ଆରମ୍ଭ ହେଲା ସୁନାନଦୀ ପୋଲ କାମ

ଯୋଡ଼ା,୨୦ା୩(ଡି.ଏନ.ଏ):କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକା ଅନ୍ତର୍ଗତ ପୁରୁଣା କାରଖାନାରୁ ମୁସଲିମ ବସ୍ତିକୁ ସଂଯୋଗ କରୁଥିବା ସୁନାନଦୀ ଉପରେ ପୋଲ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ନିର୍ମାଣ ନିମନ୍ତେ ଡିଏମ୍‌ଏଫ ପାଣ୍ଠିରୁ ପ୍ରାୟ ୪ କୋଟି ୫୦ ଲକ୍ଷ ବ୍ୟୟ ଅଟକଳ ରହିଥିବା କନିଷ୍ଠ ଯନ୍ତ୍ରୀ ପ୍ରଦୀପ ଚକ୍ରବର୍ତ୍ତୀ ସୁଚନା ଦେଇଛନ୍ତି। କାମ ଆସନ୍ତା ଜୁଲାଇ ସୁଦ୍ଧା ଶେଷ ନେଇ ସମୟ ଧାର୍ଯ୍ୟ ହୋଇଛି। କେନ୍ଦୁଝର ପିଡବ୍ଲ୍ୟୁଡି ବିଭାଗ ପକ୍ଷରୁ ତଦାରଖ କରାଯାଉଛି।
ପ୍ରକାଶ ଯେ, ସତୁରୀ ଦଶକରେ ସୁନା ନଦୀ ଉପରେ ଏକ କାଠପୋଲ ଥିଲା। ୧୯୯୯ ମହାବାତ୍ୟାରେ ପୋଲଟି ଭାଙ୍ଗି ଯାଇଥିଲା। ଫଳରେ ଯୋଡ଼ାର ୱାର୍ଡ ନଂ. ୩, ୪, ୯ ଓ ୧୦ର ଜନସାଧାରଣ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏହାକୁ ଦୃଷ୍ଟିରେ ରଖି ଜନସାଧାରଣ ପୋଲ ନିର୍ମାଣ କରିବାକୁ ପୌରପାଳିକା, ବିଧାୟକ, ଏମ୍‌ପିଙ୍କୁ ଜଣାଇ ନିରାଶ ହୋଇଥିଲେ। ପରେ ପୁରୁଣା ଲୁହା ପ୍ଲେଟ୍‌ ନଦୀ ଉପରେ ପକାଇ ଚଲାପଥ ନିର୍ମାଣ କରିଥିଲେ ବୋଲି ସ୍ଥାନୀୟ ବାସିନ୍ଦା ମହମ୍ମଦ ସିରାଜ କହିଥିଲେ। ଏଥିସହ ସ୍ଥାନୀୟ ଲୋକ ଓ ବୁଦ୍ଧିଜୀବୀଙ୍କ ଦସ୍ତଖତ ସମ୍ବଳିତ ଦାବିପତ୍ର ୨୦୦୦ଠାରୁ ବିଭିନ୍ନ ସରକାରୀ ବିଭାଗକୁ ଦେଇଥିଲେ। ଲୋକଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଜିଲାପାଳ ଆଶୀଷ ଠାକ୍‌ରେ ପୋଲପାଇଁ ଡିଏମଏଫ ଅର୍ଥ ଅନୁମୋଦନ କରିଥିଲେ। ଗତ ଡିସେମ୍ବରରେ ଚମ୍ପୁଆ ବିଧାୟିକା ମିନାକ୍ଷୀ ମହାନ୍ତ ପୋଲର ଭୂମିପୂଜା କରିଥିଲେ। ଦୀର୍ଘ ୨୫ବର୍ଷ ପରେ ଏକ ସ୍ଥାୟୀ ପୋଲ ନିର୍ମାଣ କରାଯାଉଥିବାରୁ ସ୍ଥାନୀୟବାସିନ୍ଦା ଶରତ ଘଟ ୱାରୀ, ସଞ୍ଜୟ ସାହୁ, ସମୀର ରାଣା, ହରିହର ରାଉତ, ରାମ ଶଙ୍କର ଦାସ ପ୍ରମୁଖ ପ୍ରଶାସନକୁ କୃତଜ୍ଞତା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri