ସୁନୀଲ ସେଟ୍ଟୀଙ୍କ ବିଲ୍ଡିଂ ସିଲ୍‌

ମୁମ୍ବାଇ,୧୨।୭: ପୁଣି ଥରେ ମୁମ୍ବାଇରେ କରୋନା କାୟା ମେଲାଇଲାଣି। ଗତ କିଛି ଦିନ ପୂର୍ବରୁ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇଥିବା ବେଳେ ଗତ ସପ୍ତାହରୁ ପୁଣି ଥରେ ସଂକ୍ରମଣ ମାମଲା ବୃଦ୍ଧି ପାଇଛି। ବର୍ତ୍ତମାନ ମହାରାଷ୍ଟ୍ର ଓ କେରଳରେ ଅଧିକ କରୋନା ମାମଲା ଚିହ୍ନଟ ହେଉଛି। ଇତିମଧ୍ୟରେ ବଲିଉଡ୍‌ ଅଭିନେତା ସୁନୀଲ ସେଟ୍ଟୀଙ୍କ ବିଲ୍ଡିଂକୁ ସିଲ୍‌ କରିଦିଆଯାଇଛି। ମୁମ୍ବାଇର ଅଲ୍ଟାମାଉଣ୍ଟ ରୋଡ ସ୍ଥିତ ପୃଥ୍ବୀ ଆପାର୍ଟମେଣ୍ଟରେ ଅତ୍ୟଧିକ କରୋନା ମାମଲା ଚିହ୍ନଟ ହେବା ପରେ ଏହି ବିଲ୍ଡିଂକୁ ସିଲ୍‌ କରିଦିଆଯାଇଛି। ନିୟମ ଅନୁସାରେ କୌଣସି ବିଲ୍ଡିଂରେ ୫ରୁ ଅଧିକ କରୋନା ପଜିଟିଭ୍‌ ଚିହ୍ନଟ ହେଲେ ତା’କୁ ସିଲ୍‌ କରିବାକୁ ନିର୍ଦ୍ଦେଶ ରହିଛି। ଏହି ବିଲ୍ଡିଂରେ ୩୦ଟି ମହଲା ଓ ୧୨୦ଟି ଫ୍ଲାଟ ରହିଛି। ଏଠାରୁ କେତେକ କରୋନା ମାମଲା ସାମ୍ନାକୁ ଆସିବା ପରେ ବୃହନ ମୁମ୍ବାଇ ନଗର ନିଗମ(ବିଏମ୍‌ସି) ପକ୍ଷରୁ ଏହି ବିଲ୍ଡିଂକୁ ସିଲ୍‌ କରିଦିଆଯାଇଛି। ଏଥିସହ ସମସ୍ତ କରୋନା ଆକ୍ରାନ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ବିଏମ୍‌ସି ଆସିଷ୍ଟାଣ୍ଟ କମିଶନର ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁନୀଲ ଓ ତାଙ୍କ ପରିବାର ସୁରକ୍ଷିତ ରହିଥିବା ବେଳେ ଏହି ବିଲ୍ଡିଂରେ ଉପସ୍ଥିତ ନାହାନ୍ତି। ସେ ଓ ତାଙ୍କ ପରିବାର ମୁମ୍ବାଇରୁ ବାହାରେ ଥିବା ଜଣାପଡ଼ିଛି। ସୂଚନା ମୁତାବକ କରୋନା ବର୍ଦ୍ଧିତ ମାମଲା ଯୋଗୁ ବିଏମ୍‌ସି ପକ୍ଷରୁ ମୁମ୍ବାଇର ଅନ୍ୟ ୧୦ଟି ସ୍ଥାନକୁ ମଧ୍ୟ ସିଲ୍‌ କରିଦିଆଯାଇଛି। ଏଥିରେ ମାଲବାର ହିଲ୍ସ, ପେଡର ରୋଡ ମଧ୍ୟ ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି-ଦୀପାବଳିରେ ମାଗଣା ଗ୍ୟାସ ସିଲିଣ୍ଡର; ଜାଣନ୍ତୁ ଆପଣଙ୍କୁ କିପରି ମିଳିବ ଲାଭ…

ନୂଆଦିଲ୍ଲୀ,୫।୨: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ଦିଲ୍ଲୀର ରେଖା ଗୁପ୍ତା ସରକାର ନିଜର ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରି…

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା।…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri