Posted inଖେଳ

ଖପ୍ପା ହୋଇଥିଲେ ‘ଲିଟିଲ୍‌ ମାଷ୍ଟର’; ଇଡେନ୍‌ ଗାର୍ଡେନ୍ସରେ କେବେ ଖେଳିବେ ନାହିଁ ବୋଲି ନେଇଥିଲେ ଶପଥ : କାରଣ ଜାଣିଲେ…

ନୂଆଦିଲ୍ଲୀ,୨୦।୬: ୧୯୮୪ରେ କପିଲ ଦେବ ଏବଂ ସନ୍ଦିପ ପାଟିଲ ଫର୍ମରେ ଥିବା ସତ୍ତ୍ୱେ ଉଭୟଙ୍କୁ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରୁ ବାହାର କରିଦିଆଯାଇଥିଲା। ସେତେବେଳେ ଏହାକୁ କେହି ଗ୍ରହଣ କରିପାରି ନ ଥିଲେ। ଉଭୟ ବ୍ୟାଟ୍ସମ୍ୟାନ୍‌ ଇଂଲଣ୍ଡ ବିପକ୍ଷରେ ଦିଲ୍ଲୀ କୋଟଲା ପଡିଆରେ ଖରାପ ବ୍ୟାଟିଂ କରି ଉଇକେଟ ହରାଇଥିଲେ। ଫଳରେ ଡ୍ର ହେବାକୁ ଯାଉଥିବା ମ୍ୟାଚ୍‌ରେ ସହଜ ବିଜୟ ହାସଲ କରିଥିଲେ ଇଂଲଣ୍ଡ ଟିମ୍‌। କପିଲଙ୍କ ଏଭଳି ଖେଳକୁ ନେଇ ସୁନିଲ ଗାଭାସ୍କର ଖପ୍ପା ହୋଇଥିଲେ। ଏହାର ପରିଣାମସ୍ବରୂପ ଚୟନକର୍ତ୍ତାମାନେ କୋଲକାତା ଟେଷ୍ଟ ମ୍ୟାଚ୍‌ରୁ ଉଭୟ ବ୍ୟାଟ୍ସମ୍ୟାନ୍‌ଙ୍କୁ ବାହାର କରିଦେବାକୁ ନିଷ୍ପତ୍ତି ନେଇଥିଲେ।

କଥିତ ଭାବେ ଗାଭାସ୍କରଙ୍କ ଯୋଗୁ କପିଲ ଦଳରୁ ବାହାରିଥିବା ନେଇ କହିଥିଲେ। ହେଲେ ଏହାକୁ ଲିଟିଲ୍‌ ମାଷ୍ଟର ପ୍ରତ୍ୟାଖ୍ୟାନ କରିଥିଲେ। ତାଙ୍କର ଏଥିରେ କୌଣସି ଭୂମିକା ନାହିଁ ବୋଲି କହିଥିଲେ। ଅପରପକ୍ଷେ ମ୍ୟାଚ୍‌ ସମୟରେ ଦର୍ଶକ ମଧ୍ୟ ନିରାଶ ହୋଇଥିଲେ। ଏପରିକି କେହି କେହି ‘ନୋ କପିଲ, ନୋ ଟେଷ୍ଟ’ ବୋଲି କହିଥିଲେ। ଗାଭାସ୍କରଙ୍କ ଉପରେ କେହି କେହି ଫଳ ଓ ପନିପରିବା ଫିଙ୍ଗିବା ଆରମ୍ଭ କରିଥିଲେ। ଦର୍ଶକଙ୍କ ଏହି ବ୍ୟବହାରକୁ ନେଇ ଗାଭାସ୍କର କେବେ ହେଲେ ଇଡେନ୍‌ ଗାଡେନ୍ସରେ ଖେଳିବେ ନାହିଁ ବୋଲି ଶପଥ ନେଇଥିଲେ।

ସେତେବେଳ ସମୟରେ ଗାଭାସ୍କର-କପିଲ ଦେବଙ୍କ ମଧ୍ୟରେ ତିକ୍ତତାର ସମାଧାନ ପାଇଁ ବିସିସିଆଇ ଚେଷ୍ଟା କରିଥିଲା। କୌଣସି ଅଧିନାୟକ ଏତେ ବି ମୁର୍ଖ ନୁହେଁ କି ଟିମ୍‌ର ଶ୍ରେଷ୍ଠ ଅଲରାଉଣ୍ଡରକୁ ବାହାର କରିବ ବୋଲି ସେ କହିଥିଲେ। କପିଲଙ୍କୁ ଯେଉଁ ଚୟନକର୍ତ୍ତା ଚାହୁଁ ନ ଥିଲେ ତାଙ୍କ ନାମ ଖୁଲାସା କରିବେ ବୋଲି ମଧ୍ୟ ସେ ଧମକ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri