ସୁନୀତା ୱିଲିୟମ୍ସ ଅବତରଣବେଳେ ସମୁଦ୍ରରେ ଦେଖାଗଲା ଅଜବ ଦୃଶ୍ୟ: ଭାଇରାଲ ହେଉଛି ଭିଡିଓ

ଫ୍ଲୋରିଡା,୧୯।୩: ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା ୱିଲିୟମ୍ସ ଓ ତାଙ୍କ ସହଯୋଗୀ ବୁଚ ୱିଲମୋର ୯ ମାସ ମହାକାଶରେ ରହିବା ପରେ ସୁରକ୍ଷିତ ଭାବେ ପୃଥିବୀକୁ ଫେରିଛନ୍ତି। ସ୍ପେସ୍‌ ଏକ୍ସ’ର ଡ୍ରାଗନ କ୍ୟାପ୍‌ସୁଲରେ ସୁନୀତା ଓ ବୁଚ୍‌ଙ୍କ ସହ ‘କ୍ରିଉ ୯’ ମିଶନର ଅନ୍ୟ ୨ ସଦସ୍ୟ ଆମେରିକୀୟ ମହାକାଶଚାରୀ ନିକ୍‌ ହଗ୍‌ ଓ ରୁଷୀୟ କସ୍ମୋନଟ୍‌ ଆଲେକଜାଣ୍ଡର ଗୋର୍ବୁନୋଭ ମଧ୍ୟ ପୃଥିବୀ ଉପରେ ସଫଳତାର ସହ ଅବତରଣ କରିଥିଲେ।

ଯେତେବେଳେ ସୁନୀତା ୱିଲିୟମ୍ସ ଏବଂ ତାଙ୍କ ସହଯୋଗୀମାନଙ୍କୁ କ୍ୟାପସୁଲରୁ ବାହାର କରାଯାଉଥିଲା, ଅନେକ ଡଲଫିନ କ୍ୟାପସୁଲ ଚାରିପାଖରେ ପହଁରିଥିଲେ। ଏତେ କୋଳାହଳ ଦେଖି ସେମାନେ ବୋଧହୁଏ ଟିକେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓ ଦେଖି ୟୁଜର୍ସ କହୁଛନ୍ତି ମହାକାଶଚାରୀଙ୍କୁ ଡଲଫିନ୍‌ ସ୍ବାଗତ କରୁଛି।

ସୁନୀତା ୱିଲିୟମ୍ସ ଏବଂ ବୁଚ ୱିଲମୋର ପ୍ରାୟ ୯ ମାସ ପରେ ପୃଥିବୀକୁ ଫେରିଛନ୍ତି। ଉଭୟ ମହାକାଶଚାରୀ ସ୍ପେସଏକ୍ସର ଡ୍ରାଗନ କ୍ୟାପସୁଲ ମାଧ୍ୟମରେ ପୃଥିବୀକୁ ଫେରି ଆସିଛନ୍ତି। ବୁଧବାର ସକାଳ ୩.୨୭ରେ ଡ୍ରାଗନ କ୍ୟାପସୁଲ ଫ୍ଲୋରିଡା ସମୁଦ୍ରରେ ଅବତରଣ କରିଥିଲା।

ଆମେରିକାର ମହାକାଶ ସଂସ୍ଥା ନାସାର ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ବ୍ୟାରି ବୁଚ ୱିଲମୋର ୮ ଜୁନ ୨୦୨୪ରେ ବୋଇଂର ଷ୍ଟାରଲାଇନର୍‌ ମହାକାଶଯାନ ମାଧ୍ୟମରେ ମହାକାଶକୁ ଯାଇଥିଲେ। ଏହା ନାସାର ଏକ ୮ ଦିନିଆ ମହାକାଶ ଅଭିଯାନ ଥିଲା, କିନ୍ତୁ ଏହି ମହାକାଶଯାନରେ ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁ ଉଭୟଙ୍କ ପ୍ରତ୍ୟାବର୍ତ୍ତନ ସ୍ଥଗିତ ରଖାଯାଇଥିଲା। ଏହି ସମୟରେ, ନାସା ସେମାନଙ୍କୁ ଫେରାଇ ଆଣିବାକୁ ଅନେକ ଥର ଚେଷ୍ଟା କରିଥିଲା, କିନ୍ତୁ ଉଭୟ ମହାକାଶଚାରୀ ଫେରିପାରି ନ ଥିଲେ। ଶେଷରେ ନଅ ମାସ ପରେ ଉଭୟଙ୍କୁ ସ୍ପେସଏକ୍ସର ଡ୍ରାଗନ କ୍ୟାପସୁଲ ମାଧ୍ୟମରେ ପୃଥିବୀକୁ ଫେରାଇ ଅଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri