ପୁଣି ବଡ଼ ପରଦାରେ ନଜର ଆସିବେ ବରୁଣ-ଜାହ୍ନବୀ

ମୁମ୍ବାଇ: ବଡ଼ ପରଦାରେ ପୁଣିଥରେ ଅଭିନେତା ବରୁଣ ଧାଓ୍ବନ ଓ ଅଭିନେତ୍ରୀ ଜାହ୍ନବୀ କପୁରଙ୍କ କେମେଷ୍ଟ୍ରିକୁ ଦେଖିବା ପାଇଁ ଉଭୟଙ୍କ ପ୍ରଶଂସକ ଉତ୍ସାହର ସହ ଅପେକ୍ଷା କରି ରହିଛନ୍ତି। ରୋମାଣ୍ଟିକ୍‌ କମେଡି ଫିଲ୍ମ ‘ସନି ସଂସ୍କାରୀ କି ତୁଲସୀ କୁମାରୀ’ରେ ଏହି ଯୋଡ଼ିଙ୍କୁ ଦେଖିବାକୁ ମିଳିବ। ଏବେ ଏହି ଫିଲ୍ମର ନୂତନ ରିଲିଜ୍‌ ଡେଟ୍‌ ସାମ୍‌ନାକୁ ଆସିଛି। ପୂର୍ବରୁ ଏହି ଫିଲ୍ମ ଏପ୍ରିଲ ୧୮ରେ ରିଲିଜ୍‌ ହେବ ବୋଲି ଘୋଷଣା କରାଯାଇଥିଲା।

ତେବେ କୌଣସି କାରଣବଶତଃ ଏହି ରିଲିଜ୍‌ ତାରିଖକୁ ୩ ମାସ ଯାଏ ଘୁଞ୍ଚାଯାଇଛି। ଆସନ୍ତା ସେପ୍ଟେମ୍ବର ୧୨ରେ ଏହି ଫିଲ୍ମ ରିଲିଜ୍‌ ହେବ ବୋଲି ରବିବାର ଫିଲ୍ମ ନିର୍ମାତାଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଫିଲ୍ମ ନିର୍ମାତା କରନ ଜୋହରଙ୍କ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଏହି ଫିଲ୍ମର ନିର୍ଦ୍ଦେଶନା ଦେଉଛନ୍ତି ଶଶାଙ୍କ ଖେତନ।

‘ସନି ସଂସ୍କାରୀ କି ତୁଲସୀ କୁମାରୀ’ରେ ଦ୍ୱିତୀୟଥର ପାଇଁ ବରୁଣ ଏବଂ ଜାହ୍ନବୀଙ୍କ କେମେଷ୍ଟ୍ରିକୁ ଦେଖିବାକୁ ମିଳିବ। ପୂର୍ବରୁ ୨୦୨୩ରେ ରିଲିଜ୍‌ ହୋଇଥିବା ରୋମାଣ୍ଟିକ୍‌ ଆକ୍ସନ ଫିଲ୍ମ ‘ବଓ୍ବାଲ’ରେ ଉଭୟ ବରୁଣ ଓ ଜାହ୍ନବୀଙ୍କ ଯୋଡ଼ିକୁ ଏକାଠି ଦେଖିବାକୁ ମିଳିଥିଲା। ଉକ୍ତ ଫିଲ୍ମ ଓଟିଟି ପ୍ଲାଟ୍‌ଫର୍ମ ଆମାଜନ ପ୍ରାଇମ ଭିଡିଓରେ ରିଲିଜ୍‌ ହୋଇଥିଲା।

‘ସନି ସଂସ୍କାରୀ କି ତୁଲସୀ କୁମାରୀ’ ଫିଲ୍ମରେ ବରୁଣ ଓ ଜାହ୍ନବୀଙ୍କ ବ୍ୟତୀତ ଅଭିନେତ୍ରୀ ସାନ୍ୟା ମାଲହୋତ୍ରା, ଅଭିନେତା ମନୀଷ ପଲ୍‌, ରୋହିତ ସରାଫ ପ୍ରମୁଖ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନଜରକୁ ଆସିବେ। ଆଗାମୀ ଦିନରେ ବରୁଣ ‘ବର୍ଡର ୨’ ଏବଂ ‘ଭେଡିୟା ୨’ ଫିଲ୍ମରେ ନଜରକୁ ଆସିବେ। ସେହିପରି ଜାହ୍ନବୀ ଆଗାମୀ ଦିନରେ ଅଭିନେତା ସିଦ୍ଧାର୍ଥ ମାଲ୍‌ହୋତ୍ରାଙ୍କ ସହ ‘ପରମ ସୁନ୍ଦରୀ’ ଓ ସାଉଥ୍‌ ଷ୍ଟାର୍‌ ରାମଚରଣଙ୍କ ସହ ‘ଆର୍‌ସି ୧୬’ ଫିଲ୍ମରେ ନଜରକୁ ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

Valentine Day: ଭାଲେଣ୍ଟାଇନ୍ସ ଡେ’ରେ ଏହି ୩ ରାଶିର ଭାଙ୍ଗିବ ହୃଦୟ! ରୋମାଣ୍ଟିକ ଡିନର୍‌ରେ ଯିବେ ମୀନ ସହ ଏହି ୨ରାଶି…

ଆଜି ଭାଲେଣ୍ଟାଇନ୍ସ ଡେ। ପ୍ରେମର ଏହି ଦିନରେ, ଆଜି ପ୍ରେମ ରାଶିଙ୍କ ବିଷୟରେ ଆସନ୍ତୁ ଜାଣିବା। ମେଷ, ସିଂହ, କନ୍ୟା, ବିଛା ଏବଂ ମୀନ ରାଶିର ଲୋକମାନେ…

ରାତିରେ ଧୂମ୍‌ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା…

ମହାଶିବରାତ୍ରିରୁ ଉତ୍ତର ଦିଗକୁ ଗତି କରିବେ ବୁଧ ଗ୍ରହ: ଏହି ୩ ରାଶିର ଭଲ ହେବ ନା ଖରାପ, ଜାଣନ୍ତୁ…

ବୈଦିକ ଜ୍ୟୋତିଷରେ, ବୁଧ ଗ୍ରହ ହେଉଛି ବୁଦ୍ଧି, ବାଣୀ, ତର୍କ, ଗଣିତ, ବ୍ୟବସାୟ ଏବଂ ଯୋଗାଯୋଗ ପାଇଁ ଦାୟୀ। ଏହା ଜଣେ ବ୍ୟକ୍ତିଙ୍କ ବିଶ୍ଳେଷଣାତ୍ମକ କ୍ଷମତା, ନିଷ୍ପତ୍ତି…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

କଟକ ଜିଲାପାଳଙ୍କୁ ନୋଟିସ୍‌, ଦେବାଶିଷ ସାମନ୍ତରାୟଙ୍କ ଏହି ଅଭିଯୋଗ ନେଇ…

କଟକ,୧୪ା୨: କଟକ ଜିଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ୍‌ ଜାରି ହୋଇଛି। ରାଜ୍ୟ ସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ ନୋଟିସ୍‌ ହୋଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ…

ଦାଦନ ଶ୍ରମିକ ଗଣେଶଙ୍କ ୨ କିଡ଼ନୀ ନଷ୍ଟ: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

କୃଷ୍ଣପ୍ରସାଦ,୧୪।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗିଲିନାସି ଗ୍ରାମର ଗଣେଶ ଚନ୍ଦ୍ର ପ୍ରଧାନ (୪୦ ବର୍ଷ)ଙ୍କର ଦୁଇଟି କିଡ଼ନୀ ନଷ୍ଟ ହୋଇଛି। ଓଳିଏ ଖାଇଲେ…

ନବଜାତ ଶିଶୁପୁତ୍ରଙ୍କୁ ବିଲରେ ଫିଙ୍ଗିଦେଲେ, କୁକୁର ଟାଣି ଟାଣି ନେବାବେଳେ…

ଜେନାପୁର,୧୪।୨(ଅଶୋକ ଦାସ): ଯାଜପୁର ଜିଲାରେ ଏକ ଅମାନୁଷିକ ଘଟଣା ଘଟିଛି। ଏଠାରେ ଏକ ବିଲରୁ ମୃତ ଶିଶୁ ପୁତ୍ର ଉଦ୍ଧାର କରାଯାଇଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri