଦେଇଛନ୍ତି। କିନ୍ତୁ ମହିଳା ଜଣଙ୍କ କେମିତି ମୃତ୍ୟୁବରଣ କଲେ ସେନେଇ ସଠିକ କିଛି ଜଣାପଡ଼ିନାହିଁ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

ତାରାତାରିଣୀଙ୍କ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: ଓଡିଶାବାସୀଙ୍କ କଲେ ମଙ୍ଗଳକାମନା,ମନ୍ଦିରର ପୂର୍ଣ୍ଣାଙ୍ଗ ବିକାଶ ପାଇଁ…

ପୁରୁଷୋତ୍ତମପୁର, ୨୮।୭(ସବିତା ମିଶ୍ର): ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ମଙ୍ଗଳବାର ରାତ୍ରିରେ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଆରାଧ୍ୟାଦେବୀ ମା’…

ରେମାଳ ନଦୀର ପ୍ରଖର ସୁଅରେ ଭାସିଗଲେ ଯୁବତୀ: ମିଳୁନି ପତ୍ତା, କେଶଦୁରାପାଳ ଗାଁରେ ଶୋକାକୂଳ…

ଆନନ୍ଦପୁର, ୨୮।୭(ସୁଶାନ୍ତ କୁମାର ସାହୁ): ଲଗାଣ ବର୍ଷା ଯୋଗୁ ଫୁଲିଉଠିଥିବା ରେମାଳ ନଦୀରେ ଭାସିଯାଇ ଜଣେ ୨୫ ବର୍ଷୀୟା ଯୁବତୀ ନିଖୋଜ ହୋଇଯାଇଛନ୍ତି। ଘସିପୁରା ବ୍ଲକ୍ ଅନ୍ତର୍ଗତ…

ଲଗାଣ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଲା ମାଟି କାନ୍ଥ, ଚାଲିଗଲା ୩ ବର୍ଷର ଶିଶୁପୁତ୍ର ଜୀବନ,ଶୋକାକୂଳ…

ରିଆମାଳ, ୨୮।୭(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ କଂସର ଫାଣ୍ଡି ଦୁଧିଆନାଳି ଗ୍ରାମପଞ୍ଚାୟତର ବେଲମୁଣ୍ଡା ଗ୍ରାମରେ ଲଗାଣ ବର୍ଷା ଯୋଗୁ ଘରର କାନ୍ଥ ପଡ଼ି…

ଲଗାଣ ବର୍ଷାରେ ଭାଙ୍ଗିଲା ଫାଫୁଡ଼ିଆ ନାଳ ପୋଲ, ଶାଳପଡ଼ା–ସରେଇଁ ଯାତାୟାତ ଠପ୍,…..

ଆନନ୍ଦପୁର/ବଞ୍ଚୋ ,୨୮।୭(ସୁଶାନ୍ତ କୁମାର ସାହୁ/ପ୍ରଦୋଷ ବିଶ୍ୱାଳ): ଗତ ଦୁଇ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ବନ୍ୟା ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri