Posted inଖେଳ

ଶାହରୁଖ ଖାନଙ୍କ ଦଳକୁ ଜିତାଇଲେ ନାରିନ୍‌

ନୂଆଦିଲ୍ଲୀ, ୧୯।୮: କରୋନା ମହାମାରୀ ମଧ୍ୟରେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟ୍‌ ପ୍ରତ୍ୟାବର୍ତ୍ତନ କରିସାରିଛି। ଏବେ ଟି୨୦ କ୍ରିକେଟ୍‌ ଲିଗ୍‌ ମଧ୍ୟ ଆରମ୍ଭ ହୋଇଯାଇଛି। ଆସନ୍ତା ସେପ୍ଟେମ୍ବରରେ ବିଶ୍ୱର ବ୍ୟୟ ବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆରମ୍ଭ ହେବ। ତେବେ ଏଥିପୂର୍ବରୁ କାରୀବିୟାନ ପ୍ରିମିୟର ଲିଗ୍‌ (ସିପିଏଲ୍‌) ଆରମ୍ଭ ହୋଇଯାଇଛି। ଉଦ୍‌ଘାଟନୀ ମ୍ୟାଚ୍‌ରେ ବଲିଉଡ୍‌ ଅଭିନେତା ଶାହରୁଖ ଖାନ୍‌ଙ୍କ ଦଳ ତ୍ରିନିବାଗୋ ନାଇଟ୍‌ ରାଇଡର୍ସ ବିଜୟୀ ହୋଇଛି। ବର୍ଷା କାରଣରୁ ଏହି ମ୍ୟାଚ୍‌କୁ ୧୭ ଓଭରବିଶିଷ୍ଟ କରାଯାଇଥିଲା। ଟସ୍‌ ଜିତି ଗୁୟାନ ଆମାଜନ ଓ୍ବାରିର୍ସ ୧୭ ଓଭରରେ ୫ ଉଇକେଟ୍‌ ହରାଇ ୧୪୪ ରନ କରିଥିଲା। ଦଳ ପକ୍ଷରୁ ସିମରନ୍‌ ହେଟ୍‌ମେର ୬୩ ରନର ଅପରାଜିତ ଇନିଂସ ଖେଳିଥିଲେ। ପ୍ରତିପକ୍ଷ ନାଇଟ୍‌ ରାଇଡର୍ସ ସ୍ପିନର ସୁନିଲ ନାରିନ ୨ଟି ଉଇକେଟ୍‌ ନେଇଥିଲେ। ଜବାବରେ ନାଇଟ୍‌ ରାଇଡର୍ସ ୧୬.୪ ଓଭରରେ ୬ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ନାଇଟ୍‌ ରାଇଡର୍ସର ଓପନର୍‌ ନାରିନ୍‌ ୨୮ ବଲରୁ ୫୦ ରନର ବିସ୍ଫୋରକ ବ୍ୟାଟିଂ କରିଥିଲେ। ଏହା ମଧ୍ୟରେ ୨ ଚୌକା ଓ ୪ ଛକା ସାମିଲ ଥିଲା। ଅଲ୍‌ରାଉଣ୍ଡ୍‌ ପ୍ରଦର୍ଶନ କରି ଶାହରୁଖ ଖାନ୍‌ଙ୍କ ଦଳକୁ ଜିତାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ନାରିନ୍‌ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri