Posted inରାଜ୍ୟ

୧୫ହଜାର ଟଙ୍କା ଲାଞ୍ଚନେଉଥିବା ବେଳେ ଧରାପଡିଲେ ସୁନ୍ଦରଗଡ଼ ପୌର ନିର୍ବାହୀ ଅଧିକାରୀ

ସୁନ୍ଦରଗଡ଼,୩୧।୧୨(ଡି.ଏନ୍‌.ଏ.): ପୌର କର୍ମଚାରୀଙ୍କ ୟୁନିଫର୍ମ ବିଲ୍‌ ମଞ୍ଜୁର ପାଇଁ ଜଣେ ଦରଜିଙ୍କଠାରୁ ୧୫ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ ଗୁରୁବାର ସୁନ୍ଦରଗଡ ପୌର ନିର୍ବାହୀ ଅଧିକାରୀ ଅଶୋକ କୁମାର ମିଶ୍ର ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ବିଭାଗ ଅଧିକାରୀମାନେ ତାଙ୍କ ଠାରୁ ରାସାୟନିକ ପ୍ରଲେପ ଦିଆ ଲାଞ୍ଚ ଟଙ୍କା ଜବତ କରିବା ସହ ତାଙ୍କୁ ଗିରଫ କରିଛନ୍ତି। ଭିଜିଲାନ୍ସ ବିଭାଗ ପକ୍ଷରୁ ମିଳିଥିବା ସୂଚନା ମୁତାବକ, ୨୦୧୭ରୁ ଝାରସୁଗୁଡାର ସାଇନ୍‌ ଟେଲରର ପ୍ରୋପ୍ରାଇଟର ସୟଦ ହକ୍‌ ସୁନ୍ଦରଗଡ ପୌରପାଳିକାକୁ ସଫେଇ କର୍ମଚାରୀ ଓ ଅନ୍ୟ କର୍ମଚାରୀଙ୍କ ସକାଶେ ୧ଲକ୍ଷ ୭୭ହଜାର ଟଙ୍କା ମୂଲ୍ୟର ୟୁନିଫର୍ମ ଦେଇଥିଲେ। ହେଲେ ଦୀର୍ଘ ଦିନଧରି ତାଙ୍କର ବିଲ୍‌ ମଞ୍ଜୁର ହେଉ ନ ଥିଲା। ନିର୍ବାହୀ ଅଧିକାରୀ ମିଶ୍ର ବିଲ୍‌ ମଞ୍ଜୁର ସକାଶେ ୧୫ହଜାର ଟଙ୍କା ଦାବି କରିଆସୁଥିଲେ। ଏ ସମ୍ପର୍କରେ ଟେଲର ମାଷ୍ଟର ରାଉରକେଲା ଭିଜିଲାନ୍ସ ଥାନାରେ ରିପୋର୍ଟ କରିଥିଲେ। ରିପୋର୍ଟ ପରେ ରାଉରକେଲା ଭିଜିଲାନ୍ସ ଏସ୍‌ପି ସୁବାସ ସ୍ବାଇଁଙ୍କ ନିର୍ଦ୍ଦେଶକ୍ରମେ ଏକ ମାମଲା ରୁଜୁ କରାଯାଇଥିଲା। ଯୋଜନା ମୁତାବକ ସୁନ୍ଦରଗଡ଼ ପୌରପାଳିକା କାର୍ଯ୍ୟାଳୟରେ ନିର୍ବାହୀ ଅଧିକାରୀ (ଇଓ) ଟେଲର ମାଷ୍ଟରଙ୍କ ଠାରୁ ୧୫ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ ଛପିରହିଥିବା ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ କାବୁ କରି ଟଙ୍କା ଜବତ କରିଥିଲେ। ସୁନ୍ଦରଗଡ଼ ଭିଜିଲାନ୍ସ ଡିଏସ୍‌ପି ବୀରେନ୍ଦ୍ର କୁମାର ନାଏକଙ୍କ ନେତୃତ୍ୱରେ ଇନ୍ସିପେକ୍ଟର ସୁଧାଂଶୁ ଶେଖର ପୂଜାରୀ, ଝାରସୁଗୁଡା ଇନି୍ସପେକ୍ଟର ପି.କେ ଆଇନ୍ଦ, ଦେବଗଡ ଇନ୍ସିପେକ୍ଟର ଯୋଗେଶ କୁମାର ପଟେଲ ଓ ରାଉରକେଲା ଇନ୍ସିପେକ୍ଟର ସୁଧୀର ସାହୁ ପ୍ରମୁଖ ଏହି ଚଢାଉରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri