Posted inଖେଳ

‘କ୍ୟାରିୟର ବଞ୍ଚାଇବା ପାଇଁ ହାତରେ ଗୋଟିଏ ଇନିଂସ’

ଜୋହାନ୍ସବର୍ଗ,୩।୧: ଆଉଟ୍‌ ଅଫ୍‌ ଫର୍ମ ଥିବା ଦୁଇ ଭେଟେରାନ ଚେତେଶ୍ୱର ପୂଜାରା ଓ ଅଜିଙ୍କ୍ୟ ରାହାନେ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଫେଲ୍‌ ମାରିଛନ୍ତି। ଏହି ଦୁଇ ଖେଳାଳିଙ୍କ କ୍ୟାରିୟର ଉପରେ ବଡ଼ ବୟାନ ଦେଇଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ତଥା ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର। କ୍ୟାରିୟରର ବଞ୍ଚାଇବା ପାଇଁ ଦୁଇ ସିନିୟର ଖେଳାଳିଙ୍କ ପାଖରେ ମାତ୍ର ଗୋଟିଏ ଇନିଂସ ଥିବା ସେ କହିଛନ୍ତି।

ଡୁଆନେ ଓଲିଭରଙ୍କ ଅଫ୍‌ ଷ୍ଟମ୍ପ ବାହାର ଶର୍ଟ ପିଚ୍‌ ବଲକୁ ଡିଫେନ୍ସ କରିବାକୁ ଉଦ୍ୟମ କରିଥିଲେ ପୂଜାରା। କିନ୍ତୁ ୩୩ ବଲର ସମ୍ମୁଖୀନ ହୋଇ ୩ ରନ୍‌ କରିଥିବା ଟେଷ୍ଟ ସ୍ପେଶାଲିଷ୍ଟଙ୍କ ବ୍ୟାଟ୍‌ ହ୍ୟାଣ୍ଡେଲରେ ବଲ ବାଜିଥିଲା, ଯାହାକୁ କ୍ୟାଚ୍‌ କରିଥିଲେ ତେମ୍ବା ବଭୁମା। ଏହାର ପରବର୍ତ୍ତୀ ବଲରେ ଆଉଟ୍‌ ହୋଇଥିଲେ ରାହାନେ। ସେ ଅଫ୍‌ ଷ୍ଟମ୍ପ ବାହାର ବଲକୁ ଠେଲିବାକୁ ଉଦ୍ୟମ କରି ୩ୟ ସ୍ଲିପରେ ଧରା ପଡ଼ିଥିଲେ।

“ ଦଳରେ ସେମାନଙ୍କ ସ୍ଥାନ ଉପରେ ପ୍ରଶ୍ନ ଉଠିବା ଆରମ୍ଭ ହୋଇଗଲାଣି। କ୍ୟାରିୟର ବଞ୍ଚାଇବାକୁ ହେଲେ ପୂଜାରା ଓ ରାହାନେଙ୍କ ଲାଗି ପରବର୍ତ୍ତୀ ଇନିଂସ ସମ୍ଭବତଃ ଶେଷ ସୁଯୋଗ ହୋଇପାରେ। ଯଦି ସେମାନଙ୍କୁ ଆଉ ଏକ ଇନିଂସ ମିଳେ, ତେବେ ସେମାନଙ୍କୁ ଦଳରେ ସ୍ଥାନ ବଜାୟ ରଖିବା ଲାଗି ସ୍କୋର କରିବାକୁ ପଡ଼ିବ” ବୋଲି କମେଣ୍ଟ୍ରି ବେଳେ ଗାଭାସ୍କର କହିଥିଲେ। ଉଲ୍ଲେଖଯୋଗ୍ୟ, ୨୦୧୯ଠାରୁ ପୂଜାରାଙ୍କ ବ୍ୟାଟରୁ ଶତକ ବାହାରି ନ ଥିବା ବେଳେ ଗତ ଦୁଇ ବର୍ଷ ହେଲା ଖରାପ ଫର୍ମ ଦେଇ ଗତି କରୁଛନ୍ତି ରାହାନେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?