ରାଗିକି ନିଆଁବାଣ ହେଲେ ସନରାଇଜର୍ସ ହାଇଦ୍ରାବାଦ ମାଲିକାଣୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୪: ସନରାଇଜର୍ସ ହାଇଦ୍ରାବାଦ ପାଇଁ ଚଳିତ ଆଇପିଏଲ୍‌ ସିଜିନ୍‌ ଆରମ୍ଭ ଖରାପ ରହିଛି। ଦଳ ଲଗାତାର ୪ ମ୍ୟାଚ ହାରିଛି। ଟ୍ରାଭିସ ହେଡ, ଇଶାନ କିଷନ, ଅଭିଷେକ ଶର୍ମାଙ୍କଠାରୁ ଆରମ୍ଭ କରି ଦଳର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ନେ ଗତ ୪ଟି ମ୍ୟାଚ୍‌ରେ ଫ୍ଲପ ହୋଇଛନ୍ତି। ଦଳର ମାଲିକାଣୀ କାବ୍ୟା ମାରାନ ମଧ୍ୟ ଏହି ପରାଜୟକୁ ସହଜେ ହଜମ କରିପାରୁନାହାନ୍ତି। ଦଳର ଏମିତି ପ୍ରଦର୍ଶନରେ ସେ ତାଙ୍କ କ୍ରୋଧକୁ ନିୟନ୍ତ୍ରଣ କରିପାରି ନାହାନ୍ତି।

ଗୁଜୁରାଟ ଟାଇଟାନ୍ସ ବିପକ୍ଷରେ ପ୍ରଥମେ ବ୍ୟାଟିଂ କରି ସନରାଇଜର୍ସ ହାଇଦ୍ରାବାଦ ପ୍ରଥମ ଓଭରରେ ହିଁ ନିଜର ପ୍ରଥମ ଉଇକେଟ ହରାଇଥିଲା। ଟ୍ରାଭିସ ହେଡ ୮ ରନ କରି ଆଉଟ ହୋଇଥିଲେ। ପଞ୍ଚମ ଓଭରରେ ୧୮ ରନ କରି ଅଭିଷେକ ଶର୍ମା ଆଉଟ ହୋଇଥିଲେ, ଉଭୟଙ୍କୁ ମହମ୍ମଦ ସିରାଜ ଆଉଟ କରିଥିଲେ। ପ୍ରଥମ ମ୍ୟାଚ୍‌ରେ ଶତକ ହାସଲ କରିଥିବା ଇଶାନ କିଷନ ପୁଣି ଥରେ ଫ୍ଲପ ହୋଇଥିଲେ। ସେ ୧୭ ରନ କରିବା ପରେ ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦ୍ୱାରା କ୍ୟାଚ ଆଉଟ ହୋଇଥିଲେ। ଷ୍ଟାଣ୍ଡରେ ବସିଥିବା ଦଳର ମାଲିକାଣୀ କାବ୍ୟା ମାରାନ ପ୍ରତ୍ୟେକ ଉଇକେଟ ପତନ ସହ ରାଗିକି ନିଆଁବାଣ ହୋଇପଡ଼ୁଥିବା ଦେଖାଯାଇଥିଲା। ତାଙ୍କର ପ୍ରତିକ୍ରିୟା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ସନରାଇଜର୍ସ ହାଇଦ୍ରାବାଦ ପ୍ରଥମେ ବ୍ୟାଟିଂ କରି ମାତ୍ର ୧୫୨ ରନ କରିପାରିଥିଲା, ଗୁଜରାଟ ଟାଇଟାନ୍ସ ୧୭ତମ ଓଭରରେ ହିଁ ଏହି ଟାର୍ଗେଟ ହାସଲ କରି ଏକ ବଡ଼ ବିଜୟ ହାସଲ କରିଥିଲା। ଏହି ବିଜୟ ପରେ, ଗୁଜରାଟ ପଏଣ୍ଟ ଟେବୁଲରେ ଦ୍ୱିତୀୟ ସ୍ଥାନକୁ ଆସିଛି ଏବଂ ହାଇଦ୍ରାବାଦ ଦଶମ ସ୍ଥାନରେ ରହିଛି।

 

 

 


Enter your email to get our daily news in your inbox.

All Right Reserved By Dharitri.Com

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

ଆଣ୍ଡ୍ରଏଡ୍‌ ୟୁଜର୍ସ ସାବଧାନ! ଫୋନ୍‌ରେ ରହିଛି ଏକାଧିକ ସୁରକ୍ଷା ତ୍ରୁଟି, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୧୫।୯: ଆଣ୍ଡ୍ରଏଡ୍‌ ଫୋନ୍‌ ବ୍ୟବହାର କରୁଥିଲେ ସାବଧାନ । ଭାରତ ସରକାରଙ୍କ କମ୍ପ୍ୟୁଟର ଇମର୍ଜେନ୍ସି ରେସପନ୍ସ ଟିମ୍‌ (CERT-In) ପକ୍ଷରୁ ଆଣ୍ଡ୍ରଏଡ୍‌ ୟୁଜର୍ସଙ୍କ ପାଇଁ ହାଇ-ରିସ୍କ ସୁରକ୍ଷା…

ସମ୍ବଲପୁରରେ ପାଳିତ ହେଲା ନୂଆଁଖାଇ; ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…

ଭାରସାମ୍ୟ ହରାଇ ବାଇକ ସହ ଗଛରେ ପିଟିହେଲେ ଯୁବକ, ତାପରେ…..

ଉଦଳା,୧୫।୯(ସନ୍ତୋଷ ବାଛିନୀ): ଭୟଙ୍କର ଦୁର୍ଘଟଣା। ଦୃତଗତିରେ ବାଇକ ଚଲାଇ ଆସୁଥିବା ବେଳେ ଏକ ଗଛରେ ପିଟି ହୋଇ ତଳେ ପଡିଯାଇଥିଲେ ଯୁବକ । ଦୁର୍ଘଟଣା ଏତେ ଭୟଙ୍କର…

‘ମୋ ପତ୍ନୀ ବି ଚିତ୍କାର କରିବାକୁ ଲାଗିଲେ’, ବୈଭବଙ୍କ ସହ ଏମିତି କ’ଣ ହେଲା? ପ୍ରଶ୍ନ ଉଠାଇଲେ ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୧୫।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ T20 ମ୍ୟାଚ ଆରମ୍ଭ ହେବାକୁ ଯାଉଛି। ତେବେ ଏହା ପୂର୍ବରୁ ପ୍ରଥମ T20ରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନ୍‌ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?