ଅଯୋଧ୍ୟାରେ ଭାଜପା ହାରିବା ପରେ, ଲକ୍ଷ୍ମଣ କହିଲେ…

ନୂଆଦିଲ୍ଲୀ, ୬ା୬: ଲୋକସଭା ନିର୍ବାଚନରେ ଭାଜପା ଅଯୋଧ୍ୟାର ଫୌଜାବାଦ୍‌ ଆସନରୁ ହାରିଯାଇଛି। ଏହାକୁ ନେଇ ସାରା ଦେଶରେ ଚର୍ଚ୍ଚା ଲାଗି ରହିଛି। ବିପକ୍ଷ ଦଳର ନେତା ଏହାକୁ ହିନ୍ଦୁତ଼୍ବ ରାଜନୀତି ବିରୋଧରେ ଜନାଦେଶ ବୋଲି କହିଛନ୍ତି। ଅନ୍ୟପଟେ ଏହି ଆସନକୁ ନେଇ ଭାଜପା ନେତା ମଧ୍ୟ ନିରାଶ ରହିଛନ୍ତି। ରାୟବରେଲିରୁ ଭାଜପା ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିଥିବା ଦିନେଶ ପ୍ରତାପ ଏହା ଆମର ଦୁର୍ଭାଗ୍ୟ ବୋଲି କହିଛନ୍ତି।

ଏହାରି ମଧ୍ୟରେ ରାମାନନ୍ଦ ସାଗରଙ୍କ ଚର୍ଚ୍ଚିତ ରାମାୟଣ ସିରିଏଲ୍‌ରେ ଲକ୍ଷ୍ମଣ ଭୂମିକାରେ ଅଭିନୟ କରିଥିବା ଅଭିନେତା ସୁନିଲ୍‌ ଲହରି ଏହାକୁ ନେଇ ନିରାଶ ଜାହିର କରିଛନ୍ତି। ସେ ଇନଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରି କହିଛନ୍ତି, “ନିର୍ବାଚନ ଫଳାଫଳ ଦେଖି ମୁଁ ଅତ୍ୟନ୍ତ ନିରାଶ ହୋଇଛି। ପ୍ରଥମେ, ମତଦାନ ହାର ଖୁବ୍ କମ୍ ଥିଲା, ଆଉ ପରେ ନିର୍ବାଚନ ରେଜଲ୍ଟ। ମୁଁ ଲୋକଙ୍କୁ ନିରନ୍ତର ଭୋଟ୍ ଦେବାକୁ ଅନୁରୋଧ କଲି କିନ୍ତୁ କେହି ଏଥିପ୍ରତି ଦୃଷ୍ଟି ଦେଲେ ନାହିଁ। ବର୍ତ୍ତମାନ ଏକ ମିଳିତ ସରକାର ଗଠନ ହେବ। କିନ୍ତୁ ଏ ସରକାର ପାଞ୍ଚ ବର୍ଷ ଯାଏ ଚାଲିପାରିବ ତ? ”

ସୂଚନା ଥାଉକି, ଅଯୋଧ୍ୟାର ଏହି ଆସନରୁ ଭାଜପାର ଲାଲୁ ସିଂ ନିର୍ବାଚନ ଲଢ଼ି ପରାଜୟ ବରଣ କରିଛନ୍ତି। ସମାଜବାଦି ପାର୍ଟିରୁ ନିର୍ବାଚନ ଲଢ଼ି ଅବଧେଶ ପ୍ରସାଦ ପାସି ତାଙ୍କୁ ପରାସ୍ତ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri