Posted inଖେଳ

ପେଲେଙ୍କ ରେକର୍ଡ ଭାଙ୍ଗିଲେ ଛେତ୍ରୀ

ମେଲ,୧୪।୧୦: ଅଧିନାୟକ ସୁନୀଲ ଛେତ୍ରୀଙ୍କ ଡବଲ ଗୋଲ ବଳରେ ଭାରତ ୩-୧ ଗୋଲରେ ମାଲଦ୍ୱୀପକୁ ହରାଇ ଦେଇଛି। ଏହି ବିଜୟ ସହ ସାଫ୍‌ ଚାମ୍ପିୟନଶିପ୍‌ ଫାଇନାଲରେ ପ୍ରବେଶ କରିଛି ଟିମ୍‌ ଇଣ୍ଡିଆ।

୩୩ତମ ମିନିଟ୍‌ରେ ଭାରତ ପାଇଁ ପ୍ରଥମ ଗୋଲ ସ୍କୋର କରିଥିଲେ ମନବୀର ସିଂ। ପ୍ରଥମାର୍ଦ୍ଧର ଶେଷ ମିନିଟ୍‌ରେ ସ୍କୋର ଲାଇନକୁ ବରାବର କରିଥିଲେ ମାଳଦ୍ୱୀପର ଅଲି ଅସଫାକ। ଦ୍ୱିତୀୟାର୍ଦ୍ଧରେ ଛେତ୍ରୀ ୬୨ତମ ଓ ୭୧ ମିନିଟ୍‌ରେ ଡବଲ ଗୋଲ ଦେଇ ଭାରତକୁ ୩-୧ ବ୍ୟବଧାନର ଅଗ୍ରଣୀ ଆଣି ବିଜୟ ସୁନିଶ୍ଚିତ କରିଥିଲେ।

ଡବଲ ଗୋଲ ବଳରେ ଛେତ୍ରୀ ବ୍ରାଜିଲ କିମ୍ବଦନ୍ତୀ ପେଲେଙ୍କ ୭୭ ଅନ୍ତର୍ଜାତୀୟ ଗୋଲ ରେକର୍ଡକୁ ପଛରେ ପକାଇ ଦେଇଛନ୍ତି। ୩୭ ବର୍ଷୀୟ ଛେତ୍ରୀଙ୍କ ଅନ୍ତର୍ଜାତୀୟ ଗୋଲ ସଂଖ୍ୟା ୭୯ରେ ପହଞ୍ଚିଛି। ଏଥିସହ ବର୍ତ୍ତମାନ ଅନ୍ତର୍ଜାତୀୟ ସ୍ତରରେ ସକ୍ରିୟ ଖେଳାଳିଙ୍କ ମଧ୍ୟରେ ସର୍ବାଧିକ ଗୋଲ ସ୍କୋରଙ୍କ ତାଲିକାରେ ଛେତ୍ରୀ ଏବେ କେବଳ ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ (୧୧୫) ଓ ଆର୍ଜେଣ୍ଟିନାର ଲିଓଲେନ ମେସି (୮୦) ପଛରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri