Posted inଖେଳ

ଅଦେନ ମାର୍‌କ୍ରମଙ୍କ ନେତୃତ୍ୱରେ ପଡ଼ିଆକୁ ଓହ୍ଲାଇବ ହାଇଦ୍ରାବାଦ

ଲକ୍ଷ୍ନୌ,୭।୪: ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଆଇପିଏଲ୍‌ର ୧୦ମ ମ୍ୟାଚ୍‌ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ୍‌ ମଧ୍ୟରେ ଖେଳାଯିବ। ଅନ୍ୟପକ୍ଷେ ପରାଜୟରୁ ଅଭିଯାନ ଆରମ୍ଭ କରିଥିବା ହାଇଦ୍ରାବାଦ ଶୁକ୍ରବାର ନୂଆ ଅଧିନାୟକ ଅଦେନ ମାର୍‌କ୍ରମଙ୍କ ନେତୃତ୍ୱରେ ପଡ଼ିଆକୁ ଓହ୍ଲାଇବ। ପ୍ରଥମ ମ୍ୟାଚ୍‌ରେ ଅଦେନଙ୍କ ଅନୁପସ୍ଥିତିରେ ଭୁବନେଶ୍ବର କୁମାର ଦଳର ନେତୃତ୍ୱ ନେଇଥିଲେ। ହେଲେ ରାଜସ୍ଥାନ ବିପକ୍ଷରେ ଦଳ ୭୨ ରନ୍‌ର ବଡ଼ ବ୍ୟବଧାନରେ ପରାଜିତ ହୋଇଥିଲା।

ଅଦେନଙ୍କ ସହ ଅନ୍ୟ ଦୁଇ ଦକ୍ଷିଣ ଆଫ୍ରିକୀୟ ଖେଳାଳି ମାର୍କୋ ଜନସେନ ଓ ହେନରିକ କ୍ଲାସେ ମଧ୍ୟ ଦଳକୁ ଫେରିଛନ୍ତି। ସୂଚନାଯୋଗ୍ୟ, ୨୦୨୧ରେ ହାଇଦ୍ରାବାଦ ଶେଷ ଏବଂ ଗତବର୍ଷ ଅଷ୍ଟମ ସ୍ଥାନରେ ରହିଥିଲା। ହେଲେ ଚଳିତ ଆଇପିଏଲ୍‌ ସିଜନରେ ହାଇଦ୍ରାବାଦ ଅଦେନଙ୍କ ନେତୃତ୍ୱରେ କଡ଼ା ମୁକାବିଲା କରିବାକୁ ଆଶା ରଖିଛି।

କେଏଲ୍‌ ରାହୁଲଙ୍କ ନେତୃତ୍ୱାଧୀନ ଲକ୍ଷ୍ନୌ ୨ ମ୍ୟାଚ୍‌ ଖେଳି ଗୋଟିଏରେ ବିଜୟୀ ହୋଇଛି। ପ୍ରଥମ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସକୁ ହରାଇଥିଲା ବେଳେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ସଂଘର୍ଷ କରି ୧୨ ରନ୍‌ରେ ହାରିଥିଲା। ରାହୁଲଙ୍କ ଆରମ୍ଭ ଭଲ ହୋଇ ନ ଥିଲେ ମଧ୍ୟ କାଇଲ ମେୟର୍ସ ଦୁଇଟି ମ୍ୟାଚ୍‌ରେ ବିସ୍ଫୋରକ ଅର୍ଦ୍ଧଶତକୀୟ ପାଳି ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri