ଆରମ୍ଭ ହେଲା ସୁନାନଦୀ ପୋଲ କାମ

ଯୋଡ଼ା,୨୦ା୩(ଡି.ଏନ.ଏ):କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକା ଅନ୍ତର୍ଗତ ପୁରୁଣା କାରଖାନାରୁ ମୁସଲିମ ବସ୍ତିକୁ ସଂଯୋଗ କରୁଥିବା ସୁନାନଦୀ ଉପରେ ପୋଲ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ନିର୍ମାଣ ନିମନ୍ତେ ଡିଏମ୍‌ଏଫ ପାଣ୍ଠିରୁ ପ୍ରାୟ ୪ କୋଟି ୫୦ ଲକ୍ଷ ବ୍ୟୟ ଅଟକଳ ରହିଥିବା କନିଷ୍ଠ ଯନ୍ତ୍ରୀ ପ୍ରଦୀପ ଚକ୍ରବର୍ତ୍ତୀ ସୁଚନା ଦେଇଛନ୍ତି। କାମ ଆସନ୍ତା ଜୁଲାଇ ସୁଦ୍ଧା ଶେଷ ନେଇ ସମୟ ଧାର୍ଯ୍ୟ ହୋଇଛି। କେନ୍ଦୁଝର ପିଡବ୍ଲ୍ୟୁଡି ବିଭାଗ ପକ୍ଷରୁ ତଦାରଖ କରାଯାଉଛି।
ପ୍ରକାଶ ଯେ, ସତୁରୀ ଦଶକରେ ସୁନା ନଦୀ ଉପରେ ଏକ କାଠପୋଲ ଥିଲା। ୧୯୯୯ ମହାବାତ୍ୟାରେ ପୋଲଟି ଭାଙ୍ଗି ଯାଇଥିଲା। ଫଳରେ ଯୋଡ଼ାର ୱାର୍ଡ ନଂ. ୩, ୪, ୯ ଓ ୧୦ର ଜନସାଧାରଣ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏହାକୁ ଦୃଷ୍ଟିରେ ରଖି ଜନସାଧାରଣ ପୋଲ ନିର୍ମାଣ କରିବାକୁ ପୌରପାଳିକା, ବିଧାୟକ, ଏମ୍‌ପିଙ୍କୁ ଜଣାଇ ନିରାଶ ହୋଇଥିଲେ। ପରେ ପୁରୁଣା ଲୁହା ପ୍ଲେଟ୍‌ ନଦୀ ଉପରେ ପକାଇ ଚଲାପଥ ନିର୍ମାଣ କରିଥିଲେ ବୋଲି ସ୍ଥାନୀୟ ବାସିନ୍ଦା ମହମ୍ମଦ ସିରାଜ କହିଥିଲେ। ଏଥିସହ ସ୍ଥାନୀୟ ଲୋକ ଓ ବୁଦ୍ଧିଜୀବୀଙ୍କ ଦସ୍ତଖତ ସମ୍ବଳିତ ଦାବିପତ୍ର ୨୦୦୦ଠାରୁ ବିଭିନ୍ନ ସରକାରୀ ବିଭାଗକୁ ଦେଇଥିଲେ। ଲୋକଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଜିଲାପାଳ ଆଶୀଷ ଠାକ୍‌ରେ ପୋଲପାଇଁ ଡିଏମଏଫ ଅର୍ଥ ଅନୁମୋଦନ କରିଥିଲେ। ଗତ ଡିସେମ୍ବରରେ ଚମ୍ପୁଆ ବିଧାୟିକା ମିନାକ୍ଷୀ ମହାନ୍ତ ପୋଲର ଭୂମିପୂଜା କରିଥିଲେ। ଦୀର୍ଘ ୨୫ବର୍ଷ ପରେ ଏକ ସ୍ଥାୟୀ ପୋଲ ନିର୍ମାଣ କରାଯାଉଥିବାରୁ ସ୍ଥାନୀୟବାସିନ୍ଦା ଶରତ ଘଟ ୱାରୀ, ସଞ୍ଜୟ ସାହୁ, ସମୀର ରାଣା, ହରିହର ରାଉତ, ରାମ ଶଙ୍କର ଦାସ ପ୍ରମୁଖ ପ୍ରଶାସନକୁ କୃତଜ୍ଞତା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri