Posted inଖେଳ

୭୧ ବର୍ଷରେ ସୁନୀଲ ଗାଭାସ୍କର

ମୁମ୍ବାଇ,୧୦।୭: ଭାରତୀୟ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ୭୧ ବର୍ଷରେ ପଦାର୍ପଣ କରିଛନ୍ତି। ଶୁକ୍ରବାର ସେ ତାଙ୍କ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନର ଶୁଅ ଛୁଟିଛି। ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଟେଷ୍ଟରେ ୧୦ ହଜାର ରନ ପୂରଣ କରିଥିବା ଗାଭାସ୍କର ୧୯୮୫ରେ ଭାରତର ନେତୃତ୍ୱ ନେଇଥିଲେ ଓ ଟିମ୍‌ ଇଣ୍ଡିଆକୁ ଓ୍ବାଲର୍‌ଡ ଚାମ୍ପିୟନଶିପ୍‌ରେ ବିଜୟୀ କରାଇଥିଲେ। ମୁମ୍ବାଇରେ ୧୯୪୯ ମସିହା ଜୁଲାଇ ୧୦ ତାରିଖରେ ସେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କୁ ବହୁ ପୂର୍ବତନ ଓ ଏବେକାର କ୍ରିକେଟର ଶୁଭେଚ୍ଛା ଜଣାଇଛନ୍ତି। ପୂର୍ବତନ ବ୍ୟାଟ୍ସ୍ୟାନ ଭିଭିଏସ୍‌ ଲକ୍ଷ୍ମଣ, ଅଭିଜ୍ଞ ମହିଳା କ୍ରିକେଟର ମିଥାଲି ରାଜ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମ୍ପାଦକ ଜୟ ଶାହ, ଦ୍ରୁତ ବୋଲର ଉମେଶ ଯାଦବ, ପୂର୍ବତନ ବ୍ୟାଟ୍ସମ୍ୟାନ ମହମ୍ମଦ କୈଫ୍‌, ମନୋଜ ତିଓ୍ବାରୀ ପ୍ରମୁଖ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
୧୯୭୧ ଐତିହାସିକ ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ସେ ଗାଭାସ୍କାର ପଦାର୍ପଣ କରିଥିଲେ। କ୍ୟାରିୟରର ପ୍ରଥମ ସିରିଜ ସେ ୪ ଟି ମ୍ୟାଚ୍‌ ଖେଳି ଦଳ ତରଫରୁ ସର୍ବାଧିକ ୭୭୪ ରନ ସଂଗ୍ରହ କରିଥିଲେ। ଭାରତ ଏହି ସିରିଜରେ ୧-୦ରେ ବିଜୟୀ ହୋଇଥିଲା। ପଦାର୍ପଣର ୧୬ ବର୍ଷ ପରେ ସେ ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଟେଷ୍ଟରେ ୧୦,୦୦୦ ରନ୍‌ ସଂଗ୍ରହ କରିଥିଲେ। ମୋଟ ଉପରେ ୧୨୫ଟି ଟେଷ୍ଟ ଖେଳି ୫୧.୧୨ ରନ ହାରରେ ସେ ୧୦୧୨୨ ରନ ସଂଗ୍ରହ କରିଥିଲେ। ସେହିପରି ଦିନିକିଆରେ ସେ ୩୫.୧୩ ରନ ହାରରେ ୩୦୯୨ ରନ ସଂଗ୍ରହ କରିଥିଲେ। ଦିନିକିଆରେ ଗୋଟିଏ ଶତକ ଓ ୨୭ଟି ଅର୍ଦ୍ଧଶତକ ହାସଲ କରିଥିଲେ। ସେହିପରି ଟେଷ୍ଟରେ ସେ ୩୪ ଶତକ ଓ ୪୫ଟି ଅର୍ଦ୍ଧଶତକ ହାସଲ କରିଥିଲେ। ୪୭ ଟେଷ୍ଟ ଓ ୩୭ ଦିନିକିଆରେ ସେ ଭାରତର ନେତୃତ୍ୱ ନେଇଥିଲେ ଓ ଏଥିରେ ଦଳ ୯ ଟେଷ୍ଟ ଓ ୧୪ଟି ଦିନିକିଆରେ ବିଜୟୀ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri