୪ ଦଫା ଦାବି ନେଇ ଟ୍ରକ୍‌ ମାଲିକ ସଂଘ ପକ୍ଷରୁ ସୁନ୍ଦରଗଡ଼ ବନ୍ଦ ପାଳନ

ସୁନ୍ଦରଗଡ଼,୧୭ା୯(ଡି.ଏନ୍‌.ଏ.): ୪ ଦଫା ଦାବି ନେଇ ଗୁରୁବାର ବନ୍ଦ ଡାକରା ଦେଇଥିବା ସୁନ୍ଦରଗଡ଼ ଟ୍ରକ ମାଲିକ ସଂଘ ଶୁକ୍ରବାର ସୁନ୍ଦରଗଡ଼ ସହରକୁ ପ୍ରବେଶ କରୁଥିବା ସମସ୍ତ ରାସ୍ତାକୁ ବନ୍ଦ କରିବା ସହ ୧୦ ନମ୍ବର ରାଜ୍ୟ ରାଜପଥ ରାଉରକେଲା-ସମ୍ବଲପୁର ରାସ୍ତାକୁ ମଧ୍ୟ ଅବରୋଧ କରି ରଖିଛନ୍ତି। ବିଜୁ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ ପାଇଁ ସୁନ୍ଦରଗଡ଼କୁ ଆସିଥିବା ରାଜ୍ୟ ସରକାରଙ୍କ ବିଭିନ୍ନ ମନ୍ତ୍ରୀଙ୍କ ସରକାରୀ କାର୍ଯ୍ୟକ୍ରମ ଥିବାରୁ ଏହା ପ୍ରଶାସନ ପାଇଁ ମୁଣ୍ଡବ୍ୟଥାର କାରଣ ସାଜିଛି। କୌଣସି ଅପ୍ରୀତିକର ପରିସ୍ଥିତି ଯେପରି ନ ଉପୁଜେ ସେଥିପାଇଁ ସମସ୍ତ ଧାରଣାସ୍ଥଳ ଏବଂ ସହରର ବିଭିନ୍ନ ଛକରେ ପୋଲିସ ମୁତୟନ କରାଯାଇଛି। ଏହି ବନ୍ଦକୁ ସମର୍ଥନ କରି ବିଭିନ୍ନ ବ୍ୟବସାୟିକ ସଂଗଠନ, ଦୋକାନ ବଜାର ସକାଳୁ ବନ୍ଦ ଥିବା ଦେଖିବାକୁ ମିଳିଛି। ଅତିଜରୁରୀ ସାମଗ୍ରୀ, ଔଷଧ ଦୋକାନ ଖୋଲା ରହିଛି, ଏପରିକି ମୋଟରସାଇକଲ ଏବଂ ଆମ୍ବୁଲାନ୍ସକୁ ସବୁସ୍ଥାନରେ ଛଡ଼ା ଯାଉଥିବା ଦେଖିବାକୁ ମିଳିଛି। ସରକାରୀ ଭଡ଼ା ବୃଦ୍ଧି, ବେଆଇନ ଭାବେ ଚାଲାଣରୁ କଟା ଯାଉଥିବା ଟଙ୍କା, ଖଣିରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂକୁ ଜିଲାପାଳ ନିକଟରେ ଦାବି ଜଣାଇଥିଲେ, ସ୍ଥାନୀୟ ପ୍ରଶାସନର କୌଣସି ସହଯୋଗ ନ ମିଳିବାରୁ ଆଜି ବନ୍ଦ ପାଳନ କରାଯାଇଛି ବୋଲି ଟ୍ରକ ମାଲିକ ସଂଘ ପକ୍ଷରୁ କୁହାଯାଇଛି। ବିଜୁ ଏକ୍ସପ୍ରେସ ହାଇଓ୍ବେ ଉପରେ ଶହଶହ ଗାଡ଼ି ଠିଆ ହୋଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏମିତି କହିଲେ ମିଥୁନ ଚକ୍ରବର୍ତ୍ତୀ, ସଭିଏଁ ଆଶ୍ଚର୍ଯ୍ୟ

କୋଲକାତା,୪।୯: ବରିଷ୍ଠ ଅଭିନେତା, ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ଏବଂ ପୂର୍ବତନ ଭାଜପା ରାଜ୍ୟ ସଭା ସାଂସଦ ମିଥୁନ ଚକ୍ରବର୍ତ୍ତୀ ଶୁକ୍ରବାର ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ…

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…

ଗଛରେ ପିଟହେଲା ଯାତ୍ରୀବାହୀ ବସ୍‌, ଚାଳକ ମୃତ, ୩୦ ଯାତ୍ରୀ ଆହ, ୧୦ ଗୁରୁତର

ନୟାଗଡ଼,୪।୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକ ଇଟାମାଟି ଥାନା ବାଉଁଶିଆପଡ଼ା ଜହ୍ନିପଦା ଛକ ନିକଟ ୫୭ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

ଶୋଇଥିଲେ ସ୍ତ୍ରୀ-ସ୍ବାମୀ, ଭୁଶୁଡିଲା କାନ୍ଥ: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୪।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲଜ ଅନ୍ତର୍ଗତ ତୁଳସୀପୁର ଗ୍ରାମରେ ଏକ ଅଭାବନୀୟ ଘଟଣାରେ ସ୍ବାମୀର ମୃତ୍ୟୁ ହୋଇଯାଇଥିବାବେଳେ ସ୍ତ୍ରୀ ଗୁରୁତର ହୋଇ କେନ୍ଦ୍ରାପଡା ଡାକ୍ତରଖାନାରେ…

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ୧୦୦ ଫୁଟ ଲମ୍ବର ଘେରିବନ୍ଧ, ଗାଁ ପ୍ରତି ଘନେଇଲା ବିପଦ

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ସାମୁଦ୍ରିକ ଝଡ଼ ଜୁଆର ମାଡ଼ିବା ଅଞ୍ଚଳକୁ ସୁରକ୍ଷା ବ୍ୟବସ୍ଥା ପାଇଁ କୋଟି କୋଟି ଟଙ୍କା ବ୍ୟୟରେ…

ତୁମ ପରି କେହି ନାହିଁ…ଇମୋଶନାଲ ହେଲେ ଅକ୍ଷୟ କୁମାର

ପ୍ରବୀଣ ହାସ୍ୟ ଅଭିନେତା ଏବଂ ଅଭିନେତା ଅସରାନି ଆଉ ନାହାନ୍ତି ସେ ତାଙ୍କ ଚଳଚ୍ଚିତ୍ର ଏବଂ ଚମତ୍କାର ଅଭିନୟ ମାଧ୍ୟମରେ ସର୍ବଦା ଦର୍ଶକଙ୍କ ହୃଦୟରେ ଜୀବିତ ରହିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri