ଭାଜପା ରାଜ୍ୟ କାର୍ଯ୍ୟାଳୟରୁ ସୁନୀତି ମୁଣ୍ଡଙ୍କୁ ଘଉଡ଼ାଇ ଦେଲେ ମହିଳା କର୍ମୀ

ଭୁବନେଶ୍ୱର, ୩।୯: ଭାଜପାରୁ ନିଲମ୍ବିତ ଭୁବନେଶ୍ୱର ମେୟର ପ୍ରାର୍ଥୀ ସୁନୀତି ମୁଣ୍ଡ ମଙ୍ଗଳବାର ପାର୍ଟି ଅଫିସ ଆସିଥିବା ବେଳେ ତାଙ୍କୁ ଧକ୍କା ମାରି ଘଉଡ଼ାଇ ଦେଇଛନ୍ତି ମହିଳା ନେତ୍ରୀ। ଗଣମାଧ୍ୟମରେ ଦଳ ବିରୋଧୀ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ମହିଳା କର୍ମୀମାନେ ତାଙ୍କୁ ବିରୋଧ କରି ଘଉଡ଼ାଇଥିବା ସୂଚନା ମିଳିଛି। ନିକଟରେ ତାଙ୍କୁ ଦଳରୁ ନିଲମ୍ବନ ହେବା ସତ୍ତ୍ୱେ ପାର୍ଟି ଅଫିସକୁ ଆସିଥିବା ବେଳେ ଏପରି ଅଭାବନୀୟ ପରିସ୍ଥିତିର ସାମ୍ନା କରିଛନ୍ତି ସୁନୀତି।

ସେପଟେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ”ମୁଁ ସେମିତି କିଛି ଭୁଲ୍‌ କରିନାହିଁ, ମୁଁ ଦଳରେ ଅଛି, ଏହା ମୋ ଘର” ବୋଲି ସୁନୀତି କହିଛନ୍ତି।

ତେବେ ଭାଜପାରୁ ନିଲମ୍ବନ ହେବା ପରେ ଏକ ଗଣାମଧ୍ୟମ ସଂସ୍ଥାକୁ ପ୍ରତିକ୍ରିୟା ଦେଇ ସୁନୀତି କହିଥିଲେ ରାଜ୍ୟ ଭଜାପରେ କୁଚକ୍ରୀ ଓ ଷଡ଼ଯନ୍ତ୍ରକାରୀ ଅଛନ୍ତି। କେନ୍ଦ୍ରୀୟ ଭାଜପା ଢାଞ୍ଚାରେ ରାଜ୍ୟରେ ଦଳ କାମ କରୁନାହିଁ। ଦଳରେ ପକ୍ଷପାତିତା ଓ ପ୍ରୀୟାପ୍ରୀତିପୋଷଣ ଚାଲିଥିବା ସୁନୀତି କହିଥିଲେ। ଏହା ସହିତ ସେ କହିଛନ୍ତି, ନିଲମ୍ବନର ସତ ଜାଣିବାକୁ ରାଜ୍ୟ ପ୍ରଭାରୀଙ୍କ ପାଖକୁ ଚିଠି ଲେଖିଥିଲି । ବନ୍ତ ଥାନାରେ ହୋଇଥିବା ମାମଲା ଯୋଗୁ କାର୍ଯ୍ୟାନୁଷ୍ଠାନ ହୋଇଥିବା ସଂଗଠନ ସମ୍ପାଦକ ଜଣାଇଛନ୍ତି । ହେଲେ ଥାନାରେ ହୋଇଥିବା ମାମଲା ସମ୍ପୂର୍ଣ୍ଣ ମିଛ ।”

ମିଛ ମାମଲାରେ ମୋ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଭାଜପାର ଏନେକ ଏମପି ଓ ବିଧାୟକଙ୍କ ନାଁରେ ଅନେକ ଏତଲା ରହିଛି । ସେମାନଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ହେଉନି ବୋଲି ସେ ପ୍ରଶ୍ନ କରିଥିଲେ। ଥାନାରେ ମାମଲା ରୁଜୁ ହେଲେ କଣ ଦଳୀୟ ଶୃଙ୍ଖଳା ଭଙ୍ଗ ହୁଏ ବୋଲି ସୁନୀତି ପ୍ରଶ୍ନ କରିବା ସହ କିଛି କୁଚକ୍ରୀ ତାଙ୍କୁ ଦଳରୁ ବିଦା କରିଥିବା ଅଭିଯୋଗ କରିଛନ୍ତି । ତେଣୁ ନିଲମ୍ବନ ନିଷ୍ପତ୍ତି ବିରୋଧରେ ଦିଲ୍ଲୀରେ କଥା ଉଠାଇବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri