Posted inଜାତୀୟ

ହିଣ୍ଡନ ଏୟାରବେସ୍‌ ପାଚେରି ତଳେ ସୁଡ଼ଙ୍ଗ

ନୂଆଦିଲ୍ଲୀ,୧୨ା୧୨: ଦିଲ୍ଲୀଠାରୁ ୧୦ କିଲୋମିଟର ଦୂରରେ ଅବସ୍ଥିତ ରଣନୀତିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ହିଣ୍ଡନ ଏୟାରବେସ୍‌ ମଧ୍ୟକୁ ଏକ ସୁଡ଼ଙ୍ଗ ଖୋଳାଯିବାକୁ ଉଦ୍ୟମ ହୋଇଥିବା ସନ୍ଦେହ କରାଯାଉଛି। ଫଳରେ ଏୟାରବେସ୍‌ର ସୁରକ୍ଷାକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। ଗାଜିଆବାଦରେ ଥିବା ଉକ୍ତ ଏୟାରବେସ୍‌ ପାଚେରି ତଳେ ୪ ଫୁଟ୍‌ ଗଭୀରର ଏକ ଖାତ ଥିବା ଜଣାପଡ଼ିଛି। ଏନେଇ ସ୍ଥାନୀୟ ଲୋକଙ୍କଠାରୁ ସୂଚନା ପାଇ ପୋଲିସ ସେଠାରେ ପହଞ୍ଚତ୍ଥିଲା। ଭାରତୀୟ ବାୟୁସେନାର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ଛନ୍ତି। ଖାତକୁ ଇତିମଧ୍ୟରେ ପୋତିଦିଆଯାଇଛି।
ବାୟୁସେନାର ଓ୍ବେଷ୍ଟର୍ନ ଏୟାର କମାଣ୍ଡ ଅଧୀନରେ କାର୍ଯ୍ୟ କରୁଥିବା ହିଣ୍ଡନ ଏୟାରବେସ୍‌ ଏସିଆର ସର୍ବବୃହତ୍‌ ଏୟାରବେସ୍‌। ସେଠାରେ ଭାରତୀୟ ବାୟୁସେନାର ସି-୧୭ ପରିବହନ ବିମାନ ରହିଛି। ସେଠାରେ ଥିବା ୨୦ ଫୁଟ ଉଚ୍ଚ ତଥା ପ୍ରଶସ୍ତ ପାଚେରିର ତଳଭାଗକୁ ଭଙ୍ଗାଯିବା ପରେ ସେଠାରେ ଖାତ ଖୋଳାଯାଇଥିଲା। ଉକ୍ତ ଅଞ୍ଚଳରେ କିଛିଦିନ ହେଲା ଚୋରି ଡକାୟତି ଘଟଣା ଘଟୁଥିବା ସ୍ଥାନୀୟ ଲୋକେ କହିଛନ୍ତି। ପାଚେରି ତଳେ ସୁଡ଼ଙ୍ଗ ଖୋଳାକୁ ନେଇ ପୋଲିସ ମାମଲା ରୁଜୁ କରିବା ସହ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri