Posted inଖେଳ

ଓ୍ବିଲିୟମସନଙ୍କୁ ରୋକିପାରିଲା ନାହିଁ ସିଏସ୍‌କେ

ନୂଆଦିଲ୍ଲୀ,୨୮।୪ : ମାତ୍ର ୧୦ ବଲ ଖେଳିଥିବା କେନ ଓ୍ବିଲିୟମସନ ୨୬୦ ଷ୍ଟ୍ରାଇକରେଟ୍‌ରେ ୨୬ ରନ୍‌ କରିଥିଲେ। ସେ ବ୍ୟାଟିଂ ଆସିବା ପୂର୍ବରୁ ଲାଗୁ ନ ଥିଲା ହାଇଦ୍ରାବାଦ୍‌ ୧୭୦ ରନ୍‌ ଅତିକ୍ରମ କରିପାରିବ। କିନ୍ତୁ ଓ୍ବିଲିୟମସନ ଓ କେଦାର ଯାଦବ ଅନ୍ତିମ ୧୩ ବଲରେ ଯୋଡ଼ିଥିଲେ ୨୭ ରନ୍‌। ଫଳରେ ସିଏସ୍‌କେ ଆଗରେ ସନରାଇଜର୍ସ ହାଇଦ୍ରାବାଦ୍‌ ଛିଡ଼ା କରିଛି ୧୭୨ ରନ୍‌ର ଟାର୍ଗେଟ।

ଟସ୍‌ ଜିତି ବ୍ୟାଟିଂ କରିଥିବା ସନରାଇଜର୍ସ ହାଇଦ୍ରାବାଦ୍‌ ଆରମ୍ଭରୁ ଇନ ଫର୍ମ ଜନ୍ନି ବେଆରଷ୍ଟୋ(୭)ଙ୍କ ଉଇକେଟ ହରାଇଥିଲା। ପରେ ଅଧିନାୟକ ଡେଭିଡ୍‌ ଓ୍ବାର୍ନର ଓ ମନୀଷ ପାଣ୍ଡେ ଦ୍ୱିତୀୟ ଉଇକେଟ ପାଇଁ ୮୩ ବଲରେ ୧୦୬ ରନ୍‌ ଯୋଡ଼ି ଥିଲେ। ଧିମା ବ୍ୟାଟିଂ କରିଥିବା ଓ୍ବାର୍ନର ୫୫ ବଲରେ ୩ ଚୌକା ଓ ୨ ଛକା ସହାୟତାରେ ୫୭ ରନ୍‌ କରିଥିଲେ। ପାଣ୍ଡେ ମଧ୍ୟ ୬୧ ରନ୍‌ର ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ତାଙ୍କ ଇନିଂସରେ ଥିଲା ୫ ଚୌକା ଓ ୧ ଛକା। ଦୁହେଁ ଆଉଟ୍‌ ହେବା ପରେ ଓ୍ବିଲିୟମସନ ୨୬ (୪ ଚୌକା ଓ ଗୋଟିଏ ଗୋଟିଏ ଛକା) ଏବଂ କେଦାର ୧୨ ରନ୍‌ କରିଥିଲେ। ସିଏସ୍‌କେ ପାଇଁ ଲୁଙ୍ଗି ଏନ୍‌ଗିଡ଼ି ୨ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri