Posted inଖେଳ

ଶାହରୁଖ ଖାନଙ୍କ ଦଳକୁ ଜିତାଇଲେ ନାରିନ୍‌

ନୂଆଦିଲ୍ଲୀ, ୧୯।୮: କରୋନା ମହାମାରୀ ମଧ୍ୟରେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟ୍‌ ପ୍ରତ୍ୟାବର୍ତ୍ତନ କରିସାରିଛି। ଏବେ ଟି୨୦ କ୍ରିକେଟ୍‌ ଲିଗ୍‌ ମଧ୍ୟ ଆରମ୍ଭ ହୋଇଯାଇଛି। ଆସନ୍ତା ସେପ୍ଟେମ୍ବରରେ ବିଶ୍ୱର ବ୍ୟୟ ବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆରମ୍ଭ ହେବ। ତେବେ ଏଥିପୂର୍ବରୁ କାରୀବିୟାନ ପ୍ରିମିୟର ଲିଗ୍‌ (ସିପିଏଲ୍‌) ଆରମ୍ଭ ହୋଇଯାଇଛି। ଉଦ୍‌ଘାଟନୀ ମ୍ୟାଚ୍‌ରେ ବଲିଉଡ୍‌ ଅଭିନେତା ଶାହରୁଖ ଖାନ୍‌ଙ୍କ ଦଳ ତ୍ରିନିବାଗୋ ନାଇଟ୍‌ ରାଇଡର୍ସ ବିଜୟୀ ହୋଇଛି। ବର୍ଷା କାରଣରୁ ଏହି ମ୍ୟାଚ୍‌କୁ ୧୭ ଓଭରବିଶିଷ୍ଟ କରାଯାଇଥିଲା। ଟସ୍‌ ଜିତି ଗୁୟାନ ଆମାଜନ ଓ୍ବାରିର୍ସ ୧୭ ଓଭରରେ ୫ ଉଇକେଟ୍‌ ହରାଇ ୧୪୪ ରନ କରିଥିଲା। ଦଳ ପକ୍ଷରୁ ସିମରନ୍‌ ହେଟ୍‌ମେର ୬୩ ରନର ଅପରାଜିତ ଇନିଂସ ଖେଳିଥିଲେ। ପ୍ରତିପକ୍ଷ ନାଇଟ୍‌ ରାଇଡର୍ସ ସ୍ପିନର ସୁନିଲ ନାରିନ ୨ଟି ଉଇକେଟ୍‌ ନେଇଥିଲେ। ଜବାବରେ ନାଇଟ୍‌ ରାଇଡର୍ସ ୧୬.୪ ଓଭରରେ ୬ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ନାଇଟ୍‌ ରାଇଡର୍ସର ଓପନର୍‌ ନାରିନ୍‌ ୨୮ ବଲରୁ ୫୦ ରନର ବିସ୍ଫୋରକ ବ୍ୟାଟିଂ କରିଥିଲେ। ଏହା ମଧ୍ୟରେ ୨ ଚୌକା ଓ ୪ ଛକା ସାମିଲ ଥିଲା। ଅଲ୍‌ରାଉଣ୍ଡ୍‌ ପ୍ରଦର୍ଶନ କରି ଶାହରୁଖ ଖାନ୍‌ଙ୍କ ଦଳକୁ ଜିତାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ନାରିନ୍‌ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri