ବିକାଶ ଧାରାରେ ଯୋଡ଼ି ହୋଇଛି ସୁନ୍ଦରଗଡ଼: ମନ୍ତ୍ରୀ

ସୁନ୍ଦରଗଡ଼,୧୬।୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ରିଜର୍ଭ ପୋଲିସ ପଡ଼ିଆରେ ୭୬ତମ ଜିଲାସ୍ତରୀୟ ସ୍ବଧୀନତା ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଶିଳ୍ପ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ ଶକ୍ତି ବିଭାଗ ମନ୍ତ୍ରୀ ପ୍ରତାପ କେଶରୀ ଦେବ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ।

ଏହି ଅବସରରେ ମନ୍ତ୍ରୀ ଦେଶ ତଥା ରାଜ୍ୟର ସ୍ବାଧୀନତା ସଂଗ୍ରାମୀଙ୍କ ସ୍ମୃତିଚାରଣ କରିବା ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ସ୍ବାଧୀନତା ସଂଗ୍ରାମରେ ସୁନ୍ଦରଗଡ଼ ଜିଲା ସଂଗ୍ରାମୀମାନଙ୍କ ଅବଦାନକୁ ମନ୍ତ୍ରୀ ମନେ ପକାଇଥିଲେ।

ଦେଶ ସ୍ବାଧୀନତାର ୭୫ ବର୍ଷ ଅତିକ୍ରମ କରିଛି। ଏହାକୁ ଆମେ ସ୍ବାଧୀନତାର ଅମୃତ ମହୋତ୍ସବ ଭାବେ ପାଳନ କରୁଛୁ। ଜନସାଧାରଣଙ୍କ ଉଦ୍ୟମ ଯୋଗୁ ଦେଶ ସ୍ବତନ୍ତ୍ର ପରିଚୟ ପାଇପାରିଛି। ୭୫ ବର୍ଷ ଭିତରେ ଭାରତ ବିଭିନ୍ନ କ୍ଷେତ୍ରରେ ଆଗକୁ ଯାଇଛି। ଏହି ଧାରାକୁ ଆହୁରି ଆଗକୁ ନେବା ପାଇଁ ସମସ୍ତଙ୍କ ସହଯୋଗ ଦରକାର। ଏପରିକି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ରାଜ୍ୟରେ ବିକାଶର ଧାରା ଜାରି ରହିଛି। ସୁନ୍ଦରଗଡ଼ ମଧ୍ୟ ଏହି ଧାରାରେ ଯୋଡି ହୋଇଛି। ଶିକ୍ଷା, ସ୍ବାସ୍ଥ୍ୟ, କୃଷି, ବୈଷୟିକ ଶିକ୍ଷା, ଦକ୍ଷତା ବିକାଶ, ଉଦ୍ୟୋଗ ବିକାଶ, ଗମନାଗମନ ଏବଂ କ୍ରୀଡ଼ା ଆଦି କ୍ଷେତ୍ରରେ ସୁନ୍ଦରଗଡ଼ ଉଲ୍ଲେଖନୀୟ ସଫଳତା ହାସଲ କରିପାରିଛି ବୋଲି ମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଥିଲେ। ସମାରୋହରେ ଜିଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ଏସ୍‌ପି ସାଗରିକା ନାଥ, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଭୈରବ ସିଂ ପଟେଲ, ଅତିରିକ୍ତ ଜିଲାପାଳ (ରାଜସ୍ବ) ଶିବ ଶଙ୍କର ଟପ୍ପୋ, ସଦର ଉପଜିଲାପାଳ ଅଭିମନ୍ୟୁ ବେହେରା ଏବଂ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ନନ୍ଦିନୀ ମୁଣ୍ଡାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri