ଆଥିୟା ସେଟ୍ଟି-କେଏଲ୍ ରାହୁଲଙ୍କ ବିବାହକୁ ନେଇ ମୁହଁ ଖୋଲିଲେ ସୁନିଲ

ମୁମ୍ବାଇ: ଅଭିନେତା ସୁନିଲ ସେଟ୍ଟିଙ୍କ ଝିଅ ଆଥିୟା ସେଟ୍ଟି ଓ କ୍ରିକେଟର କେଏଲ ରାହୁଲଙ୍କ ଆଫେୟାର୍ସକୁ ନେଇ ବହୁ ଆଗରୁ ଚର୍ଚ୍ଚା ଲାଗି ରହିଛି । ଏମାନେ ପରସ୍ପରକୁ ଡେଟ ବି କରୁଛନ୍ତି । ହେଲେ ଏକଥା ଉଭୟଙ୍କ ମୁହଁରୁ କେବେ ଶୁଣିବାକୁ ମିଳିନାହିଁ । ଏମାନେ ନିଜର ରିଲେସନଶିପକୁ ନେଇ ଅଫିସିୟାଲି କିଛି ଘୋଷଣା ବି କରି ନାହାନ୍ତି । ନିକଟରେ ଖବର ଆସିଥିଲା କି ଆଥିୟା ଓ କେଏଲ୍ ରାହୁଲ ଖୁବଶୀଘ୍ର ବିବାହ କରିପାରନ୍ତି ।
ଆଉ ଏକ ଖବର ଆସିଥିଲା କି ସୁନିଲ ସେଟ୍ଟିଙ୍କର ଦୁଇ ସନ୍ତାନ ଖୁବଶୀଘ୍ର ବିବାହ କରିବେ । ଆଥିୟା ସେଟ୍ଟି କେଏଲ୍ ରାହୁଲଙ୍କୁ ବିବାହ କରୁଥିବା ବେଳେ ଆହନ ତାନିଆ ଶ୍ରଫଙ୍କୁ ବିବାହ କରୁଛନ୍ତି । ୨୦୨୨ରେ ଏମାନେ ବିବାହ କରିବାକୁ ଯାଉଛନ୍ତି । ଏବେ ଏହାକୁ ନେଇ ସୁନିଲ ମୁହଁ ଖୋଲିଛନ୍ତି । ସେ ଟୁଇଟ କରି ଏସବୁ ଖବର ମିଛ ବୋଲି କହିଛନ୍ତି । ସୁନିଲ ଆହୁରି ମଧ୍ୟ କହିଛନ୍ତି, ମୁଁ ରାଗିବି ନା ଆଶ୍ଚର୍ଯ୍ୟ ହେବି ବୁଝି ପାରୁନି । କାରଣ ଏସବୁ ଖବର ଛାପିବା ପୂର୍ବରୁ ଭେରିଫାଏ କାହିଁକି କରାଯାଉ ନାହିଁ । ଏଭଳି ଖବର ସାମ୍ବାଦିକଙ୍କ ନାମକୁ ଖରାପ କରୁଛି । କମ୍ ଅନ୍ ଆପଣ ଏହାଠାରୁ ଭଲ କରିପାରିବେ ବୋଲି ସୁନିଲ ଲେଖିଛନ୍ତି । ଏଥିରୁ ଏବେ ସ୍ପଷ୍ଟ ହୋଇଛି କି ଆଥିୟା ଏବେ ବିବାହ କରୁ ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri