Posted inଖେଳ

ଗାଭାସ୍କରଙ୍କ ଭବିଷ୍ୟବାଣୀ: କହିଲେ ଏଥର ଏହି ଦଳ ହାତେଇବ ଆଇପିଏଲ୍‌ ଟାଇଟଲ

ନୂଆଦିଲ୍ଲୀ,୧୬।୩: ଚଳିତ ବର୍ଷ ଆଇପିଏଲ୍‌ ମାର୍ଚ୍ଚ ୩୧ରୁ ଆରମ୍ଭ ହେବାକୁ ଯାଉଛି। ତେବେ ଆଇପିଏଲ୍‌ ପ୍ରଥମ ମ୍ୟାଚ୍‌ ଗୁଜୁରାଟ ଟାଇଟାନ୍ସ ଏବଂ ଚେନ୍ନାଇ ସୁପର୍‌ କିଙ୍ଗ୍ସ ମଧ୍ୟରେ ଖେଳାଯିବ। ଏହି ସମୟରେ ଭାରତର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ଆଇପିଏଲ୍‌ର ବିଜେତା ଦଳ ବିଷୟରେ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ଷ୍ଟାର ସ୍ପୋର୍ଟସ ସହ ବାର୍ତ୍ତାଳାପରେ ଗାଭାସ୍କର ସେହି ଟିମ୍‌ ବିଷୟରେ କହିଛନ୍ତି, ଯେଉଁ ଟିମ୍‌ ଏଥର ଆଇପିଏଲ୍‌ ଟାଇଟଲ ଜିତିପାରିବ। ସେ କହିଛନ୍ତି, ଗତ ସିଜନ୍‌ରେ ଖରାପ ପ୍ରଦର୍ଶନ ସତ୍ତ୍ୱେ ଏଥର ମୁମ୍ବାଇ ଇଣ୍ଡିଆନ୍ସ ଟାଇଟଲ ଜିତିବା ପାଇଁ ଶକ୍ତିଶାଳୀ ପ୍ରତିଦ୍ୱନ୍ଦ୍ୱୀ। ସେ ଆହୁରି ମଧ୍ୟ କହିଛନ୍ତି, ଗତ ବର୍ଷ କରିଥିବା ପ୍ରଦର୍ଶନକୁ ତାଙ୍କୁ ଭୁଲିଯିବାକୁ ପଡିବ। ଯଦିଓ ଜସପ୍ରୀତ୍‌ ବୁମ୍‌ରା ଆଇପିଏଲରେ ନାହାଁନ୍ତି କିନ୍ତୁ ମୁମ୍ବାଇ ଟିମ୍‌ରେ ଏଭଳି ଖେଳାଳି ଅଛନ୍ତି ଯେଉଁମାନେ ଟାଇଟଲ ଜିତିପାରିବେ। ମୁଁ ଏହି ଟିମ୍‌କୁ ଶ୍ରେଷ୍ଠ ୩ରେ ଦେଖୁଛି।

ଆଇପିଏଲ୍‌ ୨୦୨୨ର ଟାଇଟଲ ଗୁଜୁରାଟ ଟାଇଟାନ୍ସ ଜିତିଥିଲା। ମୁମ୍ବାଇ ଟିମ୍‌ ଶେଷ ସ୍ଥାନରେ ଥିଲା। ତେବେ ୫ ଥର ଚାମ୍ପିୟନ ହୋଇଥିବା ମୁମ୍ବାଇ ଟିମ୍‌ କିପରି ପ୍ରଦର୍ଶନ କରିବ ତାହା ଏଥର ଦେଖିବାକୁ ବାକି ରହିଲା। ଆଇପିଏଲ୍‌ ୨୦୨୩ରେ ମୁମ୍ବାଇ ଟିମ୍‌ ଏପ୍ରିଲ ୨ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ସହିତ ପ୍ରଥମ ମ୍ୟାଚ୍‌ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri