ସୁନ୍ଦରଗଡ଼ବାସୀଙ୍କୁ ଯିବାକୁ ପଡ଼ିବନି କଟକ, ଭୁବନେଶ୍ୱର

ରାଉରକେଲା,୨୦।୩: ସୁନ୍ଦରଗଡ଼ ଜିଲାରେ ନ ଥିଲା ସୁପର ସ୍ପେଶିଆଲିଟି ହସ୍ପିଟାଲ। ଉତ୍ତମ ଚିକିତ୍ସା ପାଇଁ କଟକ, ଭୁବନେଶ୍ୱର ଯାଉଥିଲେ ଜିଲାବାସୀ। ବର୍ତ୍ତମାନ ଏହା ଦୁର ହୋଇଛି। ବହୁ ପ୍ରତୀକ୍ଷିତ ଇସ୍ପାତ ସ୍ନାତକୋତ୍ତର ପ୍ରତିଷ୍ଠାନ ଓ ଆଇଜିଏଚ୍‌ ସୁପର ସ୍ପେଶିଆଲିଟି ହସ୍ପିଟାଲ ରବିବାର ଲୋକାର୍ପିତ ହୋଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏହି ଅତ୍ୟାଧୁନିକ ହସ୍ପିଟାଲକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ହସ୍ପିଟାଲ ପରିସର ବୁଲି ଦେଖିଛନ୍ତି l ତାଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଇସ୍ପାତ ରାଜ୍ୟ ମନ୍ତ୍ରୀ ଫଗନ ସିଂହ କୁଲସ୍ତେ, ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାଶ, ସୁନ୍ଦରଗଡ଼ ଏମ୍‌ପି ଜୁଏଲ ଓରାମଙ୍କ ସହ ଅନ୍ୟ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ। ୨୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ର୍ନିମାଣରେ ପ୍ରାୟ ୨୯୫ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ୪୭୪୨.୬୯ ବର୍ଗ ମିଟର ଜାଗାରେ ସର୍ଭିସ ବ୍ଲକ, କିଚେନ, ମେଡିକାଲ ଷ୍ଟୋର, ପ୍ରଶାସନିକ ଅଫିସ, କର୍ମଚାରୀ ଓ ଫ୍ୟାକଲ୍‌ଟି ରୁମ ରହିଛି। ୫୨୮୮.୪ ବର୍ଗ ମିଟରରେ ଅଡିଟୋରିୟମ ଏବଂ ଏକାଡେମିକ ବ୍ଳକ ରହିଛି। ସ୍ନାୟୁଜନିତ ରୋଗ, ସ୍ନାୟୁବିକ ଅସ୍ତ୍ରୋପଚାର, ଯକୃତଜନିତ ରୋଗ, ହୃଦରୋଗ, ହୃଦରୋଗ ଅସ୍ତ୍ରୋପଚାର, ଏଣ୍ଡୋସ୍କୋପି, ପ୍ରାଇଭେଟ ୱାର୍ଡ, ୩ ଟେଲ୍‌ସା ଏମ୍‌ଆର୍‌ଆଇ, ସିଟି ସ୍କାନ, ଲ୍ୟାବ, ସିଆର୍‌ଆଟି ମେସିନ ସମେତ ୫ଟି ଅତ୍ୟାଧୁନିକ ଅପରେଶନ ଥିଏଟର ରହିଛି। ଏପରିକି ଆପତ୍ତିକାଳୀନ ସୁବିଧା, ଆଇସିୟୁ, ଏନ୍‌ଆଇସିୟୁ, ପିଆଇସିୟୁ ଆଦି ବିଭାଗ ରହିଛି। ଅନୁରୂପ ଭାବେ ୫୦୦ ଲୋକ ବସିବା ପାଇଁ ଅଡିଟୋରିୟମ, ଏକାଡେମିକ ବ୍ଲକ, ୪ଟି ଲେକଚର ଥିଏଟର, ଲାଇବ୍ରେରୀ, ସମ୍ମିଳନୀ କକ୍ଷ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…

ରହସ୍ୟମୟ ମନ୍ଦିର: ଯେଉଁଠାରେ ନିଜ ପିଣ୍ଡଦାନ ନିଜେ କରଥାନ୍ତି ଲୋକ!

ଦେଶରେ ଏପରି ଏକ ମନ୍ଦିର ରହିଛି, ଯେଉଁଠାରେ ଜୀବିତ ଲୋକମାନେ ନିଜର ପିଣ୍ଡଦାନ ନିଜେ କରନ୍ତି। ଏହି ମନ୍ଦିରଟି ସମ୍ପୂର୍ଣ୍ଣ ନିଆରା ଏବଂ ଅନନ୍ୟ। ସାଧାରଣତଃ ମୃତ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?