Posted inଜାତୀୟ

ଉପମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ସୁନେତ୍ରା

ମୁମ୍ବାଇ ,୩୧ା୧: ଦିବଂଗତ ଏନ୍‌ସିପି(ଅଜିତ) ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସ୍ଥାନ ଗ୍ରହଣ କରିବେ ତାଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାର। ଶନିବାର ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ନିଧନ ହେବା ପରେ ସୁନେତ୍ରାଙ୍କୁ ଉପମୁଖ୍ୟମନ୍ତ୍ରୀ କରିବାକୁ ଏନ୍‌ସିପି(ଅଜିତ)ପକ୍ଷରୁ ଜୋର୍‌ଦାର୍‌ ଦାବି କରାଯାଇଥିଲା। ଶୁକ୍ରବାର ଦଳର ୩ ବରିଷ୍ଠ ନେତା ଛଗନ୍‌ ଭୁଜବଳ, ପ୍ରଫୁଲ ପଟେଲ ଏବଂ ସୁନୀଲ ତଟକରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ଙ୍କୁ ତାଙ୍କ ବାସଭବନରେ ଭେଟି ଏ ସମ୍ପର୍କରେ ଦାବି ଜଣାଇଥିଲେ। ସୁନେତ୍ରାଙ୍କୁ ଉପମୁଖ୍ୟମନ୍ତ୍ରୀ କରି ତାଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ଦେବାକୁ ମଧ୍ୟ ସେମାନେ କହିଥିଲେ। ଅଜିତ ପାଓ୍ବାର ମହାୟୁତି ମେଣ୍ଟ ସରକାରରେ ଉପମୁଖ୍ୟମନ୍ତ୍ରୀ ରହିବା ସହିତ ତାଙ୍କ ହାତରେ ଅର୍ଥ, ଅବକାରୀ ଏବଂ କ୍ରୀଡ଼ା ଆଦି ପ୍ରମୁଖ ବିଭାଗର ଦାୟିତ୍ୱ ରହିଥିଲା। ସେହି ଅନୁସାରେ ସୁନେତ୍ରାଙ୍କୁ ଦାୟିତ୍ୱ ଦେବାକୁ ଏହି ନେତାମାନେ ଫଡ୍‌ନବିସଙ୍କ ନିକଟରେ ଦାବି କରିଥିଲେ। ସୁନେତ୍ରାଙ୍କୁ ନେଇ ତାଙ୍କ ଦଳ ଯେଉଁ ନିଷ୍ପତ୍ତି ନେବ ତାହାକୁ ସମ୍ମାନର ସହ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ ଗଣମାଧ୍ୟମକୁ ସୂଚନା ଦେବା ପରେ ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେଉଥିବା ନିଶ୍ଚିତ ହୋଇଯାଇଛି।
ଅନ୍ୟପଟେ ଏନସିପିର ମିଶ୍ରଣକୁ ନେଇ ମଧ୍ୟ ଚର୍ଚ୍ଚା ବଢ଼ିବାରେ ଲାଗିଛି। ପୂର୍ବରୁ ଏନସିପିର ଦୁଇ ଗୋଷ୍ଠୀର ମିଶ୍ରଣ ନେଇ ଅଜିତ ଉଦ୍ୟମ କରିଥିଲେ। ଏଥିନେଇ ସେ ତାଙ୍କ ଦାଦା ଶରଦ ପାଓ୍ବାରଙ୍କ ସହ ଆଲୋଚନା କରିବା ସହିତ ଗତ ଡିସେମ୍ବର ଏବଂ ଚଳିତ ମାସ ପ୍ରାରମ୍ଭରେ ଦୁଇ ଦୁଇଥର ବୈଠକ କରିଥିଲେ। ତେବେ ସାଂପ୍ରତିକ ପରିପ୍ରେକ୍ଷୀରେ ଦଳର ମିଶ୍ରଣକୁ ଉଭୟ ଗୋଷ୍ଠୀର ନେତା ଗୁରୁତ୍ୱ ଦେଉଛନ୍ତି। ଏ ସମ୍ପର୍କରେ ଆସନ୍ତା ଫେବୃଆରୀ ମଧ୍ୟଭାଗରେ ଘୋଷଣା କରାଯିବା ବୋଲି ଦଳ ପକ୍ଷରୁ କୁହାଯାଇଛି। ବିଶେଷକରି ଦଳର ମଙ୍ଗ କାହା ହାତରେ ରହିବ ତାହାକୁ ନେଇ ଦଳୀୟ ନେତାଙ୍କ ମଧ୍ୟରେ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ଏଥିନେଇ ପ୍ରଫୁଲ ପଟେଲ, ସୁପ୍ରିୟା ସୁଲେ ଏବଂ ସୁନେତ୍ରା ପାଓ୍ବାରଙ୍କ ନାମ ଚର୍ଚ୍ଚାରେ ରହିଥିଲେହେଁ ସାମ୍ପ୍ରତିକ ସ୍ଥିତିରେ ସୁନେତ୍ରାଙ୍କ ସପକ୍ଷରେ ଦଳର ବହୁ ନେତା ରହିଥିବା କୁହାଯାଉଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର…

୨୦୩୨ରେ ଚନ୍ଦ୍ରକୁ ଧକ୍କାଦେବ ଗ୍ରହାଣୁ ପିଣ୍ଡ

ନୂଆଦିଲ୍ଲୀ,୩୧ା୧: ୨୦୩୨ରେ ଏକ କ୍ଷୁଦ୍ର ଗ୍ରହାଣୁ ପିଣ୍ଡ ଚନ୍ଦ୍ରକୁ ଧକ୍କା ଦେବା ନେଇ ବୈଜ୍ଞାନିକମାନେ ସତର୍କ କରାଇଛନ୍ତି। ଉକ୍ତ ଗ୍ରହାଣୁ ପିଣ୍ଡର ଓସାର ପ୍ରାୟ ୬୦ ମିଟର।…

କେନ୍ଦ୍ରର ଆର୍ଥତ୍କ ନିଅଣ୍ଟ ବଜେଟ ଆକଳନର ୫୪.୫%

ନୂଆଦିଲ୍ଲୀ,୩୧ା୧: ଡିସେମ୍ବର ଶେଷରେ କେନ୍ଦ୍ର ସରକାରଙ୍କ ଆର୍ଥତ୍କ ନିଅଣ୍ଟ ୮.୫୫ ଲକ୍ଷ କୋଟି ଟଙ୍କା ବା ୨୦୨୫-୨୬ ଆର୍ଥିକ ବର୍ଷ ବଜେଟ ଆକଳନର ୫୪.୫ ପ୍ରତିଶତ ବୋଲି…

ଭେନେଜୁଏଲା ପରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ, ଜାରିହେଲା ଜରୁରୀ ସ୍ଥିତି

ନ୍ୟୁୟର୍କ,୩୧ା୧:ଭେନେଜୁଏଲା ପରେ ଏବେ ଅନ୍ୟତମ କାରିବିଆନ ରାଷ୍ଟ୍ର କ୍ୟୁବା ଉପରେ ଟ୍ରମ୍ପଙ୍କ ଦୃଷ୍ଟି ପଡ଼ିଛି। କ୍ୟୁବାକୁ ଏକଘରିକିଆ କରିବାକୁ ଟ୍ରମ୍ପ ଏହି ଦେଶ ଉପରେ ଜରୁରିକାଳୀନ ସ୍ଥିତି…

ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ନୀତି ନିର୍ଘଣ୍ଟ: ରାତି ୧୦ଟାରେ ମହାଦୀପ ଦର୍ଶନ

ପୁରୁଣା ଭୁବନେଶ୍ୱର,୩୦ା୧(ସୁବାସ ଚନ୍ଦ୍ର ପ୍ରଧାନ):ଆସନ୍ତା ଫେବୃଆରୀ ୧୫ରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା। ଏନେଇ ଶୁକ୍ରବାର ମନ୍ଦିର ପ୍ରଶାସନ ପକ୍ଷରୁ ମନ୍ଦିର କାର୍ଯ୍ୟାଳୟ ପରିସରରେ ପ୍ରସ୍ତୁତି ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri