Posted inଖେଳ

ଗାଭାସ୍କରଙ୍କ ବଡ଼ ଘୋଷଣା: କୋହଲିଙ୍କ ପରେ ଏହି ଖେଳାଳିଙ୍କୁ ଦିଆଯାଉ ଅଧିନାୟକ ପଦ

ନୂଆଦିଲ୍ଲୀ,୨୯।୯: ନିକଟରେ ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଭାରତର ଟି -୨୦ ଅଧିନାୟକତ୍ୱ ଛାଡିବାକୁ ଘୋଷଣା କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି। ୨୦୨୧ ଟି -୨୦ ବିଶ୍ୱକପ ପରେ ବିରାଟ କୋହଲି ଭାରତର ଟି -୨୦ ଅଧିନାୟକତ୍ୱରୁ ଇସ୍ତଫା ଦେବେ। ଏଭଳି ପରିସ୍ଥିତିରେ ଭାରତର ମହାନ କ୍ରିକେଟର ସୁନୀଲ ଗାଭାସ୍କର କହିଛନ୍ତି ବିରାଟ କୋହଲିଙ୍କ ସ୍ଥାନରେ ଭାରତର ଟି -୨୦ ବିଶ୍ୱକପ୍‌ର ଅଧିନାୟକତ୍ୱ ରୋହିତ ଶର୍ମାଙ୍କୁ ଦିଆଯାଉ।
ସୁନୀଲ ଗାଭାସ୍କର କହିଛନ୍ତି ଯେ, ଆଗାମୀ ଦୁଇ ବିଶ୍ୱକପ ପାଇଁ ରୋହିତ ଶର୍ମାଙ୍କୁ ଭାରତୀୟ ଦଳର ଅଧିନାୟକ କରାଯିବା ଉଚିତ୍‌। ଗାଭାସ୍କର କହିଛନ୍ତି ଯେ, ଟି-୨୦ ବିଶ୍ୱକପ ଲଗାତାର ଦୁଇ ବର୍ଷ ହେବ ଏବଂ ଏଥିପାଇଁ ରୋହିତ ଶର୍ମାଙ୍କୁ ଦଳର ଅଧିନାୟକ କରାଯିବା ଉଚିତ୍‌। ମୁଁ ଉପ-ଅଧିନାୟକ ପାଇଁ କେ.ଏଲ ରାହୁଲଙ୍କ ସହ ଯିବି। ରିଷଭ ପନ୍ତଙ୍କ ନାମ ମଧ୍ୟ ମୋ ମନରେ ଅଛି କାରଣ ସେ ଦିଲ୍ଲୀ କ୍ୟାପିଟାଲ୍ସକୁ ବହୁତ ପ୍ରଭାବଶାଳୀ ଭାବରେ ଅଧିନାୟକତ୍ୱ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ

ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri