ଶ୍ରୀନଅରରେ ସୁନିଆ: ଚାଲିଲା ୬୩ ଅଙ୍କ, ୧୪୨୮ ସାଲ

ପୁରୀ ଅଫିସ,୩୦। ୮: ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଶାସନରେ ୬୨ଅଙ୍କ ଶେଷ ହୋଇଛି। ଶନିବାର ସୁନିଆ ଅବସରରେ ୬୩ ଅଙ୍କ ଏବଂ ୧୪୨୮ ସାଲ ଆରମ୍ଭ ହୋଇଛି। ସେଥିପାଇଁ ଶ୍ରୀନଅରରେ ପାରମ୍ପରିକ ରୀତିରେ ରାଜ ପରମ୍ପରା ଅନୁଷ୍ଠିତ ହୋଇଥିଲା। ଶ୍ରୀନଅରର ବିଭିନ୍ନ ସ୍ଥାନରେ ଝୋଟି ପଡ଼ିଥିଲା। ପ୍ରାତଃରୁ ରାଜଗୁରୁମାନେ ଶୁଭଖୁଣ୍ଟି ଅନୁକୂଳ କରି ଯଥାବିଧି ଦେବାର୍ଚ୍ଚନା ନୀତି ସମ୍ପନ୍ନ କରିଥିଲେ। ସନ୍ଧ୍ୟାରେ ପଞ୍ଚଦେବତା ପୂଜା, ରାମାଭିଷେକ ପୂଜା ହୋଇଥିଲା। ଏହାପରେ ମଙ୍ଗଳାର୍ପଣ ନୀତି ହୋଇ ଅନ୍ୟାନ୍ୟ ବିଧି ସମ୍ପନ୍ନ କରାଯାଇଥିଲା। ଏକ ସୁନା ମୋହରରେ ୬୩ ଅଙ୍କ କଟାଯାଇ ଘୋଷଣା କରାଯାଇଥିଲା। ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କୁ ପ୍ରଜା ଏବଂ କର୍ମଚାରୀମାନେ ସୁନିଆ ଭେଟି ଦେଇଥିଲେ। ତେବେ ଏଥର ପ୍ରଥମ କରି ୩ ଜଣ ବରିଷ୍ଠ ସେବାୟତ ଓ ପ୍ରଶାସକଙ୍କୁ ଗଜପତି ମହାରାଜାଙ୍କ ପକ୍ଷରୁ ସମ୍ମାନିତ କରାଯାଇଥିଲା।
ପରମ୍ପରା ସମ୍ପର୍କରେ ଗଜପତି ମହାରାଜାଙ୍କ ପାରମ୍ପରିକ ରାଜଗୁରୁ ଦେବୀପ୍ରସାଦ ରାଜଗୁରୁ କହିଛନ୍ତି, ସୁନିଆରେ ଗଜପତି ମହାରାଜାଙ୍କ ନବବର୍ଷର ଆରମ୍ଭ ହୋଇଥାଏ। ଗଜପତି ମହାରାଜାଙ୍କ ୬୩ ଅଙ୍କ ପ୍ରଚଳିତ ହେଲା ୧୪୨୮ ସାଲ ପ୍ରବେଶ କଲା। ଅଙ୍କ କଟାର ପରମ୍ପରା ଅଦ୍ୟାବଧି ପ୍ରଚଳିତ ରହିଛି ବୋଲି ରାଜଗୁରୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳା ଉତ୍ସବରେ କେଭି ଭଞ୍ଜନଗରର ସଫଳତା: ଆଞ୍ଚଳିକ ସ୍ତରକୁ ଚୟନ

ଭଞ୍ଜନଗର,୨୮।୭(ବାବୁଲା ପ୍ରଧାନ)- ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ଆସିକାଠାରେ ମଙ୍ଗଳବାର ଅନୁଷ୍ଠିତ କ୍ଲଷ୍ଟର ସ୍ତରୀୟ ‘କଳା ଉତ୍ସବ’ ପ୍ରତିଯୋଗିତାରେ କେନ୍ଦ୍ରୀୟ ବିଦ୍ୟାଳୟ ଭଞ୍ଜନଗରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ଜାତୀୟ ‘ନାଦେରୀ ନୃତ୍ୟୋତ୍ସବ-୨୦୨୬’: ସତ୍ୟବାଦୀର ଗୋଟିପୁଅ ନୃତ୍ୟାନୁଷ୍ଠାନ ସମ୍ବର୍ଦ୍ଧିତ

ସାକ୍ଷୀଗୋପାଳ, ,୨୮।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ତେଲେଙ୍ଗାନାରେ ଅନୁଷ୍ଠିତ ଜାତୀୟ ‘ନାଦେରୀ ନୃତ୍ୟୋତ୍ସବ-୨୦୨୬’ରେ ଉଚ୍ଚକୋଟୀର ପାରମ୍ପରିକ ଗୋଟିପୁଅ ନୃତ୍ୟ ପରିବେଷଣ କରି ସତ୍ୟବାଦୀ ଅଞ୍ଚଳର ‘ନୀଳାଦ୍ରୀ ଗୋଟିପୁଅ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ବଢୁଛି ବୈତରଣୀ ଜଳସ୍ତର: ବନ୍ୟା ଆଶଙ୍କାରେ ହାଟଡିହୀର ୯ ପଞ୍ଚାୟତବାସୀ, ସ୍ଥାନାନ୍ତର ହେଲେଣି…

ହାଟଡିହୀ/ଛେନାପଦୀ,୨୮।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବୈତରଣୀ ନଦୀର ଜଳସ୍ତର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ଶିକ୍ଷକଙ୍କ କ୍ୱାର୍ଟରରେ ପଶିଗଲା ନାଗ ସାପ, ସ୍ନେକ୍ ହେଲ୍‌ପଲାଇନ୍ ନ ଥାଇ ମଧ୍ୟ…

ବ୍ରାହ୍ମଣୀଗାଁ, ୨୮।୭(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏକ ଶିକ୍ଷକ କ୍ୱାର୍ଟରରୁ ଏକ ନାଗସାପ ଉଦ୍ଧାର କରାଯାଇଛି।…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri