କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକ ଏହି ଅଭିନେତା, ଭବ୍ୟ ବଙ୍ଗଳା ସାଙ୍ଗକୁ ଦାମୀ କାର…

ବମ୍ବେ: ହିନ୍ଦି ସିନେମାର ଅନେକ ଅଭିନେତା ଦର୍ଶକଙ୍କ ମନରେ ନିଜର ସ୍ବତନ୍ତ୍ର ଛାପ ଛାଡ଼ିଛନ୍ତି। ସେମାନଙ୍କ ମଧ୍ୟରୁ ସନି ଦେଓଲ ଜଣେ। ସୁପରଷ୍ଟାର ଧର୍ମେନ୍ଦ୍ରଙ୍କ ପୁଅ ହେଲେ ହେଁ ତାଙ୍କ ଅଭିୟୟ ସବୁଠାରୁ ଭିନ୍ନ। ଏବେ ଫିଲ୍ମରେ ବେଶି ନଜର ଆସୁ ନ ଥିଲେ ହେଁ ନିର୍ମାତା ଭାବେ ନିଜକୁ ପ୍ରମାଣିତ କରୁଛନ୍ତି। ଆଜି ଏହି ଅଭିନେତାଙ୍କ ଜନ୍ମଦିନ ହୋଇଥିବା ବେଳେ ପ୍ରଶଂସକମାନେ ଶୁଭେଚ୍ଛା ଜଣାଉଛନ୍ତି। ଏହି ଅବସରରେ ଆସନ୍ତୁ ଜାଣିବା ସନିଙ୍କ ସମ୍ପତ୍ତି ଏବଂ ଜୀବନ ବିଷୟରେ କିଛି ଅଜଣା କଥା:-

ସନି ମୋଟ ୧୬ ମିଲିୟନ ଡଲାର ସମ୍ପତ୍ତିର ମାଲିକ। ଭାରତୀୟ ମୁଦ୍ରାରେ ଦେଖିଲେ ପ୍ରାୟ ୧୨୦ କୋଟି ଟଙ୍କା ସେ ରୋଜଗାର କରିଛନ୍ତି। ଫିଲ୍ମ ସହ ବିଭିନ୍ନ ବିଜ୍ଞାପନରୁ ସେ ମୋଟା ଅଙ୍କର ପାଉଣା ନେଉଛନ୍ତି। ଆସନ୍ତା ୩ ବର୍ଷ ମଧ୍ୟରେ ତାଙ୍କ ସମ୍ପତ୍ତି ୪୦% ଆହୁରି ବଢ଼ିପାରେ।

ମୁମ୍ବାଇର ବିଲେ ପାର୍ଲେ ଅଞ୍ଚଳରେ ଧର୍ମେନ୍ଦ୍ରଙ୍କ ଭବ୍ୟ ବଙ୍ଗଳା ରହିଛି। ଏହାର ମୂଲ୍ୟ ପାଖାପାଖି ୬ କୋଟି ଟଙ୍କା। ଏହାଛଡ଼ା ସନିଙ୍କ ପାଖରେ ଅନେକ ସମ୍ପତ୍ତି ଏବଂ ଦାମୀ ଗାଡ଼ି ରହିଛି। ଫିଲ୍ମ ପିଛା ୫-୬ କୋଟି ଟଙ୍କା ସହ ଲାଭର ଏକ ଅଂଶ ଚାର୍ଜ କରିଥାନ୍ତି। ସେ ବିଜ୍ଞାପନ ଲାଗି ପାଖାପାଖି ୨ କୋଟି ଟଙ୍କା ନେଇଥାନ୍ତି। ସମାଜ ସେବା ଦିଗରେ ମଧ୍ୟ କାମ କରିଥାନ୍ତି ସନି। ଦେଶରେ ସବୁଠାରୁ ଅଧିକ ଟ୍ୟାକ୍ସ ଦେଉଥିବା ବ୍ୟକ୍ତିଙ୍କ ତାଲିକାରେ ସେ ଅଛନ୍ତି।

ଦେଶ ତଥା ବିଦେଶରେ ସନିଙ୍କ ବହୁତ ପ୍ରଶଂସକ ଅଛନ୍ତି। ଅଭିନେତାଙ୍କ ଅଧିକାଂଶ ଫିଲ୍ମ ହିଟ୍‌ ହେବା ସହ ବହୁତ ରୋଜଗାର କରିଥାଏ। ୨୦୦୧ରେ ତାଙ୍କର ଫିଲ୍ମ ‘ଗଦର: ଏକ ପ୍ରେମ କଥା’ ବ୍ଲକ୍‌ବଷ୍ଟର ହୋଇଥିଲା। ଖୁବ୍‌ଶୀଘ୍ର ଏହାର ସିକୁଏଲ୍‌ ଆସିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri