୩ ଦିନ ପୂର୍ବରୁ ମୃତ୍ୟୁର ଆଭାସ୍‌ ପାଇଯାଇଥିଲେ ସଞ୍ଜୟ କପୁର: ଲେଖିଥିଲେ…

ବଲିଉଡ୍‌ ଅଭିନେତ୍ରୀ କରିସ୍ମା କପୁରଙ୍କ ପୂର୍ବତନ ସ୍ବାମୀ ସଞ୍ଜୟ କପୁର ୫୩ ବର୍ଷ ବୟସରେ ଏହି ଦୁନିଆକୁ ବିଦାୟ ଦେଇଛନ୍ତି। ୟୁକେରେ ପୋଲୋ ଖେଳୁଥିବା ସମୟରେ, ତାଙ୍କର ହଠାତ୍‌ ହୃଦଘାତରେ ମୃତ୍ୟୁ ଘଟିଥିଲା। ତିନି ଦିନ ପୂର୍ବର ତାଙ୍କର ଏକ ପୂର୍ବତନ ପୋଷ୍ଟ ଭାଇରାଲ ହେଉଛି। ଯାହାକୁ ଦେଖିବା ପରେ ମନେ ହେଉଛି ଯେ ସଞ୍ଜୟ କପୁର ତାଙ୍କ ମୃତ୍ୟୁର ଅଭାସ୍‌ ଯେମିତି ପାଇଯାଇଥିଲେ।
କରିସ୍ମା କପୁରଙ୍କ ପୂର୍ବତନ ସ୍ବାମୀ ସଞ୍ଜୟ କପୁର ତାଙ୍କ ମୃତ୍ୟୁର ତିନି ଦିନ ପୂର୍ବରୁ ତାଙ୍କ ଅଫିସିଆଲ ଏକ୍ସ ଆକାଉଣ୍ଟରେ ଏକ ମୋଟିଭେସନ ପୋଷ୍ଟ କରିଥିଲେ -ପୃଥିବୀରେ ଆମର ସମୟ କମ…. ‘କ’ଣ ଯଦି’ ଏହା ଦାର୍ଶନିକମାନଙ୍କ ଉପରେ ଛାଡିଦିଅ ଏବଂ ପ୍ରଥମେ ‘କାହିଁକି ନୁହେଁ’ ରେ ମନୋନିବେଶ କର । ପ୍ରଗତି ପାଇଁ ସାହସିକ ବିକଳ୍ପ ଆବଶ୍ୟକ, ସମ୍ପୂର୍ଣ୍ଣ ପରିସ୍ଥିତି ନୁହେଁ।

ତାଙ୍କ ମୃତ୍ୟୁ ଖବର ଆସିବାର ଛଅ ଘଣ୍ଟା ପୂର୍ବରୁ, ସଞ୍ଜୟ ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ପ୍ରତି ସମବେଦନା ପ୍ରକାଶ କରିଥିଲେ। ତାଙ୍କର ଶେଷ ଟୁଇଟରେ ଲେଖାଥିଲା, ଅହମ୍ମଦାବାଦରେ ଘଟିଥିବା ଦୁଃଖଦ ଏୟାର ଇଣ୍ଡିଆ ଦୁର୍ଘଟଣାର ଭୟଙ୍କର ଖବର। ମୋର ଭାବନା ଏବଂ ପ୍ରାର୍ଥନା ପ୍ରଭାବିତ ସମସ୍ତ ପରିବାର ସହିତ ଅଛି। ଏହି କଷ୍ଟକର ସମୟରେ ସେମାନଙ୍କୁ ଶକ୍ତି ମିଳୁ।

ସଞ୍ଜୟ ଏବଂ କରିସ୍ମା ୨୦୦୩ରେ ବିବାହ କରିଥିଲେ ଏବଂ ସେମାନଙ୍କର ଦୁଇଟି ସନ୍ତାନ ଅଛନ୍ତି – ଝିଅ ସମାଇରା ଏବଂ ପୁଅ କିୟାନ। ଏହି ଦମ୍ପତି ୨୦୧୪ରେ ଅଲଗା ହୋଇଥିଲେ ଏବଂ ୨୦୧୬ରେ ସେମାନଙ୍କର ଛାଡପତ୍ର ହୋଇଥିଲା। ୨୦୧୭ରେ, ସଞ୍ଜୟ ମଡେଲ ପ୍ରିୟା ସଚଦେବଙ୍କୁ ବିବାହ କରିଥିଲେ, ଯାହାଙ୍କ ସହିତ ତାଙ୍କର ଏକ ପୁଅ ଆଜାରିଅସ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri