Posted inଜାତୀୟ

ଉପମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ସୁନେତ୍ରା

ମୁମ୍ବାଇ ,୩୧ା୧: ଦିବଂଗତ ଏନ୍‌ସିପି(ଅଜିତ) ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସ୍ଥାନ ଗ୍ରହଣ କରିବେ ତାଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାର। ଶନିବାର ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ନିଧନ ହେବା ପରେ ସୁନେତ୍ରାଙ୍କୁ ଉପମୁଖ୍ୟମନ୍ତ୍ରୀ କରିବାକୁ ଏନ୍‌ସିପି(ଅଜିତ)ପକ୍ଷରୁ ଜୋର୍‌ଦାର୍‌ ଦାବି କରାଯାଇଥିଲା। ଶୁକ୍ରବାର ଦଳର ୩ ବରିଷ୍ଠ ନେତା ଛଗନ୍‌ ଭୁଜବଳ, ପ୍ରଫୁଲ ପଟେଲ ଏବଂ ସୁନୀଲ ତଟକରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ଙ୍କୁ ତାଙ୍କ ବାସଭବନରେ ଭେଟି ଏ ସମ୍ପର୍କରେ ଦାବି ଜଣାଇଥିଲେ। ସୁନେତ୍ରାଙ୍କୁ ଉପମୁଖ୍ୟମନ୍ତ୍ରୀ କରି ତାଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ଦେବାକୁ ମଧ୍ୟ ସେମାନେ କହିଥିଲେ। ଅଜିତ ପାଓ୍ବାର ମହାୟୁତି ମେଣ୍ଟ ସରକାରରେ ଉପମୁଖ୍ୟମନ୍ତ୍ରୀ ରହିବା ସହିତ ତାଙ୍କ ହାତରେ ଅର୍ଥ, ଅବକାରୀ ଏବଂ କ୍ରୀଡ଼ା ଆଦି ପ୍ରମୁଖ ବିଭାଗର ଦାୟିତ୍ୱ ରହିଥିଲା। ସେହି ଅନୁସାରେ ସୁନେତ୍ରାଙ୍କୁ ଦାୟିତ୍ୱ ଦେବାକୁ ଏହି ନେତାମାନେ ଫଡ୍‌ନବିସଙ୍କ ନିକଟରେ ଦାବି କରିଥିଲେ। ସୁନେତ୍ରାଙ୍କୁ ନେଇ ତାଙ୍କ ଦଳ ଯେଉଁ ନିଷ୍ପତ୍ତି ନେବ ତାହାକୁ ସମ୍ମାନର ସହ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ ଗଣମାଧ୍ୟମକୁ ସୂଚନା ଦେବା ପରେ ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେଉଥିବା ନିଶ୍ଚିତ ହୋଇଯାଇଛି।
ଅନ୍ୟପଟେ ଏନସିପିର ମିଶ୍ରଣକୁ ନେଇ ମଧ୍ୟ ଚର୍ଚ୍ଚା ବଢ଼ିବାରେ ଲାଗିଛି। ପୂର୍ବରୁ ଏନସିପିର ଦୁଇ ଗୋଷ୍ଠୀର ମିଶ୍ରଣ ନେଇ ଅଜିତ ଉଦ୍ୟମ କରିଥିଲେ। ଏଥିନେଇ ସେ ତାଙ୍କ ଦାଦା ଶରଦ ପାଓ୍ବାରଙ୍କ ସହ ଆଲୋଚନା କରିବା ସହିତ ଗତ ଡିସେମ୍ବର ଏବଂ ଚଳିତ ମାସ ପ୍ରାରମ୍ଭରେ ଦୁଇ ଦୁଇଥର ବୈଠକ କରିଥିଲେ। ତେବେ ସାଂପ୍ରତିକ ପରିପ୍ରେକ୍ଷୀରେ ଦଳର ମିଶ୍ରଣକୁ ଉଭୟ ଗୋଷ୍ଠୀର ନେତା ଗୁରୁତ୍ୱ ଦେଉଛନ୍ତି। ଏ ସମ୍ପର୍କରେ ଆସନ୍ତା ଫେବୃଆରୀ ମଧ୍ୟଭାଗରେ ଘୋଷଣା କରାଯିବା ବୋଲି ଦଳ ପକ୍ଷରୁ କୁହାଯାଇଛି। ବିଶେଷକରି ଦଳର ମଙ୍ଗ କାହା ହାତରେ ରହିବ ତାହାକୁ ନେଇ ଦଳୀୟ ନେତାଙ୍କ ମଧ୍ୟରେ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ଏଥିନେଇ ପ୍ରଫୁଲ ପଟେଲ, ସୁପ୍ରିୟା ସୁଲେ ଏବଂ ସୁନେତ୍ରା ପାଓ୍ବାରଙ୍କ ନାମ ଚର୍ଚ୍ଚାରେ ରହିଥିଲେହେଁ ସାମ୍ପ୍ରତିକ ସ୍ଥିତିରେ ସୁନେତ୍ରାଙ୍କ ସପକ୍ଷରେ ଦଳର ବହୁ ନେତା ରହିଥିବା କୁହାଯାଉଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଘୋଷଣା: ଏମାନଙ୍କୁ ଦିଆଗଲା ବଡ଼ ଦାୟିତ୍ୱ

ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ BJP ପକ୍ଷରୁ ପ୍ରସ୍ତୁତି ତୀବ୍ର କରାଯାଇଛି। ଏହି କ୍ରମରେ ଦଳ ପକ୍ଷରୁ ନୂଆ ସୋସିଆଲ ମିଡିଆ ଟିମର ଘୋଷଣା କରାଯାଇଛି। ଦଳ…

ପ୍ରଧାନମନ୍ତ୍ରୀ ମୋଦି କେବେ କରିଥିଲେ UPI ପେମେଣ୍ଟ? ଏବେ ଯାଏ କେତେ କରିଛନ୍ତି ଟ୍ରାଞ୍ଜାକ୍ସନ, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୧୮।୯: ନିକଟରେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ଯେ UPI ଦେୟ ଉପରେ ଶୁଳ୍କ ଲାଗିବା ଚର୍ଚ୍ଚା ପରେ ମଧ୍ୟ ପର୍ସନ ଟୁ ପର୍ସନ (P2P) UPI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?